Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଉପଦେଶକ 4:9–12

ବାଇବେଲ ପଦ · IRV

ଉପଦେଶକ 4:9–12

9ଏକ ଜଣରୁ ଦୁଇ ଜଣ ଭଲ, କାରଣ ସେମାନେ ଆପଣା ଆପଣା ପରିଶ୍ରମର ଉତ୍ତମ ଫଳ ପ୍ରାପ୍ତ ହୁଅନ୍ତି।

10ସେମାନେ ପଡ଼ିଲେ, ଜଣେ ଆପଣା ସଙ୍ଗୀକୁ ଉଠାଇବ; ମାତ୍ର ଯେ ପଡ଼ିବା ବେଳେ ଏକାକୀ ଥାଏ ଓ ଯାହାକୁ ଉଠାଇବା ପାଇଁ ଅନ୍ୟ ନ ଥାଏ, ସେ ସନ୍ତାପର ପାତ୍ର।

11ଆହୁରି, ଦୁଇ ଜଣ ଏକତ୍ର ଶୟନ କଲେ ଉଷ୍ଣ ହୁଅନ୍ତି; ମାତ୍ର ଜଣେ କିପରି ଏକାକୀ ଉଷ୍ଣ ହୋଇପାରେ?

12ଯେବେ କେହି ଏକାକୀ ଥିବା ଲୋକକୁ ପରାସ୍ତ କରେ, ତେବେ ଦୁଇ ଜଣ ତାହାର ପ୍ରତିବାଧା କରିବେ; ପୁଣି, ତ୍ରିଗୁଣ ରଜ୍ଜୁ ଶୀଘ୍ର ଛିଣ୍ଡିଯାଏ ନାହିଁ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଉପଦେଶକ 4

ପ୍ରସଙ୍ଗରେ

6ପରିଶ୍ରମ ଓ ବାୟୁର ପଶ୍ଚାଦ୍ଧାବନ ସହିତ ଦୁଇ ମୁଠି ଅପେକ୍ଷା ଶାନ୍ତି ସହିତ ଏକ ମୁଠି ଭଲ।

7ତେବେ ମୁଁ ଫେରି ସୂର୍ଯ୍ୟ ତଳେ ଅସାରତା ଦେଖିଲି।

8କୌଣସି ଲୋକ ଏକାକୀ ଥାଏ ଓ ତାହାର ଦ୍ୱିତୀୟ କେହି ନାହିଁ; କିଅବା ତାହାର ପୁତ୍ର କି ଭ୍ରାତା ନାହିଁ; ତଥାପି ତାହାର ସମସ୍ତ ପରିଶ୍ରମର ସୀମା ନାହିଁ, ଅଥବା ଧନରେ ତାହାର ଚକ୍ଷୁ ତୃପ୍ତ ନୁହେଁ। ସେ କହେ, ତେବେ ମୁଁ କାହା ପାଇଁ ପରିଶ୍ରମ କରୁଅଛି ଓ ଆପଣା ପ୍ରାଣକୁ ମଙ୍ଗଳରୁ ବଞ୍ଚିତ କରିଅଛି? ଏହା ହିଁ ଅସାର ଓ ଅତ୍ୟନ୍ତ କ୍ଲେଶଜନକ।

9ଏକ ଜଣରୁ ଦୁଇ ଜଣ ଭଲ, କାରଣ ସେମାନେ ଆପଣା ଆପଣା ପରିଶ୍ରମର ଉତ୍ତମ ଫଳ ପ୍ରାପ୍ତ ହୁଅନ୍ତି।

10ସେମାନେ ପଡ଼ିଲେ, ଜଣେ ଆପଣା ସଙ୍ଗୀକୁ ଉଠାଇବ; ମାତ୍ର ଯେ ପଡ଼ିବା ବେଳେ ଏକାକୀ ଥାଏ ଓ ଯାହାକୁ ଉଠାଇବା ପାଇଁ ଅନ୍ୟ ନ ଥାଏ, ସେ ସନ୍ତାପର ପାତ୍ର।

11ଆହୁରି, ଦୁଇ ଜଣ ଏକତ୍ର ଶୟନ କଲେ ଉଷ୍ଣ ହୁଅନ୍ତି; ମାତ୍ର ଜଣେ କିପରି ଏକାକୀ ଉଷ୍ଣ ହୋଇପାରେ?

12ଯେବେ କେହି ଏକାକୀ ଥିବା ଲୋକକୁ ପରାସ୍ତ କରେ, ତେବେ ଦୁଇ ଜଣ ତାହାର ପ୍ରତିବାଧା କରିବେ; ପୁଣି, ତ୍ରିଗୁଣ ରଜ୍ଜୁ ଶୀଘ୍ର ଛିଣ୍ଡିଯାଏ ନାହିଁ।

13ଯେଉଁ ବୃଦ୍ଧ ଓ ନିର୍ବୋଧ ରାଜା ଆଉ କୌଣସି ପରାମର୍ଶ ଗ୍ରହଣ କରିବାକୁ ଜାଣେ ନାହିଁ, ତାହା ଅପେକ୍ଷା ଦରିଦ୍ର ଓ ଜ୍ଞାନବାନ ଯୁବା ଲୋକ ଭଲ।

14କାରଣ ସେ ରାଜା ହେବା ପାଇଁ କାରାଗାରରୁ ବାହାର ହୋଇ ଆସିଲା; ଆହୁରି, ସେ ତାହାର ରାଜ୍ୟରେ ଦରିଦ୍ର ହୋଇ ଜନ୍ମିଥିଲା।

15ମୁଁ ସୂର୍ଯ୍ୟ ତଳେ ଗମନକାରୀ ସମସ୍ତ ପ୍ରାଣୀକୁ ଦେଖିଲି ଯେ, ସେମାନେ ସେହି ଯୁବାର, ଯେଉଁ ଦ୍ୱିତୀୟ ବ୍ୟକ୍ତି ଏହାର ସ୍ଥାନରେ ଉଠିଲା, ତାହାର ସଙ୍ଗୀ।

ଉପଦେଶକ 4

ଇଂରାଜୀରେ

Berean Standard BibleEcclesiastes 4:9–12Two are better than one, because they have a good return for their labor. For if one falls down, his companion can lift him up; but pity the one who falls without another to help him up! Again, if two lie down together, they will keep warm; but how can one keep warm alone? And though one may be overpowered, two can resist. Moreover, a cord of three strands is not quickly broken.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ହିତୋ 27:17ଯେପରି ଲୁହା ଲୁହାକୁ ସତେଜ କରେ, ସେପରି ମନୁଷ୍ୟ ଆପଣା ବନ୍ଧୁର ମୁଖ ସତେଜ କରେ।
ଆଦି 2:18ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।”
ପ୍ର.କରି 12:18–21କିନ୍ତୁ ଈଶ୍ବର ଅଙ୍ଗପ୍ରତ୍ୟଙ୍ଗକୁ ଗୋଟି ଗୋଟି କରି ଶରୀରରେ ଆପଣା ଇଚ୍ଛାନୁସାରେ ଖଞ୍ଜିଅଛନ୍ତି। ଆଉ, ଯଦି ସେ ସମସ୍ତ ଗୋଟିଏ ଅଙ୍ଗ ହୋଇଥାଆନ୍ତା, ତେବେ ଶରୀର କେଉଁଠାରେ? କିନ୍ତୁ ପ୍ରକୃତରେ ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀର ଏକ। ତୋʼଠାରେ ମୋହର ପ୍ରୟୋଜନ ନାହିଁ ବୋଲି ଆଖି ହାତକୁ କହିପାରେ ନାହିଁ, କିଅବା ତୋʼଠାରେ ମୋହର ପ୍ରୟୋଜନ ନାହିଁ ବୋଲି ମସ୍ତକ ପାଦକୁ କହିପାରେ ନାହିଁ।
ମାର୍କ 6:7ପରେ ସେ ଚାରିଆଡ଼େ ଗ୍ରାମେ ଗ୍ରାମେ ଭ୍ରମଣ କରି ଶିକ୍ଷା ଦେବାକୁ ଲାଗିଲେ। ଇତିମଧ୍ୟରେ ସେ ବାର ଶିଷ୍ୟମାନଙ୍କୁ ନିକଟକୁ ଡାକି ସେମାନଙ୍କୁ ଦୁଇ ଦୁଇ ଜଣ କରି ପ୍ରେରଣ କରିବାକୁ ଆରମ୍ଭ କଲେ ଏବଂ ଅଶୁଚି ଆତ୍ମାମାନଙ୍କ ଉପରେ ସେମାନଙ୍କୁ ଅଧିକାର ଦେଲେ,
ଗଣ 11:14ମୁଁ ଏକାକୀ ଏତେ ଲୋକଙ୍କର ଭାର ବହି ନ ପାରେ, କାରଣ ଏହା ମୋʼ ପାଇଁ ଅସହ୍ୟ ଅଟେ।
ପ୍ର.ଥେସ 5:11ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ୱନା ଦିଅ, ପୁଣି, ପରସ୍ପରର ନିଷ୍ଠା ଜନ୍ମାଅ।
ଯୋହ 4:36ଏବେ ସୁଦ୍ଧା କଟାଳି ମୂଳ ପାଉଅଛି ଓ ଅନନ୍ତ ଜୀବନ ନିମନ୍ତେ ଫଳ ସଂଗ୍ରହ କରୁଅଛି, ଯେପରି ବୁଣାଳୀ ଓ କଟାଳି ଉଭୟ ମିଳି ଆନନ୍ଦ କରନ୍ତି।
ରୂତ 2:12ସଦାପ୍ରଭୁ ତୁମ୍ଭ କର୍ମର ଫଳ ଦେଉନ୍ତୁ; ଇସ୍ରାଏଲର ଯେଉଁ ସଦାପ୍ରଭୁ ପରମେଶ୍ୱରଙ୍କ ପକ୍ଷ ତଳେ ତୁମ୍ଭେ ଆଶ୍ରୟ ନେବାକୁ ଆସିଅଛ, ସେ ତୁମ୍ଭକୁ ସମ୍ପୂର୍ଣ୍ଣ ପୁରସ୍କାର ଦେଉନ୍ତୁ।”

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର