ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଏଫିସୀୟ 5:18
ବାଇବେଲ ପଦ · IRV
ଏଫିସୀୟ 5:18
ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା ପରସ୍ପରକୁ ଉତ୍ସାହ ଦିଅ,
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଏଫିସୀୟ 5
ପ୍ରସଙ୍ଗରେ
15ଅତଏବ ଅଜ୍ଞାନ ପରି ନ ହୋଇ ଜ୍ଞାନୀ ପରି ନିଜ ନିଜ ଆଚରଣ ସମ୍ବନ୍ଧରେ ବିଶେଷ ସାବଧାନ ହୁଅ,
16ପୁଣି, ସୁଯୋଗର ସତ୍ ବ୍ୟବହାର କର, କାରଣ କାଳ ମନ୍ଦ ଅଟେ।
17ଏଣୁ ନିର୍ବୋଧ ନ ହୋଇ ପ୍ରଭୁଙ୍କର କଣ ଇଚ୍ଛା ତାହା ବୁଝ।
18ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା ପରସ୍ପରକୁ ଉତ୍ସାହ ଦିଅ,
19ପୁଣି, ତୁମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଭଜନ ଓ ଗୀତ ଗାନ କର;
20ସର୍ବଦା ସର୍ବ ବିଷୟ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ,
21ଆଉ ଖ୍ରୀଷ୍ଟଙ୍କୁ ଭୟ କରି ପରସ୍ପରର ବଶୀଭୂତ ହୁଅ।
ଇଂରାଜୀରେ
Do not get drunk on wine, which leads to reckless indiscretion. Instead, be filled with the Spirit.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ଯେଣୁ ସେ ପ୍ରଭୁଙ୍କ ଛାମୁରେ ମହାନ ହେବ; ସେ ଦ୍ରାକ୍ଷାରସ କି ମଦ୍ୟ କେବେ ହେଁ ପାନ କରିବ ନାହିଁ, ପୁଣି, ମାତାର ଉଦରରୁ ହିଁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବ,ଦ୍ରାକ୍ଷାରସ ନିନ୍ଦକ, ମଦ୍ୟ କଳହକାରୀ; ଯେକେହି ତଦ୍ଦ୍ୱାରା ଭ୍ରାନ୍ତ ହୁଏ, ସେ ଜ୍ଞାନବାନ ନୁହେଁ।ରଙ୍ଗରସ ଓ ମତ୍ତତାରେ, ଲମ୍ପଟତା ଓ କାମୁକତାରେ, ବିବାଦ ଓ ଈର୍ଷାରେ ଆଚରଣ ନ କରି ଆସ, ଆମ୍ଭେମାନେ ଦିବସର ବିହିତ ଭଦ୍ର ଆଚରଣ କରୁ।ମତ୍ତତା, ରଙ୍ଗରସ, ଇତ୍ୟାଦି ପ୍ରକାର କର୍ମଗୁଡ଼ାକ; ମୁଁ ପୂର୍ବରେ ଯେପରି ତୁମ୍ଭମାନଙ୍କୁ କହିଥିଲି, ସେହିପରି ଆଗରୁ କହୁଅଛି ଯେ, ଯେଉଁମାନେ ଏହି ସବୁପ୍ରକାର କର୍ମ କରନ୍ତି, ସେମାନେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ। କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା, ଭଦ୍ରତା, ବିଶ୍ୱସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ମୋଶାଙ୍କ ବ୍ୟବସ୍ଥା ନାହିଁ। ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି। ଯଦି ଆମ୍ଭେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଜୀବନ ପ୍ରାପ୍ତ କରିଅଛୁ, ତେବେ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ଆଚରଣ କରୁ।କାରଣ ସେ ଜଣେ ଉତ୍ତମ ବ୍ୟକ୍ତି, ପୁଣି, ପବିତ୍ର ଆତ୍ମା ଓ ବିଶ୍ୱାସରେ ପରିପୂର୍ଣ୍ଣ ଥିଲେ। ଏହି ପ୍ରକାରେ ଅନେକ ଅନେକ ଲୋକ ପ୍ରଭୁଙ୍କଠାରେ ସଂଯୁକ୍ତ ହେଲେ।ଯେଉଁମାନେ ଦ୍ରାକ୍ଷାରସ ପାନ କରିବାକୁ ପରାକ୍ରମୀ ଓ ମଦ୍ୟ ମିଶ୍ରିତ କରିବାକୁ ବଳବାନ;କିନ୍ତୁ ମୋହର ଲେଖିବାର ଭାବ ଏହା ଥିଲା ଯେ, ଯଦି କୌଣସି ଲୋକ ଭ୍ରାତା ବୋଲି ଖ୍ୟାତ ହୋଇ ବ୍ୟଭିଚାରୀ କି ଧନଲୋଭୀ କି ପ୍ରତିମାପୂଜକ କି ନିନ୍ଦକ କି ମତୁଆଳ କି ପରଦ୍ରବ୍ୟ ଲୁଣ୍ଠନକାରୀ ହୁଏ, ତେବେ ଏପରି ଲୋକ ସହିତ ସମ୍ପର୍କ ରଖ ନାହିଁ, ପୁଣି, ତାହା ସାଙ୍ଗରେ ଭୋଜନ ସୁଦ୍ଧା କର ନାହିଁ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର