ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଦ୍ୱିତୀୟ ବିବରଣ 31:6
ବାଇବେଲ ପଦ · IRV
ଦ୍ୱିତୀୟ ବିବରଣ 31:6
ବଳବାନ ଓ ସାହସିକ ହୁଅ, ଭୟ କର ନାହିଁ, କିଅବା ସେମାନଙ୍କ ସକାଶୁ ଭୟଯୁକ୍ତ ହୁଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଆପେ ତୁମ୍ଭ ସଙ୍ଗେ ଗମନ କରୁଅଛନ୍ତି, ସେ ତୁମ୍ଭ ପ୍ରତି ହତାଶ ହେବେ ନାହିଁ, କିଅବା ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ।”
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଦ୍ୱିତୀୟ ବିବରଣ 31
ପ୍ରସଙ୍ଗରେ
3ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ଆପେ ତୁମ୍ଭର ଅଗ୍ରଗାମୀ ହୋଇପାର ହୋଇଯିବେ; ସେ ତୁମ୍ଭ ସମ୍ମୁଖରୁ ଏହି ଗୋଷ୍ଠୀୟ ଲୋକମାନଙ୍କୁ ନାଶ କରିବେ ଓ ତୁମ୍ଭେ ସେମାନଙ୍କୁ ଅଧିକାର କରିବ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଯିହୋଶୂୟ ତୁମ୍ଭର ଅଗ୍ରଗାମୀ ହୋଇପାର ହେବେ।
4ପୁଣି ସଦାପ୍ରଭୁ ଇମୋରୀୟମାନଙ୍କ ସୀହୋନ ଓ ଓଗ୍ ନାମକ ରାଜାମାନଙ୍କୁ ନାଶ କରି ସେମାନଙ୍କ ପ୍ରତି ଓ ସେମାନଙ୍କ ଦେଶ ପ୍ରତି ଯେରୂପ କଲେ, ଏମାନଙ୍କ ପ୍ରତି ସେରୂପ କରିବେ।
5ପୁଣି, ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ, ତହିଁରେ ମୁଁ ଯେଉଁସବୁ ଆଜ୍ଞା ତୁମ୍ଭମାନଙ୍କୁ ଆଦେଶ କରିଅଛି, ତଦନୁସାରେ ତୁମ୍ଭେମାନେ ସେମାନଙ୍କ ପ୍ରତି କରିବ।
6ବଳବାନ ଓ ସାହସିକ ହୁଅ, ଭୟ କର ନାହିଁ, କିଅବା ସେମାନଙ୍କ ସକାଶୁ ଭୟଯୁକ୍ତ ହୁଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଆପେ ତୁମ୍ଭ ସଙ୍ଗେ ଗମନ କରୁଅଛନ୍ତି, ସେ ତୁମ୍ଭ ପ୍ରତି ହତାଶ ହେବେ ନାହିଁ, କିଅବା ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ।”
7ଏଥିରେ ମୋଶା ଯିହୋଶୂୟଙ୍କୁ ଡାକି ସମୁଦାୟ ଇସ୍ରାଏଲଙ୍କ ସାକ୍ଷାତରେ ତାଙ୍କୁ କହିଲେ, “ବଳବାନ ଓ ସାହସିକ ହୁଅ; ଯେହେତୁ ସଦାପ୍ରଭୁ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲେ, ସେହି ଦେଶକୁ ତୁମ୍ଭେ ଏହି ଲୋକଙ୍କ ସହିତ ଯିବ; ଆଉ ତୁମ୍ଭେ ସେମାନଙ୍କୁ ତାହା ଅଧିକାର କରାଇବ।
8ପୁଣି, ସଦାପ୍ରଭୁ, ସେ ଆପେ ତୁମ୍ଭର ଅଗ୍ରଗାମୀ ହୋଇ ଗମନ କରୁଅଛନ୍ତି; ସେ ତୁମ୍ଭର ସଙ୍ଗୀ ହେବେ, ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କିଅବା ତୁମ୍ଭକୁ ତ୍ୟାଗ କରିବେ ନାହିଁ; ଭୟ କର ନାହିଁ, କି ହତାଶ ହୁଅ ନାହିଁ।”
9ଏଥିଉତ୍ତାରେ ମୋଶା ଏହି ବ୍ୟବସ୍ଥା ଲେଖି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହକ ଲେବୀୟ ଯାଜକମାନଙ୍କୁ ଓ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗଙ୍କଠାରେ ସମର୍ପଣ କଲେ।
ଇଂରାଜୀରେ
Be strong and courageous; do not be afraid or terrified of them, for it is the LORD your God who goes with you; He will never leave you nor forsake you.”ନୂତନ ନିୟମରେ ଉଦ୍ଧୃତ
ଆଚାର-ବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, “ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ।”କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।”ଶେଷ କଥା ଏହି, ପ୍ରଭୁଙ୍କଠାରୁ ଶକ୍ତି ପ୍ରାପ୍ତ ହୋଇ ତାହାଙ୍କ ପରାକ୍ରମରେ ବଳବାନ ହୁଅ।ସଦାପ୍ରଭୁଙ୍କର ସାହାଯ୍ୟ ନିମନ୍ତେ ଅପେକ୍ଷା କର; ବଳବାନ ହୁଅ ଓ ତୁମ୍ଭର ଅନ୍ତଃକରଣ ସାହସିକ ହେଉ; ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର।ଏଉତ୍ତାରେ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ କହିଲେ, “ବଳବାନ ଓ ସାହସିକ ହୁଅ ଓ ଏହି କର୍ମ କର; ଭୟ ନ କର, ଅବା ନିରାଶ ନ ହୁଅ; କାରଣ ଆମ୍ଭର ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ଅଛନ୍ତି; ସଦାପ୍ରଭୁଙ୍କ ଗୃହର ସେବାର୍ଥକ ସକଳ କର୍ମ ସମାପ୍ତ ନ ହେବା ପର୍ଯ୍ୟନ୍ତ ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କି ତୁମ୍ଭକୁ ତ୍ୟାଗ କରିବେ ନାହିଁ।ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।“ହେ ସାନ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଈଶ୍ବରଙ୍କର ମହା ଆନନ୍ଦ।ଅତଏବ, ହେ ମୋହର ପୁତ୍ର, ଖ୍ରୀଷ୍ଟ ଯୀଶୁଙ୍କ ପ୍ରଦତ୍ତ ଅନୁଗ୍ରହରେ ବଳବାନ ହୁଅ,ଦାଉଦଙ୍କର ଗୀତ। ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ; ମୁଁ କାହାକୁ ଭୟ କରିବି? ସଦାପ୍ରଭୁ ମୋʼ ଜୀବନର ବଳ; ମୁଁ କାହାଠାରୁ ଭୀତ ହେବି?ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର