Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଏଫିସୀୟ 4:32

ବାଇବେଲ ପଦ · IRV

ଏଫିସୀୟ 4:32

ଆଉ ପରସ୍ପର ପ୍ରତି ସଦୟ ହୁଅ, କୋମଳ ହୃଦୟ ପୁଣି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କୁ ଯେପରି କ୍ଷମା କଲେ, ସେହିପରି ପରସ୍ପରକୁ କ୍ଷମା କର।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଏଫିସୀୟ 4

ପ୍ରସଙ୍ଗରେ

29ତୁମ୍ଭମାନଙ୍କ ମୁଖରୁ କୌଣସି କୁବାକ୍ୟ ନିର୍ଗତ ନ ହେଉ, ବରଂ ଆବଶ୍ୟକ ଅନୁସାରେ ନିଷ୍ଠାଜନକ ବାକ୍ୟ ନିର୍ଗତ ହେଉ, ଯେପରି ତାହା ଶ୍ରୋତାମାନଙ୍କ ଅନୁଗ୍ରହ ପକ୍ଷରେ ହିତଜନକ ହୁଏ।

30ଆଉ ଈଶ୍ବରଙ୍କ ଯେଉଁ ପବିତ୍ର ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ମୁକ୍ତି ଦିବସ ନିମନ୍ତେ ମୁଦ୍ରାଙ୍କିତ ହୋଇଅଛ, ତାହାଙ୍କୁ ଦୁଃଖ ଦିଅ ନାହିଁ।

31ସମସ୍ତ ପ୍ରକାର କଟୁ ଭାବ, ରାଗ, କ୍ରୋଧ, କଳହ ଓ ନିନ୍ଦା, ପୁଣି, ସମସ୍ତ ପ୍ରକାର ହିଂସା ତୁମ୍ଭମାନଙ୍କଠାରୁ ଦୂର ହେଉ;

32ଆଉ ପରସ୍ପର ପ୍ରତି ସଦୟ ହୁଅ, କୋମଳ ହୃଦୟ ପୁଣି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କୁ ଯେପରି କ୍ଷମା କଲେ, ସେହିପରି ପରସ୍ପରକୁ କ୍ଷମା କର।

ଏଫିସୀୟ 4

ଇଂରାଜୀରେ

Berean Standard BibleEphesians 4:32Be kind and tenderhearted to one another, forgiving each other just as in Christ God forgave you.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

କଲ 3:12–13ଅତଏବ, ଈଶ୍ବରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁତା ପରିଧାନ କର। ପରସ୍ପର ପ୍ରତି ସହନଶୀଳ ହୁଅ ଆଉ ଯଦି କାହାରି କାହାରି ବିରୁଦ୍ଧରେ କୌଣସି କଥା ଥାଏ, ତେବେ ଏକକୁ ଆରେକ କ୍ଷମା କର; ପ୍ରଭୁ ଯେପରି ତୁମ୍ଭମାନଙ୍କୁ କ୍ଷମା କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି କର।
ମାଥି 6:14–15କାରଣ ଯେବେ ଲୋକମାନଙ୍କର ଅପରାଧସବୁ କ୍ଷମା କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ତୁମ୍ଭମାନଙ୍କୁ ମଧ୍ୟ କ୍ଷମା କରିବେ; କିନ୍ତୁ ଯେବେ ଲୋକମାନଙ୍କୁ କ୍ଷମା ନ କର, ତେବେ ତୁମ୍ଭମାନଙ୍କ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ।
ମାର୍କ 11:25ପୁଣି, ତୁମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରିବାକୁ ଠିଆ ହୁଅ, ଯଦି କାହାରି ବିରୁଦ୍ଧରେ ତୁମ୍ଭମାନଙ୍କର କିଛି କଥା ଥାଏ, ତାହାହେଲେ କ୍ଷମା କର, ଯେପରି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କର ଅପରାଧସବୁ କ୍ଷମା କରିବେ।
ପ୍ର. ପିତ 3:8–9ଶେଷ କଥା ଏହି, ତୁମ୍ଭେମାନେ ସମସ୍ତେ ଏକମନା, ପରସ୍ପରର ସୁଖଦୁଃଖର ସହଭାଗୀ, ଭ୍ରାତୃପ୍ରେମରେ ପ୍ରେମୀ, କୋମଳ ହୃଦୟ ଓ ନମ୍ରଚିତ୍ତ ହୁଅ; ଅନିଷ୍ଟ ପରିବର୍ତ୍ତେ ଅନିଷ୍ଟ କିଅବା ନିନ୍ଦାର ପରିବର୍ତ୍ତେ ନିନ୍ଦା ନ କରି ଅନ୍ୟ ପକ୍ଷରେ ବରଂ ଆଶୀର୍ବାଦ କର, କାରଣ ତୁମ୍ଭେମାନେ ଯେପରି ଆଶୀର୍ବାଦର ଅଧିକାରୀ ହୁଅ, ଏଥିପାଇଁ ଆହୂତ ହୋଇଅଛ।
ଦ୍ଵି.କରି 2:10କିନ୍ତୁ ତୁମ୍ଭେମାନେ ଯାହାର କିଛି କ୍ଷମା କର, ମୁଁ ମଧ୍ୟ ତାହାକୁ କ୍ଷମା କରେ; କାରଣ ମୁଁ ଯଦି କିଛି କ୍ଷମା କରିଅଛି, ତେବେ ଯାହା କ୍ଷମା କରିଅଛି, ତାହା ଖ୍ରୀଷ୍ଟଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ସକାଶେ କ୍ଷମା କରିଅଛି,
ଏଫି 5:1ଅତଏବ ପ୍ରିୟ ସନ୍ତାନମାନଙ୍କ ପରି ଈଶ୍ବରଙ୍କ ଅନୁକାରୀ ହୁଅ;
ଲୂକ 6:37“ପୁଣି, ବିଚାର କର ନାହିଁ, ତାହାହେଲେ ତୁମ୍ଭେମାନେ ବିଚାରିତ ହେବ ନାହିଁ; ଦୋଷୀ କର ନାହିଁ, ତାହାହେଲେ ତୁମ୍ଭେମାନେ ଦୋଷୀକୃତ ହେବ ନାହିଁ। କ୍ଷମା କର, ତାହାହେଲେ ତୁମ୍ଭମାନଙ୍କୁ କ୍ଷମା କରାଯିବ;
ଲୂକ 6:35ମାତ୍ର ତୁମ୍ଭମାନଙ୍କର ଶତ୍ରୁମାନଙ୍କୁ ପ୍ରେମ କର ଏବଂ ସେମାନଙ୍କର ମଙ୍ଗଳ କର, ପୁଣି, ପରିଶୋଧ ନେବାର ଆଶା ନ ରଖି ଋଣ ଦିଅ; ତାହାହେଲେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର ହେବ ଓ ତୁମ୍ଭେମାନେ ମହାନ ଈଶ୍ବରଙ୍କ ସନ୍ତାନ ହେବ, କାରଣ ସେ ଅକୃତଜ୍ଞ ଓ ଦୁଷ୍ଟମାନଙ୍କ ପ୍ରତି ଦୟାଳୁ ଅଟନ୍ତି।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର