Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › କଲସୀୟ 3:21

ବାଇବେଲ ପଦ · IRV

କଲସୀୟ 3:21

ହେ ପିତାମାନେ, ଆପଣା ଆପଣା ସନ୍ତାନମାନଙ୍କୁ ବିରକ୍ତ କର ନାହିଁ, ଯେପରି ସେମାନେ ନିରୁତ୍ସାହ ନ ହୁଅନ୍ତି।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: କଲସୀୟ 3

ପ୍ରସଙ୍ଗରେ

18ହେ ଭାର୍ଯ୍ୟାମାନେ, ପ୍ରଭୁଙ୍କ ସହଭାଗିତାର ଉପଯୁକ୍ତ ଆଚରଣ ଅନୁସାରେ ଆପଣା ଆପଣା ସ୍ୱାମୀମାନଙ୍କ ବଶୀଭୂତା ହୁଅ।

19ହେ ସ୍ୱାମୀମାନେ, ଆପଣା ଆପଣା ଭାର୍ଯ୍ୟାମାନଙ୍କୁ ପ୍ରେମ କର, ସେମାନଙ୍କ ପ୍ରତି କଟୁ ବ୍ୟବହାର କର ନାହିଁ।

20ହେ ପିଲାମାନେ, ସମସ୍ତ ବିଷୟରେ ପିତାମାତାଙ୍କର ଆଜ୍ଞାବହ ହୁଅ, କାରଣ ଏହା ପ୍ରଭୁଙ୍କ ସହଭାଗିତାରେ ସନ୍ତୋଷଜନକ ବ୍ୟବହାର।

21ହେ ପିତାମାନେ, ଆପଣା ଆପଣା ସନ୍ତାନମାନଙ୍କୁ ବିରକ୍ତ କର ନାହିଁ, ଯେପରି ସେମାନେ ନିରୁତ୍ସାହ ନ ହୁଅନ୍ତି।

22ହେ ଦାସମାନେ, ମନୁଷ୍ୟକୁ ସନ୍ତୁଷ୍ଟ କଲା ପରି ଦୃଷ୍ଟି ଆଗରେ କର୍ମ ନ କରି ବରଂ ପ୍ରଭୁଙ୍କୁ ଭୟ କରି ହୃଦୟର ସରଳତାରେ ସବୁ ବିଷୟରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କ ଆଜ୍ଞାବହ ହୁଅ।

23ତୁମ୍ଭେମାନେ ଯାହା କିଛି କର, ପ୍ରଭୁଙ୍କ ନିମନ୍ତେ କଲା ପରି ଅନ୍ତର ସହ ତାହା କର, ମନୁଷ୍ୟ ନିମନ୍ତେ କଲା ପରି କର ନାହିଁ;

24ପ୍ରଭୁଙ୍କଠାରୁ ଉତ୍ତରାଧିକାରରୂପ ପୁରସ୍କାର ଯେ ପାଇବ, ଏହା ତ ତୁମ୍ଭେମାନେ ଜାଣ। ତୁମ୍ଭେମାନେ ପ୍ରଭୁ ଖ୍ରୀଷ୍ଟଙ୍କର ସେବା କର,

କଲସୀୟ 3

ଇଂରାଜୀରେ

Berean Standard BibleColossians 3:21Fathers, do not provoke your children, so they will not become discouraged.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ହିତୋ 4:1–4ହେ ମୋହର ପୁତ୍ରଗଣ, ପିତାର ଉପଦେଶ ଶୁଣ ଓ ସୁବିବେଚନାଦାୟକ ଜ୍ଞାନରେ ମନୋଯୋଗ କର। ଯେହେତୁ ମୁଁ ତୁମ୍ଭମାନଙ୍କୁ ଉତ୍ତମ ଶିକ୍ଷା ଦେଉଅଛି, ମୋହର ଆଦେଶ ପରିତ୍ୟାଗ କର ନାହିଁ। ମୁଁ ଆପଣା ପିତାଙ୍କର ପୁଅଟିଏ ଥିଲି, ପୁଣି, ମାତାଙ୍କ ଦୃଷ୍ଟିରେ କୋମଳ ଓ ଏକମାତ୍ର ପ୍ରିୟ ଥିଲି। ପିତା ମୋତେ ଶିକ୍ଷା ଦେଇ କହିଲେ, “ତୁମ୍ଭ ମନରେ ମୋହର କଥାସବୁ ରଖ, ପୁଣି ମୋହର ଆଜ୍ଞାସବୁ ପାଳନ କର ତହିଁରେ ତୁମ୍ଭେ ବଞ୍ଚିବ।
ଏଫି 6:4ପୁଣି, ହେ ପିତାମାନେ, ଆପଣା ଆପଣା ପିଲାମାନଙ୍କୁ ବିରକ୍ତ କର ନାହିଁ, ମାତ୍ର ସେମାନଙ୍କୁ ପ୍ରଭୁଙ୍କ ଶିକ୍ଷା ଓ ଚେତନା ଦ୍ୱାରା ପ୍ରତିପାଳନ କର।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର