ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଏଫିସୀୟ 5:15–17
ବାଇବେଲ ପଦ · IRV
ଏଫିସୀୟ 5:15–17
15ଅତଏବ ଅଜ୍ଞାନ ପରି ନ ହୋଇ ଜ୍ଞାନୀ ପରି ନିଜ ନିଜ ଆଚରଣ ସମ୍ବନ୍ଧରେ ବିଶେଷ ସାବଧାନ ହୁଅ,
16ପୁଣି, ସୁଯୋଗର ସତ୍ ବ୍ୟବହାର କର, କାରଣ କାଳ ମନ୍ଦ ଅଟେ।
17ଏଣୁ ନିର୍ବୋଧ ନ ହୋଇ ପ୍ରଭୁଙ୍କର କଣ ଇଚ୍ଛା ତାହା ବୁଝ।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଏଫିସୀୟ 5
ପ୍ରସଙ୍ଗରେ
12କାରଣ ସେମାନେ ଯାହାସବୁ ଗୁପ୍ତରେ କରନ୍ତି, ସେହିସବୁ କଥା କହିବା ସୁଦ୍ଧା ଲଜ୍ଜାଜନକ,
13କିନ୍ତୁ ସମସ୍ତ ବିଷୟର ଦୋଷ ଆଲୋକ ଦ୍ୱାରା ଦେଖାଇ ଦିଆଯାଏ, ଯେଉଁ ସବୁ ପ୍ରକାଶିତ ହୁଏ, ତାହା ଆଲୋକ।
14ଏଣୁ ପବିତ୍ର ଶାସ୍ତ୍ରରେ ଉକ୍ତ ଅଛି, “ହେ ନିଦ୍ରିତ ଜାଗ, ମୃତମାନଙ୍କ ମଧ୍ୟରୁ ଉଠ, ପୁଣି, ଖ୍ରୀଷ୍ଟ ତୁମ୍ଭକୁ ଆଲୋକ ପ୍ରଦାନ କରିବେ।”
15ଅତଏବ ଅଜ୍ଞାନ ପରି ନ ହୋଇ ଜ୍ଞାନୀ ପରି ନିଜ ନିଜ ଆଚରଣ ସମ୍ବନ୍ଧରେ ବିଶେଷ ସାବଧାନ ହୁଅ,
16ପୁଣି, ସୁଯୋଗର ସତ୍ ବ୍ୟବହାର କର, କାରଣ କାଳ ମନ୍ଦ ଅଟେ।
17ଏଣୁ ନିର୍ବୋଧ ନ ହୋଇ ପ୍ରଭୁଙ୍କର କଣ ଇଚ୍ଛା ତାହା ବୁଝ।
18ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା ପରସ୍ପରକୁ ଉତ୍ସାହ ଦିଅ,
19ପୁଣି, ତୁମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଭଜନ ଓ ଗୀତ ଗାନ କର;
20ସର୍ବଦା ସର୍ବ ବିଷୟ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ,
ଇଂରାଜୀରେ
Pay careful attention, then, to how you walk, not as unwise but as wise, redeeming the time, because the days are evil. Therefore do not be foolish, but understand what the Lord’s will is.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ସୁଯୋଗର ସଦ୍ବ୍ୟବହାର କରି ବାହାରର ଲୋକମାନଙ୍କ ନିକଟରେ ବୁଦ୍ଧି ସହ ଆଚରଣ କର।ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ବରଙ୍କ ଇଚ୍ଛା କଅଣ, ଅର୍ଥାତ୍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କଅଣ, ଏହା ପରୀକ୍ଷା କରି ଜାଣି ପାର, ଏଥିନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ୱାରା ପରିବର୍ତ୍ତିତ ହୁଅ।ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି? ସେ ଜ୍ଞାନସଙ୍ଗତ ନମ୍ରତା ସହ ସଦାଚରଣ ଦ୍ୱାରା ଆପଣା କର୍ମ ପ୍ରକାଶ କରୁ।ଏଥିପାଇଁ ଯେଉଁ ଜନ ବୁଦ୍ଧିମାନ, ସେ ଏପରି ସମୟରେ ନୀରବ ହୋଇ ରହିବ; କାରଣ ସମୟ ମନ୍ଦ ଅଟେ।ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଆଉ ଅଳ୍ପ ସମୟ ମାତ୍ର ଜ୍ୟୋତିଃ ତୁମ୍ଭମାନଙ୍କ ମଧ୍ୟରେ ଅଛି। ଅନ୍ଧକାର ଯେପରି ତୁମ୍ଭମାନଙ୍କୁ ଗ୍ରାସ ନ କରେ, ଏଥିନିମନ୍ତେ ତୁମ୍ଭମାନଙ୍କ ନିକଟରେ ଜ୍ୟୋତିଃ ଥାଉ ଥାଉ ଗମନାଗମନ କର; ଯେ ଅନ୍ଧକାରରେ ଗମନାଗମନ କରେ, ସେ କେଉଁଠାକୁ ଯାଉଅଛି, ତାହା ଜାଣେ ନାହିଁ।ମୋହର ଏହି ମାତ୍ର ଇଚ୍ଛା, ଖ୍ରୀଷ୍ଟଙ୍କ ସୁସମାଚାରର ଯୋଗ୍ୟ ପ୍ରଜା ସ୍ୱରୂପେ ଆଚରଣ କର, ଯେପରି ମୁଁ ଉପସ୍ଥିତ ହୋଇ ତୁମ୍ଭମାନଙ୍କୁ ଦେଖିଲେ ଅବା ଅନୁପସ୍ଥିତ ଥାଇ ତୁମ୍ଭମାନଙ୍କ ବିଷୟରେ ଶୁଣିଲେ ଜାଣି ପାରିବି ଯେ, ତୁମ୍ଭେମାନେ ଏକ ଆତ୍ମାରେ ସ୍ଥିର ରହି ସୁସମାଚାରର ବିଶ୍ୱାସ ନିମନ୍ତେ ଏକ ପ୍ରାଣରେ ଏକସଙ୍ଗରେ ଉଦ୍ୟମ କରୁଅଛ,ହେ ଭାଇମାନେ, ବୁଦ୍ଧିରେ ବାଳକ ପରି ହୁଅ ନାହିଁ, ବରଂ ମନ୍ଦ ବିଷୟରେ ଶିଶୁ ପରି ହୁଅ, କିନ୍ତୁ ବୁଦ୍ଧିରେ ପୂର୍ଣ୍ଣ-ବୟସ୍କ ହୁଅ।କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ବରଙ୍କ ଅଭିମତ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର