Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଏଫିସୀୟ 2:8–9

ବାଇବେଲ ପଦ · IRV

ଏଫିସୀୟ 2:8–9

8କାରଣ ଅନୁଗ୍ରହରେ ବିଶ୍ୱାସ ଦ୍ୱାରା ତୁମ୍ଭେମାନେ ପରିତ୍ରାଣ ପାଇଅଛ; ତାହା ତୁମ୍ଭମାନଙ୍କ ନିଜଠାରୁ ହୋଇ ନାହିଁ, ତାହା ଈଶ୍ବରଙ୍କ ଦାନ,

9କର୍ମରୁ ନୁହେଁ, ଯେପରି କେହି ଦର୍ପ ନ କରେ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଏଫିସୀୟ 2

ପ୍ରସଙ୍ଗରେ

5ସେଥିସକାଶେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ସହିତ ଜୀବିତ କରିଅଛନ୍ତି, ଏଣୁ ଅନୁଗ୍ରହରେ ତୁମ୍ଭେମାନେ ପରିତ୍ରାଣ ପାଇଅଛ,

6ପୁଣି, ତାହାଙ୍କ ସହିତ ଆମ୍ଭମାନଙ୍କୁ ଉତ୍ଥାପିତ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ତାହାଙ୍କ ସହିତ ସ୍ୱର୍ଗରେ ଉପବେଶନ କରାଇଅଛନ୍ତି,

7ଯେପରି ଖ୍ରୀଷ୍ଟ ଯୀଶୁଙ୍କଠାରେ ସେ ଆମ୍ଭମାନଙ୍କ ପ୍ରତି କରୁଣା କରି ଆଗାମୀ ଯୁଗରେ ଆପଣା ଅନୁଗ୍ରହର ଅତ୍ୟଧିକ ଧନ ପ୍ରକାଶ କରନ୍ତି।

8କାରଣ ଅନୁଗ୍ରହରେ ବିଶ୍ୱାସ ଦ୍ୱାରା ତୁମ୍ଭେମାନେ ପରିତ୍ରାଣ ପାଇଅଛ; ତାହା ତୁମ୍ଭମାନଙ୍କ ନିଜଠାରୁ ହୋଇ ନାହିଁ, ତାହା ଈଶ୍ବରଙ୍କ ଦାନ,

9କର୍ମରୁ ନୁହେଁ, ଯେପରି କେହି ଦର୍ପ ନ କରେ।

10କାରଣ ଆମ୍ଭେମାନେ ତାହାଙ୍କ ରଚନା, ଯେ ସମସ୍ତ ସତ୍କର୍ମ ଆମ୍ଭେମାନେ କରିବୁ ବୋଲି ଈଶ୍ବର ପୂର୍ବରୁ ପ୍ରସ୍ତୁତ କରିଥିଲେ, ଆଚରଣରେ ସେହିସବୁ ସାଧନ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କଠାରେ ସୃଷ୍ଟ।

11ଅତଏବ ତୁମ୍ଭେମାନେ ପୂର୍ବରେ ଯେତେବେଳେ ଶରୀର ସମ୍ବନ୍ଧରେ ଅଣଯିହୁଦୀ ଥିଲ ଓ ଶାରୀରିକ ଭାବେ ହସ୍ତକୃତ ସୁନ୍ନତ ଲୋକମାନଙ୍କ ଦ୍ୱାରା ଅସୁନ୍ନତ ବୋଲି ଖ୍ୟାତ ହେଉଥିଲ,

12ସେତେବେଳେ ତୁମ୍ଭେମାନେ ଯେ ଖ୍ରୀଷ୍ଟଙ୍କଠାରୁ ପୃଥକ୍, ପ୍ରତିଜ୍ଞାଯୁକ୍ତ ନିୟମରେ ନିରଂଶ, ଇସ୍ରାଏଲର ପ୍ରଜାସତ୍ତ୍ବ ରହିତ, ପୁଣି ଜଗତରେ ଭରସାହୀନ ଓ ଈଶ୍ବରବିହୀନ ଥିଲ, ତାହା ସ୍ମରଣ କର।

ଏଫିସୀୟ 2

ଇଂରାଜୀରେ

Berean Standard BibleEphesians 2:8–9For it is by grace you have been saved through faith, and this not from yourselves; it is the gift of God, not by works, so that no one can boast.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ରୋମୀ 3:22–26ଅର୍ଥାତ୍‍, ଈଶ୍ବରଙ୍କର ଯେଉଁ ଧାର୍ମିକତା ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ସମସ୍ତ ବିଶ୍ୱାସୀଙ୍କ ପ୍ରତି ବର୍ତ୍ତେ, କାରଣ କୌଣସି ପ୍ରଭେଦ ନାହିଁ, ସମସ୍ତେ ତ ପାପ କରିଅଛନ୍ତି, ପୁଣି, ଈଶ୍ବରଙ୍କ ଗୌରବରହିତ ହୋଇଅଛନ୍ତି, ପୁଣି, ସେମାନେ ବିନାମୂଲ୍ୟରେ ତାହାଙ୍କ ଅନୁଗ୍ରହରେ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଯେଉଁ ମୁକ୍ତି ଅଛି, ତଦ୍ୱାରା ଧାର୍ମିକ ଗଣିତ ହୁଅନ୍ତି। ଈଶ୍ବର ଆପଣା ସହିଷ୍ଣୁତାରେ ପୂର୍ବକୃତ ପାପସବୁ ଉପେକ୍ଷା କରିଥିବାରୁ ନିଜ ଧାର୍ମିକତା ପ୍ରକାଶ କରିବା ନିମନ୍ତେ ତାହାଙ୍କୁ ଏବଂ ତାହାଙ୍କ ରକ୍ତରେ ବିଶ୍ୱାସ ଦ୍ୱାରା, ପ୍ରାୟଶ୍ଚିତ୍ତବଳି ରୂପେ ପ୍ରଦର୍ଶନ କରିଅଛନ୍ତି, ପୁଣି, ବର୍ତ୍ତମାନ କାଳରେ ଆପଣା ଧାର୍ମିକତା ପ୍ରକାଶ କରିବା ନିମନ୍ତେ ସେ ଏହା କରିଅଛନ୍ତି, ଯେପରି ସେ ସ୍ୱୟଂ ଧାର୍ମିକ ଓ ଯୀଶୁଙ୍କଠାରେ ବିଶ୍ୱାସୀକୁ ଧାର୍ମିକ ଗଣନାକାରୀ ବୋଲି ପ୍ରକାଶିତ ହୁଅନ୍ତି।
ରୋମୀ 4:16ଏଣୁ ଏହି ପ୍ରତିଜ୍ଞା ବିଶ୍ୱାସ ହେତୁ ପ୍ରାପ୍ତ ହୁଏ, ଯେପରି ତାହା ଅନୁଗ୍ରହ ଅନୁସାରେ ହୁଏ, ଆଉ ତଦ୍ୱାରା ସମସ୍ତ ବଂଶ ପକ୍ଷରେ, କେବଳ ବ୍ୟବସ୍ଥାବଲମ୍ବୀ ବଂଶ ପକ୍ଷରେ ନୁହେଁ, ମାତ୍ର ଅବ୍ରହାମଙ୍କ ବିଶ୍ୱାସାବଲମ୍ବୀ ବଂଶ ପକ୍ଷରେ ସୁଦ୍ଧା ସେହି ପ୍ରତିଜ୍ଞା ଅଟଳ ରହେ;
ଯୋହ 1:12–13ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍‍, ଯେଉଁମାନେ ତାହାଙ୍କ ନାମରେ ବିଶ୍ୱାସ କଲେ, ସେ ସମସ୍ତଙ୍କୁ ସେ ଈଶ୍ବରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ; ସେମାନେ ରକ୍ତରୁ, ଶରୀରର ଇଚ୍ଛାରୁ ଅବା ମନୁଷ୍ୟର ଇଚ୍ଛାରୁ ଜାତ ହେଲେ ନାହିଁ, ବରଂ ଈଶ୍ବରଙ୍କଠାରୁ ଜାତ ହେଲେ।
ରୋମୀ 10:17ଅତଏବ, ବିଶ୍ୱାସ ଶ୍ରବଣରୁ ଜାତ ହୁଏ ଓ ଶ୍ରବଣ ଖ୍ରୀଷ୍ଟଙ୍କ ବାକ୍ୟ ଦ୍ୱାରା ହୁଏ।
ରୋମୀ 10:9–10ଯେଣୁ ତୁମ୍ଭେ ଯଦି ମୁଖରେ ଯୀଶୁଙ୍କୁ ପ୍ରଭୁ ବୋଲି ସ୍ୱୀକାର କରିବ, ଆଉ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି ବୋଲି ହୃଦୟରେ ବିଶ୍ୱାସ କରିବ, ତେବେ ପରିତ୍ରାଣ ପ୍ରାପ୍ତ ହେବ; କାରଣ ଧାର୍ମିକତାପ୍ରାପ୍ତି ନିମନ୍ତେ ମନୁଷ୍ୟ ହୃଦୟରେ ବିଶ୍ୱାସ କରେ ଓ ପରିତ୍ରାଣ ପ୍ରାପ୍ତି ନିମନ୍ତେ ମୁଖରେ ସ୍ୱୀକାର କରେ।
ପ୍ରେରି 16:31ସେମାନେ କହିଲେ, ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କର, ତାହାହେଲେ ତୁମ୍ଭେ ଏବଂ ତୁମ୍ଭ ସପରିବାର ପରିତ୍ରାଣ ପାଇବ।
ଯାକୁ 1:16–18ହେ ମୋହର ପ୍ରିୟ ଭାଇମାନେ, ଭ୍ରାନ୍ତ ହୁଅ ନାହିଁ। ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍‍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ। ଆମ୍ଭେମାନେ ଯେପରି ତାହାଙ୍କ ସୃଷ୍ଟ ବିଷୟମାନଙ୍କ ମଧ୍ୟରୁ ଏକ-ପ୍ରକାର ପ୍ରଥମ ଫଳ ସ୍ୱରୂପ ହେଉ, ଏଥିନିମନ୍ତେ ସେ ଆପଣା ଇଚ୍ଛାନୁସାରେ ସତ୍ୟ ବାକ୍ୟ ଦ୍ୱାରା ଆମ୍ଭମାନଙ୍କୁ ଜନ୍ମ ଦେଲେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର