Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › କଲସୀୟ 3:23

ବାଇବେଲ ପଦ · IRV

କଲସୀୟ 3:23

ତୁମ୍ଭେମାନେ ଯାହା କିଛି କର, ପ୍ରଭୁଙ୍କ ନିମନ୍ତେ କଲା ପରି ଅନ୍ତର ସହ ତାହା କର, ମନୁଷ୍ୟ ନିମନ୍ତେ କଲା ପରି କର ନାହିଁ;

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: କଲସୀୟ 3

ପ୍ରସଙ୍ଗରେ

20ହେ ପିଲାମାନେ, ସମସ୍ତ ବିଷୟରେ ପିତାମାତାଙ୍କର ଆଜ୍ଞାବହ ହୁଅ, କାରଣ ଏହା ପ୍ରଭୁଙ୍କ ସହଭାଗିତାରେ ସନ୍ତୋଷଜନକ ବ୍ୟବହାର।

21ହେ ପିତାମାନେ, ଆପଣା ଆପଣା ସନ୍ତାନମାନଙ୍କୁ ବିରକ୍ତ କର ନାହିଁ, ଯେପରି ସେମାନେ ନିରୁତ୍ସାହ ନ ହୁଅନ୍ତି।

22ହେ ଦାସମାନେ, ମନୁଷ୍ୟକୁ ସନ୍ତୁଷ୍ଟ କଲା ପରି ଦୃଷ୍ଟି ଆଗରେ କର୍ମ ନ କରି ବରଂ ପ୍ରଭୁଙ୍କୁ ଭୟ କରି ହୃଦୟର ସରଳତାରେ ସବୁ ବିଷୟରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କ ଆଜ୍ଞାବହ ହୁଅ।

23ତୁମ୍ଭେମାନେ ଯାହା କିଛି କର, ପ୍ରଭୁଙ୍କ ନିମନ୍ତେ କଲା ପରି ଅନ୍ତର ସହ ତାହା କର, ମନୁଷ୍ୟ ନିମନ୍ତେ କଲା ପରି କର ନାହିଁ;

24ପ୍ରଭୁଙ୍କଠାରୁ ଉତ୍ତରାଧିକାରରୂପ ପୁରସ୍କାର ଯେ ପାଇବ, ଏହା ତ ତୁମ୍ଭେମାନେ ଜାଣ। ତୁମ୍ଭେମାନେ ପ୍ରଭୁ ଖ୍ରୀଷ୍ଟଙ୍କର ସେବା କର,

25କାରଣ ଯେ ଅନ୍ୟାୟ କରେ, ସେ ଆପଣା ଅନ୍ୟାୟର ପ୍ରତିଫଳ ପାଇବ; ସେ ବିଷୟରେ କୌଣସି ମୁଖାପେକ୍ଷା ନାହିଁ।

କଲସୀୟ 3

ଇଂରାଜୀରେ

Berean Standard BibleColossians 3:23Whatever you do, work at it with your whole being, for the Lord and not for men,

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

କଲ 3:17ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ୱାରା ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ।
ଏଫି 6:6–7ମନୁଷ୍ୟକୁ ସନ୍ତୁଷ୍ଟ କଲା ପରି ଦୃଷ୍ଟି ଆଗରେ ତାହା କର ନାହିଁ, କିନ୍ତୁ ଖ୍ରୀଷ୍ଟଙ୍କ ଦାସ ପରି ଅନ୍ତର ସହ ଈଶ୍ବରଙ୍କ ଇଚ୍ଛା ସାଧନ କର। ସ୍ୱାଧୀନ କି ପରାଧୀନ, ଯେ କେହି ସତ୍କର୍ମ କରେ, ସେ ଯେ ପ୍ରଭୁଙ୍କଠାରୁ ସେଥିର ପୁରସ୍କାର ପାଇବ,
ରୋମୀ 14:8ଯେଣୁ, ଯଦି ଆମ୍ଭେମାନେ ବଞ୍ଚୁ, ତେବେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ବଞ୍ଚୁ, କିମ୍ବା ଯଦି ମରୁ, ତେବେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ମରୁ। ଅତଏବ, ଯଦି ଆମ୍ଭେମାନେ ବଞ୍ଚୁ କିମ୍ବା ମରୁ, ଆମ୍ଭେମାନେ ପ୍ରଭୁଙ୍କର ଅଟୁ।
ଦ୍ଵି.ବଂ 31:21ଆଉ, ସେ ଆପଣା ପରମେଶ୍ୱରଙ୍କର ଅନ୍ୱେଷଣ କରିବା ନିମନ୍ତେ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟ, ପୁଣି ବ୍ୟବସ୍ଥା ଓ ଆଜ୍ଞା ସମ୍ବନ୍ଧରେ ଯେ ଯେ କାର୍ଯ୍ୟ ଆରମ୍ଭ କଲେ, ତାହାସବୁ ଆପଣା ସର୍ବାନ୍ତଃକରଣ ସହିତ କରି କୃତକାର୍ଯ୍ୟ ହେଲେ।
ଉପ 9:10ତୁମ୍ଭ ହସ୍ତ ଯେକୌଣସି କାର୍ଯ୍ୟ କରିବାକୁ ପାଏ, ତାହା ଆପଣା ଶକ୍ତିରେ କର; କାରଣ ତୁମ୍ଭେ ଯେଉଁ ସ୍ଥାନକୁ ଯାଉଅଛ, ସେହି କବରରେ କୌଣସି କାର୍ଯ୍ୟ, କି କଳ୍ପନା, କି ବିଦ୍ୟା, କି ଜ୍ଞାନ ନାହିଁ।
ପ୍ର. ପିତ 2:15କାରଣ ତୁମ୍ଭେମାନେ ଯେ ସତ୍କର୍ମ କରି ନିର୍ବୋଧମାନଙ୍କ ଅଜ୍ଞାନର କଥା ବନ୍ଦ କର, ଏହା ଈଶ୍ବରଙ୍କ ଇଚ୍ଛା;
ପ୍ର. ପିତ 2:13ପ୍ରଭୁଙ୍କ ସକାଶେ ସମସ୍ତେ ମାନବୀୟ ବିଧାନର ବଶୀଭୂତ ହୁଅ,
ଗୀତ 119:10ମୁଁ ସର୍ବାନ୍ତଃକରଣରେ ତୁମ୍ଭଙ୍କୁ ଖୋଜିଅଛି; ମୋତେ ତୁମ୍ଭ ଆଜ୍ଞା-ପଥରୁ ଭ୍ରମିବାକୁ ଦିଅ ନାହିଁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର