ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଏଫିସୀୟ 4:26–27
ବାଇବେଲ ପଦ · IRV
ଏଫିସୀୟ 4:26–27
26କ୍ରୋଧ କର କିନ୍ତୁ ପାପ କର ନାହିଁ; ସୂର୍ଯ୍ୟ ଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର, ପୁଣି, ଶୟତାନକୁ ସ୍ଥାନ ଦିଅ ନାହିଁ।
27ଚୋର ଆଉ ଚୋରି ନ କରୁ,
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଏଫିସୀୟ 4
ପ୍ରସଙ୍ଗରେ
23ପୁଣି, ତୁମ୍ଭମାନଙ୍କ ମନରେ ନୂତନୀକୃତ ହୋଇ,
24ଯେଉଁ ନୂତନ ସ୍ୱଭାବ ଈଶ୍ବରଙ୍କ ପ୍ରତିମୂର୍ତ୍ତିରେ ଧାର୍ମିକତା ଓ ସତ୍ୟର ପବିତ୍ରତାରେ ସୃଷ୍ଟ ହୋଇଅଛି, ତାହା ପରିଧାନ କରିବାକୁ ଶିକ୍ଷିତ ହୋଇଅଛ।
25ଅତଏବ ମିଥ୍ୟା ପରିତ୍ୟାଗ କରି ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ପ୍ରତିବାସୀ ସହିତ ସତ୍ୟ ଆଳାପ କର, କାରଣ ଆମ୍ଭେମାନେ ପରସ୍ପରର ଅଙ୍ଗପ୍ରତ୍ୟଙ୍ଗ।
26କ୍ରୋଧ କର କିନ୍ତୁ ପାପ କର ନାହିଁ; ସୂର୍ଯ୍ୟ ଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର, ପୁଣି, ଶୟତାନକୁ ସ୍ଥାନ ଦିଅ ନାହିଁ।
27ଚୋର ଆଉ ଚୋରି ନ କରୁ,
28ବରଂ ଅଭାବଗ୍ରସ୍ତ ଲୋକକୁ ଦାନ କରିବା ନିମନ୍ତେ ଯେପରି ତାହା ପାଖରେ କିଛି ଥାଇ ପାରେ, ଏଥିନିମନ୍ତେ ନିଜ ହାତରେ ଉତ୍ତମ କାର୍ଯ୍ୟ କରି ପରିଶ୍ରମ କରୁ।
29ତୁମ୍ଭମାନଙ୍କ ମୁଖରୁ କୌଣସି କୁବାକ୍ୟ ନିର୍ଗତ ନ ହେଉ, ବରଂ ଆବଶ୍ୟକ ଅନୁସାରେ ନିଷ୍ଠାଜନକ ବାକ୍ୟ ନିର୍ଗତ ହେଉ, ଯେପରି ତାହା ଶ୍ରୋତାମାନଙ୍କ ଅନୁଗ୍ରହ ପକ୍ଷରେ ହିତଜନକ ହୁଏ।
30ଆଉ ଈଶ୍ବରଙ୍କ ଯେଉଁ ପବିତ୍ର ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ମୁକ୍ତି ଦିବସ ନିମନ୍ତେ ମୁଦ୍ରାଙ୍କିତ ହୋଇଅଛ, ତାହାଙ୍କୁ ଦୁଃଖ ଦିଅ ନାହିଁ।
ଇଂରାଜୀରେ
“Be angry, yet do not sin.” Do not let the sun set upon your anger, and do not give the devil a foothold.ପୁରାତନ ନିୟମରୁ ଉଦ୍ଧୃତି
ଭୀତ ହୁଅ ଓ ପାପ କର ନାହିଁ; ତୁମ୍ଭେମାନେ ଶଯ୍ୟା ଉପରେ ମନେ ମନେ କଥା କହି ନୀରବ ହୁଅ। [ସେଲା]କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ। ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି, କ୍ରୋଧ କରିବାରେ ଧୀର ହେଉ,କ୍ରୋଧରୁ କ୍ଷାନ୍ତ ହୁଅ ଓ କୋପ ତ୍ୟାଗ କର; ଆପଣାକୁ ବିରକ୍ତ କର ନାହିଁ, ତାହା କେବଳ ଦୁଷ୍କର୍ମ କରିବାକୁ ପ୍ରବର୍ତ୍ତାଏ।ସମସ୍ତ ପ୍ରକାର କଟୁ ଭାବ, ରାଗ, କ୍ରୋଧ, କଳହ ଓ ନିନ୍ଦା, ପୁଣି, ସମସ୍ତ ପ୍ରକାର ହିଂସା ତୁମ୍ଭମାନଙ୍କଠାରୁ ଦୂର ହେଉ; ଆଉ ପରସ୍ପର ପ୍ରତି ସଦୟ ହୁଅ, କୋମଳ ହୃଦୟ ପୁଣି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କୁ ଯେପରି କ୍ଷମା କଲେ, ସେହିପରି ପରସ୍ପରକୁ କ୍ଷମା କର।ଅତଏବ, ତୁମ୍ଭେମାନେ ଈଶ୍ବରଙ୍କର ବଶୀଭୂତ ହୁଅ; ଶୟତାନକୁ ପ୍ରତିବାଦ କର, ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ।କ୍ରୋଧ କରିବା ପାଇଁ ଆପଣା ଆତ୍ମାରେ ଚଞ୍ଚଳ ହୁଅ ନାହିଁ; କାରଣ ମୂର୍ଖମାନଙ୍କ ହୃଦୟରେ କ୍ରୋଧ ଅବସ୍ଥାନ କରେ।ଯେ କ୍ରୋଧ କରିବାରେ ଧୀର, ସେ ବଡ଼ ବୁଦ୍ଧିମାନ; ପୁଣି, ହଠାତ୍ କ୍ରୋଧୀ ଅଜ୍ଞାନତାରୂପ ଧ୍ୱଜା ଟେକେ।ମନୁଷ୍ୟର ସୁବୁଦ୍ଧି ତାହାକୁ କ୍ରୋଧ କରିବାକୁ ଧୀର କରେ; ପୁଣି, ଦୋଷ ଛାଡ଼ିଦେବାର ତାହାର ଭୂଷଣ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର