Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › କଲସୀୟ 3:19

ବାଇବେଲ ପଦ · IRV

କଲସୀୟ 3:19

ହେ ସ୍ୱାମୀମାନେ, ଆପଣା ଆପଣା ଭାର୍ଯ୍ୟାମାନଙ୍କୁ ପ୍ରେମ କର, ସେମାନଙ୍କ ପ୍ରତି କଟୁ ବ୍ୟବହାର କର ନାହିଁ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: କଲସୀୟ 3

ପ୍ରସଙ୍ଗରେ

16ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ବରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର।

17ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ୱାରା ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ।

18ହେ ଭାର୍ଯ୍ୟାମାନେ, ପ୍ରଭୁଙ୍କ ସହଭାଗିତାର ଉପଯୁକ୍ତ ଆଚରଣ ଅନୁସାରେ ଆପଣା ଆପଣା ସ୍ୱାମୀମାନଙ୍କ ବଶୀଭୂତା ହୁଅ।

19ହେ ସ୍ୱାମୀମାନେ, ଆପଣା ଆପଣା ଭାର୍ଯ୍ୟାମାନଙ୍କୁ ପ୍ରେମ କର, ସେମାନଙ୍କ ପ୍ରତି କଟୁ ବ୍ୟବହାର କର ନାହିଁ।

20ହେ ପିଲାମାନେ, ସମସ୍ତ ବିଷୟରେ ପିତାମାତାଙ୍କର ଆଜ୍ଞାବହ ହୁଅ, କାରଣ ଏହା ପ୍ରଭୁଙ୍କ ସହଭାଗିତାରେ ସନ୍ତୋଷଜନକ ବ୍ୟବହାର।

21ହେ ପିତାମାନେ, ଆପଣା ଆପଣା ସନ୍ତାନମାନଙ୍କୁ ବିରକ୍ତ କର ନାହିଁ, ଯେପରି ସେମାନେ ନିରୁତ୍ସାହ ନ ହୁଅନ୍ତି।

22ହେ ଦାସମାନେ, ମନୁଷ୍ୟକୁ ସନ୍ତୁଷ୍ଟ କଲା ପରି ଦୃଷ୍ଟି ଆଗରେ କର୍ମ ନ କରି ବରଂ ପ୍ରଭୁଙ୍କୁ ଭୟ କରି ହୃଦୟର ସରଳତାରେ ସବୁ ବିଷୟରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କ ଆଜ୍ଞାବହ ହୁଅ।

କଲସୀୟ 3

ଇଂରାଜୀରେ

Berean Standard BibleColossians 3:19Husbands, love your wives and do not be harsh with them.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ପ୍ର. ପିତ 3:7ସେହି ପ୍ରକାରେ, ହେ ସ୍ୱାମୀମାନେ, ତୁମ୍ଭମାନଙ୍କ ପ୍ରାର୍ଥନାରେ ଯେପରି ବାଧା ନ ଜନ୍ମେ, ଏଥିନିମନ୍ତେ ସ୍ତ୍ରୀମାନଙ୍କୁ ଅପେକ୍ଷାକୃତ ଦୁର୍ବଳା-ପାତ୍ରୀ ଓ ଆପଣାମାନଙ୍କ ସହିତ ଜୀବନରୂପ ଅନୁଗ୍ରହଦାନର ସହାଧିକାରିଣୀ ଜାଣି ସେମାନଙ୍କୁ ସମାଦର କର, ପୁଣି, ଜ୍ଞାନରେ ସେମାନଙ୍କର ସହିତ ବାସ କର।
ଆଦି 2:23–24ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।” ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ।
ଏଫି 5:25ହେ ସ୍ୱାମୀମାନେ, ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ଆପଣା ଆପଣା ସ୍ତ୍ରୀମାନଙ୍କୁ ପ୍ରେମ କର; ଖ୍ରୀଷ୍ଟ ତ ମଣ୍ଡଳୀ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ,
ଏଫି 5:28–29ସେହିପରି ସ୍ୱାମୀମାନଙ୍କର ମଧ୍ୟ ଆପଣା ଆପଣା ସ୍ତ୍ରୀମାନଙ୍କୁ ନିଜ ନିଜ ଶରୀର ସଦୃଶ ପ୍ରେମ କରିବା ଉଚିତ୍। ଯେ ନିଜ ସ୍ତ୍ରୀକୁ ପ୍ରେମ କରେ, ସେ ଆପଣାକୁ ପ୍ରେମ କରେ; କେହି ତ ଆପଣା ଶରୀରକୁ କେବେ ଘୃଣା କରେ ନାହିଁ, ମାତ୍ର ତାହାର ଭରଣପୋଷଣ ଓ ଲାଳନପାଳନ କରେ; ଖ୍ରୀଷ୍ଟ ମଧ୍ୟ ମଣ୍ଡଳୀ ପ୍ରତି ସେହିପରି କରନ୍ତି,
ଏଫି 5:33ଯାହା ହେଉ, ତୁମ୍ଭେମାନେ ପ୍ରତ୍ୟେକେ ମଧ୍ୟ ଆପଣା ଆପଣା ସ୍ତ୍ରୀକୁ ଆତ୍ମତୁଲ୍ୟ ପ୍ରେମ କର, ଆଉ ସ୍ତ୍ରୀ ମଧ୍ୟ ଆପଣା ସ୍ୱାମୀକୁ ଆଦର କରୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର