ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଦ୍ୱିତୀୟ ବିବରଣ 18:10–12
ବାଇବେଲ ପଦ · IRV
ଦ୍ୱିତୀୟ ବିବରଣ 18:10–12
10ସେଠାରେ ଆପଣା ପୁତ୍ରକୁ କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ଲୋକ, ଅବା ମନ୍ତ୍ରଜ୍ଞ, ଶୁଭାଶୁଭବାଦୀ, କି ଗଣକ, କି ମାୟାବୀ,
11କି ମୋହକ, କି ଭୂତୁଡ଼ିଆ, କି ଗୁଣିଆ, କି ପ୍ରେତପରାମର୍ଶୀ ଲୋକ ତୁମ୍ଭ ମଧ୍ୟରେ ଦେଖାଯିବ ନାହିଁ।
12ଯେହେତୁ ଯେକେହି ଏପରି କର୍ମ କରେ, ସେ ସଦାପ୍ରଭୁଙ୍କର ଘୃଣାପାତ୍ର ଅଟନ୍ତି; ପୁଣି ସେହି ଘୃଣ୍ୟ କର୍ମ ସକାଶୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେମାନଙ୍କୁ ତୁମ୍ଭ ସମ୍ମୁଖରୁ ତଡ଼ି ଦେଉଅଛନ୍ତି।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଦ୍ୱିତୀୟ ବିବରଣ 18
ପ୍ରସଙ୍ଗରେ
7ତେବେ ସେହି ସ୍ଥାନରେ ସେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବାର ଆପଣା ସମସ୍ତ ଲେବୀୟ ଭାଇମାନଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମରେ ସେବା କରିବ।
8ସେ ଆପଣା ପୈତୃକ ଅଧିକାର ବିକ୍ରୟର ମୂଲ୍ୟ ଛଡ଼ା ସେମାନଙ୍କ ସମାନ ଭୋଜନର ଅଂଶ ପାଇବ।
9ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ସେଠାରେ ଉପସ୍ଥିତ ହେଲେ ସେହି ସ୍ଥାନର ଗୋଷ୍ଠୀୟ ଲୋକମାନଙ୍କ ଘୃଣାଯୋଗ୍ୟ କ୍ରିୟାଗୁଡ଼ିକୁ ଅନୁକରଣ କରିବା ତୁମ୍ଭେ ଶିଖିବ ନାହିଁ।
10ସେଠାରେ ଆପଣା ପୁତ୍ରକୁ କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ଲୋକ, ଅବା ମନ୍ତ୍ରଜ୍ଞ, ଶୁଭାଶୁଭବାଦୀ, କି ଗଣକ, କି ମାୟାବୀ,
11କି ମୋହକ, କି ଭୂତୁଡ଼ିଆ, କି ଗୁଣିଆ, କି ପ୍ରେତପରାମର୍ଶୀ ଲୋକ ତୁମ୍ଭ ମଧ୍ୟରେ ଦେଖାଯିବ ନାହିଁ।
12ଯେହେତୁ ଯେକେହି ଏପରି କର୍ମ କରେ, ସେ ସଦାପ୍ରଭୁଙ୍କର ଘୃଣାପାତ୍ର ଅଟନ୍ତି; ପୁଣି ସେହି ଘୃଣ୍ୟ କର୍ମ ସକାଶୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେମାନଙ୍କୁ ତୁମ୍ଭ ସମ୍ମୁଖରୁ ତଡ଼ି ଦେଉଅଛନ୍ତି।
13ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପ୍ରତି ତୁମ୍ଭେ ସିଦ୍ଧ ହେବ।
14କାରଣ ଏହି ଯେଉଁ ଦେଶୀୟ ଲୋକମାନଙ୍କୁ ଅଧିକାର କରିବ, ସେମାନେ ଶୁଭାଶୁଭବାଦୀ ଓ ମନ୍ତ୍ରଜ୍ଞମାନଙ୍କ କଥା ଶୁଣନ୍ତି; ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ସେହିପରି କରିବାକୁ ଦେଇ ନାହାନ୍ତି।
15ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ନିମନ୍ତେ ତୁମ୍ଭ ଭିତରୁ, ତୁମ୍ଭ ଭାଇମାନଙ୍କ ମଧ୍ୟରୁ ଆମ୍ଭର ସଦୃଶ ଏକ ଭବିଷ୍ୟଦ୍ବକ୍ତା ଉତ୍ପନ୍ନ କରିବେ; ତୁମ୍ଭେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କରିବ।
ଇଂରାଜୀରେ
Let no one be found among you who sacrifices his son or daughter in the fire, practices divination or conjury, interprets omens, practices sorcery, casts spells, consults a medium or spiritist, or inquires of the dead. For whoever does these things is detestable to the LORD. And because of these detestable things, the LORD your God is driving out the nations before you.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ତୁମ୍ଭେମାନେ ଭୂତୁଡ଼ିଆ କି ଗୁଣିଆମାନଙ୍କର ଅନୁସରଣ କର ନାହିଁ; ସେମାନଙ୍କ ଦ୍ୱାରା ଅପବିତ୍ର ହେବା ନିମନ୍ତେ ସେମାନଙ୍କର ଅନ୍ୱେଷଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର