ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଏଫିସୀୟ 5:25
ବାଇବେଲ ପଦ · IRV
ଏଫିସୀୟ 5:25
ହେ ସ୍ୱାମୀମାନେ, ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ଆପଣା ଆପଣା ସ୍ତ୍ରୀମାନଙ୍କୁ ପ୍ରେମ କର; ଖ୍ରୀଷ୍ଟ ତ ମଣ୍ଡଳୀ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ,
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଏଫିସୀୟ 5
ପ୍ରସଙ୍ଗରେ
22ହେ ସ୍ତ୍ରୀମାନେ ତୁମ୍ଭେମାନେ ଯେପରି ପ୍ରଭୁଙ୍କର ବଶୀଭୂତା ହୁଅ, ସେହିପରି ଆପଣା ଆପଣା ସ୍ୱାମୀର ବଶୀଭୂତ ହୁଅ,
23କାରଣ ଖ୍ରୀଷ୍ଟ ଯେପରି ମଣ୍ଡଳୀର ମସ୍ତକ ସ୍ୱରୂପ, ସ୍ୱାମୀ ମଧ୍ୟ ସେହିପରି ସ୍ତ୍ରୀର ମସ୍ତକ ସ୍ୱରୂପ, ପୁଣି, ଖ୍ରୀଷ୍ଟ ଆପଣା ଶରୀରରୂପ ମଣ୍ଡଳୀର ତ୍ରାଣକର୍ତ୍ତା।
24ହଁ, ମଣ୍ଡଳୀ ଯେପରି ଖ୍ରୀଷ୍ଟଙ୍କର ବଶୀଭୂତ, ସେହିପରି ସ୍ତ୍ରୀମାନେ ମଧ୍ୟ ସବୁ ବିଷୟରେ ଆପଣା ଆପଣା ସ୍ୱାମୀର ବଶୀଭୂତା ହେଉନ୍ତୁ।
25ହେ ସ୍ୱାମୀମାନେ, ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ଆପଣା ଆପଣା ସ୍ତ୍ରୀମାନଙ୍କୁ ପ୍ରେମ କର; ଖ୍ରୀଷ୍ଟ ତ ମଣ୍ଡଳୀ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ,
26ଯେପରି ବାକ୍ୟ ଓ ଜଳ ପ୍ରକ୍ଷାଳନ ଦ୍ୱାରା ସେ ମଣ୍ଡଳୀକୁ ପରିଷ୍କାର କରି ପବିତ୍ର କରନ୍ତି,
27ଯେପରି ମଣ୍ଡଳୀ ନିଷ୍କଳଙ୍କ, ନିଖୁନ୍ତ ଓ ସମସ୍ତ ପ୍ରକାର ଦୋଷରହିତ ହୋଇ ପବିତ୍ର ଓ ଅନିନ୍ଦନୀୟ ହୁଏ, ଆଉ ଏହିପରି ଗୌରବମୟ ଅବସ୍ଥାରେ ସେ ତାହାକୁ ଆପଣା ନିକଟରେ ଉପସ୍ଥିତ କରନ୍ତି।
28ସେହିପରି ସ୍ୱାମୀମାନଙ୍କର ମଧ୍ୟ ଆପଣା ଆପଣା ସ୍ତ୍ରୀମାନଙ୍କୁ ନିଜ ନିଜ ଶରୀର ସଦୃଶ ପ୍ରେମ କରିବା ଉଚିତ୍। ଯେ ନିଜ ସ୍ତ୍ରୀକୁ ପ୍ରେମ କରେ, ସେ ଆପଣାକୁ ପ୍ରେମ କରେ;
ଇଂରାଜୀରେ
Husbands, love your wives, just as Christ loved the church and gave Himself up for herକ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ସେହି ପ୍ରକାରେ, ହେ ସ୍ୱାମୀମାନେ, ତୁମ୍ଭମାନଙ୍କ ପ୍ରାର୍ଥନାରେ ଯେପରି ବାଧା ନ ଜନ୍ମେ, ଏଥିନିମନ୍ତେ ସ୍ତ୍ରୀମାନଙ୍କୁ ଅପେକ୍ଷାକୃତ ଦୁର୍ବଳା-ପାତ୍ରୀ ଓ ଆପଣାମାନଙ୍କ ସହିତ ଜୀବନରୂପ ଅନୁଗ୍ରହଦାନର ସହାଧିକାରିଣୀ ଜାଣି ସେମାନଙ୍କୁ ସମାଦର କର, ପୁଣି, ଜ୍ଞାନରେ ସେମାନଙ୍କର ସହିତ ବାସ କର।ହେ ସ୍ୱାମୀମାନେ, ଆପଣା ଆପଣା ଭାର୍ଯ୍ୟାମାନଙ୍କୁ ପ୍ରେମ କର, ସେମାନଙ୍କ ପ୍ରତି କଟୁ ବ୍ୟବହାର କର ନାହିଁ।ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ।ଯାହା ହେଉ, ତୁମ୍ଭେମାନେ ପ୍ରତ୍ୟେକେ ମଧ୍ୟ ଆପଣା ଆପଣା ସ୍ତ୍ରୀକୁ ଆତ୍ମତୁଲ୍ୟ ପ୍ରେମ କର, ଆଉ ସ୍ତ୍ରୀ ମଧ୍ୟ ଆପଣା ସ୍ୱାମୀକୁ ଆଦର କରୁ।ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ୱରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର