Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଏଫିସୀୟ 2:10

ବାଇବେଲ ପଦ · IRV

ଏଫିସୀୟ 2:10

କାରଣ ଆମ୍ଭେମାନେ ତାହାଙ୍କ ରଚନା, ଯେ ସମସ୍ତ ସତ୍କର୍ମ ଆମ୍ଭେମାନେ କରିବୁ ବୋଲି ଈଶ୍ବର ପୂର୍ବରୁ ପ୍ରସ୍ତୁତ କରିଥିଲେ, ଆଚରଣରେ ସେହିସବୁ ସାଧନ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କଠାରେ ସୃଷ୍ଟ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଏଫିସୀୟ 2

ପ୍ରସଙ୍ଗରେ

7ଯେପରି ଖ୍ରୀଷ୍ଟ ଯୀଶୁଙ୍କଠାରେ ସେ ଆମ୍ଭମାନଙ୍କ ପ୍ରତି କରୁଣା କରି ଆଗାମୀ ଯୁଗରେ ଆପଣା ଅନୁଗ୍ରହର ଅତ୍ୟଧିକ ଧନ ପ୍ରକାଶ କରନ୍ତି।

8କାରଣ ଅନୁଗ୍ରହରେ ବିଶ୍ୱାସ ଦ୍ୱାରା ତୁମ୍ଭେମାନେ ପରିତ୍ରାଣ ପାଇଅଛ; ତାହା ତୁମ୍ଭମାନଙ୍କ ନିଜଠାରୁ ହୋଇ ନାହିଁ, ତାହା ଈଶ୍ବରଙ୍କ ଦାନ,

9କର୍ମରୁ ନୁହେଁ, ଯେପରି କେହି ଦର୍ପ ନ କରେ।

10କାରଣ ଆମ୍ଭେମାନେ ତାହାଙ୍କ ରଚନା, ଯେ ସମସ୍ତ ସତ୍କର୍ମ ଆମ୍ଭେମାନେ କରିବୁ ବୋଲି ଈଶ୍ବର ପୂର୍ବରୁ ପ୍ରସ୍ତୁତ କରିଥିଲେ, ଆଚରଣରେ ସେହିସବୁ ସାଧନ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କଠାରେ ସୃଷ୍ଟ।

11ଅତଏବ ତୁମ୍ଭେମାନେ ପୂର୍ବରେ ଯେତେବେଳେ ଶରୀର ସମ୍ବନ୍ଧରେ ଅଣଯିହୁଦୀ ଥିଲ ଓ ଶାରୀରିକ ଭାବେ ହସ୍ତକୃତ ସୁନ୍ନତ ଲୋକମାନଙ୍କ ଦ୍ୱାରା ଅସୁନ୍ନତ ବୋଲି ଖ୍ୟାତ ହେଉଥିଲ,

12ସେତେବେଳେ ତୁମ୍ଭେମାନେ ଯେ ଖ୍ରୀଷ୍ଟଙ୍କଠାରୁ ପୃଥକ୍, ପ୍ରତିଜ୍ଞାଯୁକ୍ତ ନିୟମରେ ନିରଂଶ, ଇସ୍ରାଏଲର ପ୍ରଜାସତ୍ତ୍ବ ରହିତ, ପୁଣି ଜଗତରେ ଭରସାହୀନ ଓ ଈଶ୍ବରବିହୀନ ଥିଲ, ତାହା ସ୍ମରଣ କର।

13କିନ୍ତୁ ପୂର୍ବେ ତୁମ୍ଭେମାନେ ଦୂରରେ ଥିଲ ଯେ, ଏବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ରକ୍ତ ଦ୍ୱାରା ନିକଟସ୍ଥ ହୋଇଅଛ।

ଏଫିସୀୟ 2

ଇଂରାଜୀରେ

Berean Standard BibleEphesians 2:10For we are God’s workmanship, created in Christ Jesus to do good works, which God prepared in advance as our way of life.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଫିଲି 2:13କାରଣ ଇଚ୍ଛା କରିବାକୁ ଓ ସାଧନ କରିବାକୁ ଈଶ୍ବର ଆପଣା ମଙ୍ଗଳମୟ ସଙ୍କଳ୍ପର ସଫଳତା ନିମନ୍ତେ ତୁମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ କରନ୍ତି।
କଲ 1:10ସମସ୍ତ ଆତ୍ମିକ ଜ୍ଞାନ ଓ ବୁଦ୍ଧିରେ ପ୍ରଭୁଙ୍କୁ ସର୍ବପ୍ରକାରେ ସନ୍ତୁଷ୍ଟ କରିବା ନିମନ୍ତେ ତାହାଙ୍କ ଯୋଗ୍ୟ ଆଚରଣ କର, ଅର୍ଥାତ୍‍, ଈଶ୍ବରଙ୍କ ତତ୍ତ୍ୱଜ୍ଞାନରେ ବଢ଼ି ସମସ୍ତ ଉତ୍ତମକର୍ମର ଫଳରେ ଫଳବାନ ହୁଅ
ଏବ୍ରୀ 13:21ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ। ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍‍।
ଦ୍ଵି.କରି 5:17ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି।
ଦ୍ଵି.କରି 9:8ଆଉ, ସମସ୍ତ ବିଷୟ ସର୍ବଦା ଯଥେଷ୍ଟ ରୂପେ ପାଇ ତୁମ୍ଭେମାନେ ଯେପରି ସମସ୍ତ ଉତ୍ତମ କର୍ମ ନିମନ୍ତେ ଅଧିକରୁ ଅଧିକତର ଦାନ କରିପାର, ଏଥିନିମନ୍ତେ ଈଶ୍ବର ତୁମ୍ଭମାନଙ୍କୁ ସର୍ବ ପ୍ରକାର ଅନୁଗ୍ରହ ପ୍ରଚୁର ଭାବରେ ଦେବାକୁ ସମର୍ଥ ଅଟନ୍ତି,
ଫିଲି 1:6କାରଣ ଯେ ତୁମ୍ଭମାନଙ୍କ ଅନ୍ତରରେ ଉତ୍ତମ କାର୍ଯ୍ୟ ଆରମ୍ଭ କରିଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁଙ୍କ ଦିନ ପର୍ଯ୍ୟନ୍ତ ତାହା ସାଧନ କରି ସିଦ୍ଧ କରିବେ, ଏହା ତ ମୁଁ ଦୃଢ଼ରୂପେ ବିଶ୍ୱାସ କରେ;
ଏଫି 4:24ଯେଉଁ ନୂତନ ସ୍ୱଭାବ ଈଶ୍ବରଙ୍କ ପ୍ରତିମୂର୍ତ୍ତିରେ ଧାର୍ମିକତା ଓ ସତ୍ୟର ପବିତ୍ରତାରେ ସୃଷ୍ଟ ହୋଇଅଛି, ତାହା ପରିଧାନ କରିବାକୁ ଶିକ୍ଷିତ ହୋଇଅଛ।
ଦ୍ଵି.ତୀମ 3:17ଯେପରି ଈଶ୍ବରଙ୍କ ଲୋକ ସିଦ୍ଧ ହୋଇ ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ସୁସଜ୍ଜିତ ହୁଏ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର