Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଏଫିସୀୟ 5:11

ବାଇବେଲ ପଦ · IRV

ଏଫିସୀୟ 5:11

ଅନ୍ଧକାରର ନିଷ୍ଫଳ କର୍ମସବୁର ସହଭାଗୀ ହୁଅ ନାହିଁ, ବରଂ ସେସବୁର ଦୋଷ ହିଁ ଦେଖାଇଦିଅ;

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଏଫିସୀୟ 5

ପ୍ରସଙ୍ଗରେ

8କାରଣ ତୁମ୍ଭେମାନେ ପୂର୍ବେ ଅନ୍ଧକାର ସ୍ୱରୂପ ଥିଲ, କିନ୍ତୁ ଏବେ ପ୍ରଭୁଙ୍କ ସହଭାଗିତାରେ ଆଲୋକ ସ୍ୱରୂପ ହୋଇଅଛ; ଆଲୋକର ସନ୍ତାନମାନଙ୍କ ପରି ଆଚରଣ କର,

9(କାରଣ ସମସ୍ତ ପ୍ରକାର ଉତ୍ତମତା, ଧାର୍ମିକତା ଓ ସତ୍ୟ ଆଲୋକର ଫଳ ସ୍ୱରୂପ),

10ପ୍ରଭୁଙ୍କର କଣ ସନ୍ତୋଷଜନକ, ତାହା ଅନୁସନ୍ଧାନ କର;

11ଅନ୍ଧକାରର ନିଷ୍ଫଳ କର୍ମସବୁର ସହଭାଗୀ ହୁଅ ନାହିଁ, ବରଂ ସେସବୁର ଦୋଷ ହିଁ ଦେଖାଇଦିଅ;

12କାରଣ ସେମାନେ ଯାହାସବୁ ଗୁପ୍ତରେ କରନ୍ତି, ସେହିସବୁ କଥା କହିବା ସୁଦ୍ଧା ଲଜ୍ଜାଜନକ,

13କିନ୍ତୁ ସମସ୍ତ ବିଷୟର ଦୋଷ ଆଲୋକ ଦ୍ୱାରା ଦେଖାଇ ଦିଆଯାଏ, ଯେଉଁ ସବୁ ପ୍ରକାଶିତ ହୁଏ, ତାହା ଆଲୋକ।

14ଏଣୁ ପବିତ୍ର ଶାସ୍ତ୍ରରେ ଉକ୍ତ ଅଛି, “ହେ ନିଦ୍ରିତ ଜାଗ, ମୃତମାନଙ୍କ ମଧ୍ୟରୁ ଉଠ, ପୁଣି, ଖ୍ରୀଷ୍ଟ ତୁମ୍ଭକୁ ଆଲୋକ ପ୍ରଦାନ କରିବେ।”

ଏଫିସୀୟ 5

ଇଂରାଜୀରେ

Berean Standard BibleEphesians 5:11Have no fellowship with the fruitless deeds of darkness, but rather expose them.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ରୋମୀ 13:12ରାତ୍ରି ପାହାନ୍ତା ହେଉଅଛି, ଦିବସ ସନ୍ନିକଟ; ଅତଏବ ଆସ, ଆମ୍ଭେମାନେ ଅନ୍ଧକାରର କର୍ମସବୁ ପରିତ୍ୟାଗ କରି ଆଲୋକର ସଜ୍ଜା ପରିଧାନ କରୁ।
ପ୍ର.ତୀମ 5:20ଯେଉଁମାନେ ନିରନ୍ତର ପାପ କରିଥାଆନ୍ତି, ସେମାନଙ୍କୁ ସମସ୍ତଙ୍କ ସାକ୍ଷାତରେ ଅନୁଯୋଗ କର, ଯେପରି ଅନ୍ୟମାନେ ମଧ୍ୟ ଭୟଭୀତ ହେବେ।
ଦ୍ଵି.ଥେସ 3:6ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଉଅଛୁ, ଯେକୌଣସି ଭାଇ ଆମ୍ଭମାନଙ୍କଠାରୁ ପାଇଥିବା ଶିକ୍ଷା ଅନୁସାରେ ଆଚରଣ ନ କରି ଆଳସ୍ୟରେ ଜୀବନ କାଟେ, ତାହାଠାରୁ ଆପଣା ଆପଣାକୁ ଅଲଗା କର।
ଦ୍ଵି. ଯୋହ 1:10–11କେହି ଯଦି ଏହି ଶିକ୍ଷା ନ ଘେନି ତୁମ୍ଭମାନଙ୍କ ନିକଟକୁ ଆସେ, ତେବେ ତାହାକୁ ଗୃହରେ ଅତିଥି ନ କର ଓ ସମ୍ବର୍ଦ୍ଧନା ଜଣାଅ ନାହିଁ; କାରଣ ଯେକେହି ତାହାକୁ ସମ୍ବର୍ଦ୍ଧନା ଜଣାଏ, ସେ ତାହାର ଦୁଷ୍କର୍ମର ସହଭାଗୀ ହୁଏ।
ରୋମୀ 16:17ହେ ଭାଇମାନେ, ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେଥିର ବିପରୀତ ଯେଉଁମାନେ ଦଳଭେଦ ଓ ବିଘ୍ନର କାରଣ ଘଟାନ୍ତି, ସେମାନଙ୍କୁ ଚିହ୍ନି ରଖି ସେମାନଙ୍କଠାରୁ ପୃଥକ୍ ରହିବା ପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି;
ଦ୍ଵି.ଥେସ 3:14ଆଉ ଯଦି କେହି ଏହି ପତ୍ରରେ ଲେଖାଯାଇଥିବା ଆମ୍ଭମାନଙ୍କ କଥା ନ ମାନେ, ତେବେ ସେହି ଲୋକକୁ ଚିହ୍ନି ରଖ, ପୁଣି, ସେ ଯେପରି ଲଜ୍ଜିତ ହୁଏ, ଏଥିନିମନ୍ତେ ତାହା ସହିତ ସମ୍ପର୍କ ରଖ ନାହିଁ;
ଗୀତ 1:1–2ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ, ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ ଥାଏ ଓ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ।
ପ୍ରକା 18:4ପରେ ମୁଁ ସ୍ୱର୍ଗରୁ ଆଉ ଗୋଟିଏ ସ୍ୱର ଏହା କହିବାର ଶୁଣିଲି, “ହେ ଆମ୍ଭର ଲୋକମାନେ, ତୁମ୍ଭେମାନେ ଯେପରି ତାହାର ପାପର ସହଭାଗୀ ନ ହୁଅ ଓ ତାହାର କ୍ଲେଶର ଅଂଶୀ ନ ହୁଅ, ଏଥିନିମନ୍ତେ ତାହାଠାରୁ ବାହାରି ଆସ;

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର