Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଏଫିସୀୟ 4:29

ବାଇବେଲ ପଦ · IRV

ଏଫିସୀୟ 4:29

ତୁମ୍ଭମାନଙ୍କ ମୁଖରୁ କୌଣସି କୁବାକ୍ୟ ନିର୍ଗତ ନ ହେଉ, ବରଂ ଆବଶ୍ୟକ ଅନୁସାରେ ନିଷ୍ଠାଜନକ ବାକ୍ୟ ନିର୍ଗତ ହେଉ, ଯେପରି ତାହା ଶ୍ରୋତାମାନଙ୍କ ଅନୁଗ୍ରହ ପକ୍ଷରେ ହିତଜନକ ହୁଏ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଏଫିସୀୟ 4

ପ୍ରସଙ୍ଗରେ

26କ୍ରୋଧ କର କିନ୍ତୁ ପାପ କର ନାହିଁ; ସୂର୍ଯ୍ୟ ଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର, ପୁଣି, ଶୟତାନକୁ ସ୍ଥାନ ଦିଅ ନାହିଁ।

27ଚୋର ଆଉ ଚୋରି ନ କରୁ,

28ବରଂ ଅଭାବଗ୍ରସ୍ତ ଲୋକକୁ ଦାନ କରିବା ନିମନ୍ତେ ଯେପରି ତାହା ପାଖରେ କିଛି ଥାଇ ପାରେ, ଏଥିନିମନ୍ତେ ନିଜ ହାତରେ ଉତ୍ତମ କାର୍ଯ୍ୟ କରି ପରିଶ୍ରମ କରୁ।

29ତୁମ୍ଭମାନଙ୍କ ମୁଖରୁ କୌଣସି କୁବାକ୍ୟ ନିର୍ଗତ ନ ହେଉ, ବରଂ ଆବଶ୍ୟକ ଅନୁସାରେ ନିଷ୍ଠାଜନକ ବାକ୍ୟ ନିର୍ଗତ ହେଉ, ଯେପରି ତାହା ଶ୍ରୋତାମାନଙ୍କ ଅନୁଗ୍ରହ ପକ୍ଷରେ ହିତଜନକ ହୁଏ।

30ଆଉ ଈଶ୍ବରଙ୍କ ଯେଉଁ ପବିତ୍ର ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ମୁକ୍ତି ଦିବସ ନିମନ୍ତେ ମୁଦ୍ରାଙ୍କିତ ହୋଇଅଛ, ତାହାଙ୍କୁ ଦୁଃଖ ଦିଅ ନାହିଁ।

31ସମସ୍ତ ପ୍ରକାର କଟୁ ଭାବ, ରାଗ, କ୍ରୋଧ, କଳହ ଓ ନିନ୍ଦା, ପୁଣି, ସମସ୍ତ ପ୍ରକାର ହିଂସା ତୁମ୍ଭମାନଙ୍କଠାରୁ ଦୂର ହେଉ;

32ଆଉ ପରସ୍ପର ପ୍ରତି ସଦୟ ହୁଅ, କୋମଳ ହୃଦୟ ପୁଣି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କୁ ଯେପରି କ୍ଷମା କଲେ, ସେହିପରି ପରସ୍ପରକୁ କ୍ଷମା କର।

ଏଫିସୀୟ 4

ଇଂରାଜୀରେ

Berean Standard BibleEphesians 4:29Let no unwholesome talk come out of your mouths, but only what is helpful for building up the one in need and bringing grace to those who listen.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

କଲ 4:6ତୁମ୍ଭମାନଙ୍କ ବାକ୍ୟ ସର୍ବଦା ମନୋହର ପୁଣି, ଲବଣରେ ଅନୁଗ୍ରହଯୁକ୍ତ ହେଉ, ଯେପରି କାହାକୁ କିପରି ଉତ୍ତର ଦେବାକୁ ହୁଏ, ତାହା ଜାଣି ପାର।
ପ୍ର.ଥେସ 5:11ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ୱନା ଦିଅ, ପୁଣି, ପରସ୍ପରର ନିଷ୍ଠା ଜନ୍ମାଅ।
ଉପ 10:12ଜ୍ଞାନୀର ମୁଖର ବାକ୍ୟ ଅନୁଗ୍ରହଜନକ; ମାତ୍ର ମୂର୍ଖର ନିଜ ଓଷ୍ଠାଧର ତାହାକୁ ଗ୍ରାସ କରିବ।
ହିତୋ 15:7ଜ୍ଞାନବାନର ଓଷ୍ଠାଧର ବିଦ୍ୟା ବିତରଣ କରେ; ମାତ୍ର ମୂର୍ଖର ମନ ସେପରି କରେ ନାହିଁ।
କଲ 3:8–9କିନ୍ତୁ ଏବେ ତୁମ୍ଭେମାନେ ମଧ୍ୟ ଏହିସବୁ ବିଷୟ, ଅର୍ଥାତ୍‍ କ୍ରୋଧ, ରାଗ, ହିଂସା, ନିନ୍ଦା, ମୁଖରୁ କୁତ୍ସିତ ବାକ୍ୟ ଏହିସବୁ ପରିତ୍ୟାଗ କର। ପରସ୍ପର ମିଥ୍ୟା କୁହ ନାହିଁ ତୁମ୍ଭେମାନେ ତ ପୁରାତନ ସ୍ୱଭାବ
ମାଥି 12:34–37ରେ କାଳସର୍ପର ବଂଶ, ତୁମ୍ଭେମାନେ ଦୁଷ୍ଟ ହୋଇ କିପ୍ରକାରେ ଭଲ କଥା କହିପାର? କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ। ଉତ୍ତମ ଲୋକ ଉତ୍ତମ ଭଣ୍ଡାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି, ମନ୍ଦ ଲୋକ ମନ୍ଦ ଭଣ୍ଡାରରୁ ମନ୍ଦ ପଦାର୍ଥ ବାହାର କରେ। କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି ମନୁଷ୍ୟମାନେ ଯେକୌଣସି ଅସାର କଥା କହନ୍ତି, ବିଚାର ଦିନରେ ସେମାନେ ସେଥିର ଉତ୍ତର ଦେବେ; ଯେଣୁ ତୁମ୍ଭ ବାକ୍ୟ ଦ୍ୱାରା ତୁମ୍ଭେ ନିର୍ଦ୍ଦୋଷ ଓ ତୁମ୍ଭ ବାକ୍ୟ ଦ୍ୱାରା ତୁମ୍ଭେ ଦୋଷୀ ବୋଲି ପ୍ରମାଣିତ ହେବ।”
ହିତୋ 25:11–12ଯଥୋଚିତମତେ କଥିତ ବାକ୍ୟ ରୂପାପାତ୍ରରେ ସୁବର୍ଣ୍ଣ ନାରଙ୍ଗ ତୁଲ୍ୟ। ସୁବର୍ଣ୍ଣ କର୍ଣ୍ଣକୁଣ୍ଡଳ ଓ ଶୁଦ୍ଧ ସୁବର୍ଣ୍ଣର ଅଳଙ୍କାର ଯେପରି, ମନୋଯୋଗକାରୀ କର୍ଣ୍ଣ ପ୍ରତି ଜ୍ଞାନବାନ ଭର୍ତ୍ସନାକାରୀ ସେପରି।
ଗୀତ 37:30–31ଧାର୍ମିକର ମୁଖ ଜ୍ଞାନର କଥା କହେ ଓ ତାହାର ଜିହ୍ୱା ନ୍ୟାୟ ବିଚାରର କଥା କହେ। ତାହାର ପରମେଶ୍ୱରଙ୍କ ବ୍ୟବସ୍ଥା ତାହାର ଅନ୍ତରରେ ଅଛି; ତାହାର କୌଣସି ପାଦଗତି ଖସିଯିବ ନାହିଁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର