ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › କଲସୀୟ 3:8
ବାଇବେଲ ପଦ · IRV
କଲସୀୟ 3:8
କିନ୍ତୁ ଏବେ ତୁମ୍ଭେମାନେ ମଧ୍ୟ ଏହିସବୁ ବିଷୟ, ଅର୍ଥାତ୍ କ୍ରୋଧ, ରାଗ, ହିଂସା, ନିନ୍ଦା, ମୁଖରୁ କୁତ୍ସିତ ବାକ୍ୟ ଏହିସବୁ ପରିତ୍ୟାଗ କର।
ପ୍ରସଙ୍ଗରେ
5ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁକର୍ମଗୁଡ଼ିକ, ଅର୍ଥାତ୍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହିସବୁ ପ୍ରତି ମୃତ ହୁଅ;
6ଏହିସବୁ ହେତୁରୁ ଈଶ୍ବରଙ୍କ କ୍ରୋଧ ବର୍ତ୍ତେ,
7ପୂର୍ବେ ତୁମ୍ଭେମାନେ ମଧ୍ୟ ଏହିସବୁ ବିଷୟରେ ଆସକ୍ତ ଥାଇ ସେହି ପ୍ରକାରେ ଆଚରଣ କରୁଥିଲ।
8କିନ୍ତୁ ଏବେ ତୁମ୍ଭେମାନେ ମଧ୍ୟ ଏହିସବୁ ବିଷୟ, ଅର୍ଥାତ୍ କ୍ରୋଧ, ରାଗ, ହିଂସା, ନିନ୍ଦା, ମୁଖରୁ କୁତ୍ସିତ ବାକ୍ୟ ଏହିସବୁ ପରିତ୍ୟାଗ କର।
9ପରସ୍ପର ମିଥ୍ୟା କୁହ ନାହିଁ ତୁମ୍ଭେମାନେ ତ ପୁରାତନ ସ୍ୱଭାବ
10ଓ ସେଥିର ସମସ୍ତ କର୍ମ ପରିତ୍ୟାଗ କରି ନୂତନ ସ୍ୱଭାବ ପରିଧାନ କରିଅଛ; ସେହି ନୂତନ ସ୍ୱଭାବ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତିମୂର୍ତ୍ତି ଅନୁସାରେ ସମ୍ପୂର୍ଣ୍ଣ ଜ୍ଞାନ ପ୍ରାପ୍ତି ନିମନ୍ତେ ନୂତନୀକୃତ ହେଉଅଛି;
11ଏପରି ସ୍ଥଳେ ଗ୍ରୀକ୍ ଓ ଯିହୁଦୀ, ସୁନ୍ନତି ଓ ଅସୁନ୍ନତି, ବର୍ବର, ସ୍କୁଥୀୟ, ଦାସ, ସ୍ୱାଧୀନ ବ୍ୟକ୍ତି, ଏମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କିନ୍ତୁ ଖ୍ରୀଷ୍ଟ ସବୁରେ ସବୁ ଅଟନ୍ତି, ପୁଣି, ସମସ୍ତଙ୍କଠାରେ ବାସ କରନ୍ତି।
ଇଂରାଜୀରେ
But now you must put aside all such things as these: anger, rage, malice, slander, and filthy language from your lips.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ତୁମ୍ଭମାନଙ୍କ ମୁଖରୁ କୌଣସି କୁବାକ୍ୟ ନିର୍ଗତ ନ ହେଉ, ବରଂ ଆବଶ୍ୟକ ଅନୁସାରେ ନିଷ୍ଠାଜନକ ବାକ୍ୟ ନିର୍ଗତ ହେଉ, ଯେପରି ତାହା ଶ୍ରୋତାମାନଙ୍କ ଅନୁଗ୍ରହ ପକ୍ଷରେ ହିତଜନକ ହୁଏ।ଅର୍ଥାତ୍ ତୁମ୍ଭେମାନେ ତୁମ୍ଭମାନଙ୍କ ପୁରାତନ ଆଚରଣ ସମ୍ବନ୍ଧରେ, ଯେଉଁ ପୁରାତନ ସ୍ୱଭାବ ପ୍ରବଞ୍ଚନାର ବିଳାସିତା ଅନୁସାରେ ଅଧିକରୁ ଅଧିକ ଭ୍ରଷ୍ଟ ହେଉଅଛି, ତାହାକୁ ପରିତ୍ୟାଗ କରିବାକୁ,କାରଣ ମନୁଷ୍ୟର କ୍ରୋଧ ଈଶ୍ବରଙ୍କ ଗ୍ରାହ୍ୟ ଧାର୍ମିକତା ସାଧନ କରେ ନାହିଁ। ଅତଏବ, ତୁମ୍ଭେମାନେ ସମସ୍ତ ଅଶୁଚିତା ଓ ସବୁପ୍ରକାର ଦୁଷ୍ଟତା ପରିତ୍ୟାଗ କରି ଯେଉଁ ରୋପିତ ବାକ୍ୟ ତୁମ୍ଭମାନଙ୍କ ଆତ୍ମାକୁ ପରିତ୍ରାଣ କରିବା ନିମନ୍ତେ ସମର୍ଥ, ତାହା ନମ୍ର ଭାବରେ ଗ୍ରହଣ କର।ପୁଣି, ଯାହା ଯାହା ଅନୁପଯୁକ୍ତ, ଏପରି କୁତ୍ସିତ ବ୍ୟବହାର ବା ଅସାର କଥା ବା ହାସ୍ୟପରିହାସ ତୁମ୍ଭମାନଙ୍କ ମଧ୍ୟରେ ଦେଖା ନ ଯାଉ, ବରଂ ସମସ୍ତ ବିଷୟ ନିମନ୍ତେ ଧନ୍ୟବାଦ ଦିଅ।କ୍ରୋଧ କର କିନ୍ତୁ ପାପ କର ନାହିଁ; ସୂର୍ଯ୍ୟ ଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର, ପୁଣି, ଶୟତାନକୁ ସ୍ଥାନ ଦିଅ ନାହିଁ।ସମସ୍ତ ପ୍ରକାର କଟୁ ଭାବ, ରାଗ, କ୍ରୋଧ, କଳହ ଓ ନିନ୍ଦା, ପୁଣି, ସମସ୍ତ ପ୍ରକାର ହିଂସା ତୁମ୍ଭମାନଙ୍କଠାରୁ ଦୂର ହେଉ; ଆଉ ପରସ୍ପର ପ୍ରତି ସଦୟ ହୁଅ, କୋମଳ ହୃଦୟ ପୁଣି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କୁ ଯେପରି କ୍ଷମା କଲେ, ସେହିପରି ପରସ୍ପରକୁ କ୍ଷମା କର।ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ୱାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ୱାସର ନେତା ଓ ସିଦ୍ଧଦାତା ଯୀଶୁଙ୍କୁ ଲକ୍ଷ୍ୟ କରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର