Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଉପଦେଶକ 3:1–8

ବାଇବେଲ ପଦ · IRV

ଉପଦେଶକ 3:1–8

1ସବୁ ବିଷୟର ଉଚିତ ସମୟ ଅଛି ଓ ଆକାଶ ତଳେ ସବୁ ଉଦ୍ଦେଶ୍ୟର ଉଚିତ ସମୟ ଅଛି;

2ଜନ୍ମ ହେବାର ସମୟ ଓ ମରିବାର ସମୟ; ରୋପିବାର ସମୟ, ଯାହା ରୋପିତ ହେଲା, ତାହା ଉପାଡ଼ିବାର ସମୟ;

3ବଧ କରିବାର ସମୟ ଓ ସୁସ୍ଥ କରିବାର ସମୟ; ଭାଙ୍ଗିବାର ସମୟ ଓ ନିର୍ମାଣ କରିବାର ସମୟ,

4ରୋଦନ କରିବାର ସମୟ ଓ ହସିବାର ସମୟ; ବିଳାପ କରିବାର ସମୟ ଓ ନୃତ୍ୟ କରିବାର ସମୟ;

5ପ୍ରସ୍ତର ପକାଇବାର ସମୟ ଓ ପ୍ରସ୍ତର ସଂଗ୍ରହ କରିବାର ସମୟ; ଆଲିଙ୍ଗନ କରିବାର ସମୟ ଓ ଆଲିଙ୍ଗନରୁ ନିବୃତ୍ତ ହେବାର ସମୟ,

6ଅନ୍ଵେଷଣ କରିବାର ସମୟ ଓ ହଜାଇବାର ସମୟ; ରଖିବାର ସମୟ ଓ ପକାଇ ଦେବାର ସମୟ;

7ଚିରିବାର ସମୟ ଓ ସିଲେଇ କରିବାର ସମୟ; ନୀରବ ରହିବାର ସମୟ ଓ କଥା କହିବାର ସମୟ;

8ପ୍ରେମ କରିବାର ସମୟ ଓ ଘୃଣା କରିବାର ସମୟ; ଯୁଦ୍ଧର ସମୟ ଓ ଶାନ୍ତିର ସମୟ ଅଛି।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଉପଦେଶକ 3

ପ୍ରସଙ୍ଗରେ

1ସବୁ ବିଷୟର ଉଚିତ ସମୟ ଅଛି ଓ ଆକାଶ ତଳେ ସବୁ ଉଦ୍ଦେଶ୍ୟର ଉଚିତ ସମୟ ଅଛି;

2ଜନ୍ମ ହେବାର ସମୟ ଓ ମରିବାର ସମୟ; ରୋପିବାର ସମୟ, ଯାହା ରୋପିତ ହେଲା, ତାହା ଉପାଡ଼ିବାର ସମୟ;

3ବଧ କରିବାର ସମୟ ଓ ସୁସ୍ଥ କରିବାର ସମୟ; ଭାଙ୍ଗିବାର ସମୟ ଓ ନିର୍ମାଣ କରିବାର ସମୟ,

4ରୋଦନ କରିବାର ସମୟ ଓ ହସିବାର ସମୟ; ବିଳାପ କରିବାର ସମୟ ଓ ନୃତ୍ୟ କରିବାର ସମୟ;

5ପ୍ରସ୍ତର ପକାଇବାର ସମୟ ଓ ପ୍ରସ୍ତର ସଂଗ୍ରହ କରିବାର ସମୟ; ଆଲିଙ୍ଗନ କରିବାର ସମୟ ଓ ଆଲିଙ୍ଗନରୁ ନିବୃତ୍ତ ହେବାର ସମୟ,

6ଅନ୍ଵେଷଣ କରିବାର ସମୟ ଓ ହଜାଇବାର ସମୟ; ରଖିବାର ସମୟ ଓ ପକାଇ ଦେବାର ସମୟ;

7ଚିରିବାର ସମୟ ଓ ସିଲେଇ କରିବାର ସମୟ; ନୀରବ ରହିବାର ସମୟ ଓ କଥା କହିବାର ସମୟ;

8ପ୍ରେମ କରିବାର ସମୟ ଓ ଘୃଣା କରିବାର ସମୟ; ଯୁଦ୍ଧର ସମୟ ଓ ଶାନ୍ତିର ସମୟ ଅଛି।

9କର୍ମକାରୀ ବ୍ୟକ୍ତିର ଆପଣା ପରିଶ୍ରମରେ କି ଲାଭ?

10ପରମେଶ୍ୱର ମନୁଷ୍ୟ-ସନ୍ତାନଗଣକୁ ବ୍ୟସ୍ତ ହେବା ପାଇଁ ଯେଉଁ କାର୍ଯ୍ୟ ଦେଇଅଛନ୍ତି, ତାହା ମୁଁ ଦେଖିଅଛି।

11ସେ ପ୍ରତ୍ୟେକ ବିଷୟକୁ ତାହାର ସମୟରେ ଶୋଭିତ କରିଅଛନ୍ତି; ମଧ୍ୟ ସେ ସେମାନଙ୍କ ହୃଦୟରେ ଅନନ୍ତକାଳ ରଖିଅଛନ୍ତି; ତଥାପି ପରମେଶ୍ୱର ପ୍ରଥମଠାରୁ ଶେଷ ପର୍ଯ୍ୟନ୍ତ ଯେଉଁ କାର୍ଯ୍ୟ କରିଅଛନ୍ତି, ମନୁଷ୍ୟ ତହିଁର ତତ୍ତ୍ୱ ପାଇ ପାରେ ନାହିଁ।

ଉପଦେଶକ 3

ଇଂରାଜୀରେ

Berean Standard BibleEcclesiastes 3:1–8To everything there is a season, and a time for every purpose under heaven: a time to be born and a time to die, a time to plant and a time to uproot, a time to kill and a time to heal, a time to break down and a time to build, a time to weep and a time to laugh, a time to mourn and a time to dance, a time to cast away stones and a time to gather stones together, a time to embrace and a time to refrain from embracing, a time to search and a time to count as lost, a time to keep and a time to discard, a time to tear and a time to mend, a time to be silent and a time to speak, a time to love and a time to hate, a time for war and a time for peace.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଉପ 3:17ମୁଁ ମନେ ମନେ କହିଲି, “ପରମେଶ୍ୱର ଧାର୍ମିକ ଓ ଦୁଷ୍ଟର ବିଚାର କରିବେ; କାରଣ ପ୍ରତ୍ୟେକ ମନସ୍କାମନା ଓ ପ୍ରତ୍ୟେକ କାର୍ଯ୍ୟ ପାଇଁ ସମୟ ଅଛି।”
ମାଥି 16:3ଆଉ ପ୍ରାତଃକାଳରେ କହିଥାଅ, ‘ଆଜି ଝଡ଼ ହେବ, କାରଣ ଆକାଶ ଲାଲ୍ ଓ ମେଘୁଆ ହୋଇଅଛି।’ ତୁମ୍ଭେମାନେ ଆକାଶର ଲକ୍ଷଣର ଭେଦାଭେଦ ବୁଝି ପାରୁଅଛ, କିନ୍ତୁ କାଳର ଲକ୍ଷଣସବୁ ବୁଝି ପାରୁ ନାହଁ?
ଉପ 8:5–6ଯେ ଆଜ୍ଞା ପାଳନ କରେ, ସେ କୌଣସି ମନ୍ଦ ବିଷୟ ଜାଣିବ ନାହିଁ; ପୁଣି ଜ୍ଞାନୀର ମନ ସମୟ ଓ ବିଚାର ଜାଣେ; କାରଣ ପ୍ରତ୍ୟେକ ଅଭିପ୍ରାୟ ପାଇଁ ସମୟ ଓ ବିଚାର ଅଛି; ଯେହେତୁ ମନୁଷ୍ୟର ଦୁଃଖ ତାହା ପକ୍ଷରେ ଅତିଶୟ;
ଉପ 7:14ସୁଖ ସମୟରେ ଆନନ୍ଦିତ ହୁଅ ଓ ଦୁଃଖ ସମୟରେ ବିବେଚନା କର; ମନୁଷ୍ୟକୁ ଭବିଷ୍ୟତରେ ଯାହା ଘଟିବ, ତାହା ଯେପରି ସେ ଜାଣି ନ ପାରେ, ଏଥିପାଇଁ ପରମେଶ୍ୱର ସୁଖ ଓ ଦୁଃଖକୁ ପାଖେ ପାଖେ ରଖିଅଛନ୍ତି।
ଦ୍ଵି.ରା 5:26ଏଥିରେ ଇଲୀଶାୟ ତାହାକୁ କହିଲେ, “ସେ ଲୋକ ତୁମ୍ଭକୁ ଭେଟିବା ପାଇଁ ଯେତେବେଳେ ଆପଣା ରଥରୁ ଫେରି ଆସିଲା, ସେତେବେଳେ ମୋହର ଅନ୍ତଃକରଣ କି ତୁମ୍ଭ ସଙ୍ଗରେ ଯାଇ ନ ଥିଲା? ଏ କି ରୂପା, ବସ୍ତ୍ର, ଜୀତକ୍ଷେତ୍ର, ଦ୍ରାକ୍ଷାକ୍ଷେତ୍ର, ମେଷ, କି ଗୋରୁ, ଓ ଦାସ ଓ ଦାସୀ ଗ୍ରହଣ କରିବାର ସମୟ?
ହିତୋ 15:23ଆପଣା ମୁଖର ଉତ୍ତରରେ ମନୁଷ୍ୟର ଆନନ୍ଦ ହୁଏ, ପୁଣି ଯଥାକାଳର କଥା କିପରି ଉତ୍ତମ!
ଦ୍ଵି.ବଂ 33:12ପୁଣି, ସେ ଦୁଃଖରେ ଥିବା ବେଳେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କର ଅନ୍ୱେଷଣ କଲେ ଓ ଆପଣା ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ଛାମୁରେ ଆପଣାକୁ ଅତିଶୟ ନମ୍ର କଲେ।
ଉପ 2:3ମୁଁ କିପରି ମଦ୍ୟପାନରେ ଶରୀରକୁ ତୁଷ୍ଟ କରିବି ଓ ଆକାଶ ତଳେ ମନୁଷ୍ୟ-ସନ୍ତାନଗଣର ଯାବଜ୍ଜୀବନ କଅଣ କରିବା ଭଲ, ଏହା ଜାଣି ପାରିବା ପର୍ଯ୍ୟନ୍ତ କିପରି ଅଜ୍ଞାନତା ଅବଲମ୍ବନ କରିବି, ଏହା ମନେ ମନେ ଅନୁସନ୍ଧାନ କଲି, ଏହି ସମୟରେ ମଧ୍ୟ ମୋହର ମନ ଜ୍ଞାନରେ ମୋତେ ପଥ ପ୍ରଦର୍ଶନ କରୁଥିଲା।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର