ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଏଫିସୀୟ 5:33
ବାଇବେଲ ପଦ · IRV
ଏଫିସୀୟ 5:33
ଯାହା ହେଉ, ତୁମ୍ଭେମାନେ ପ୍ରତ୍ୟେକେ ମଧ୍ୟ ଆପଣା ଆପଣା ସ୍ତ୍ରୀକୁ ଆତ୍ମତୁଲ୍ୟ ପ୍ରେମ କର, ଆଉ ସ୍ତ୍ରୀ ମଧ୍ୟ ଆପଣା ସ୍ୱାମୀକୁ ଆଦର କରୁ।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଏଫିସୀୟ 5
ପ୍ରସଙ୍ଗରେ
30ଯେଣୁ ଆମ୍ଭେମାନେ ତାହାଙ୍କ ଶରୀରର ଅଙ୍ଗପ୍ରତ୍ୟଙ୍ଗ।
31ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ।
32ଏହା ଗୋଟିଏ ଅତି ନିଗୂଢ଼ତତ୍ତ୍ୱ, କିନ୍ତୁ ମୁଁ ଖ୍ରୀଷ୍ଟ ଓ ମଣ୍ଡଳୀ ସମ୍ବନ୍ଧରେ ଏହା କହୁଅଛି।
33ଯାହା ହେଉ, ତୁମ୍ଭେମାନେ ପ୍ରତ୍ୟେକେ ମଧ୍ୟ ଆପଣା ଆପଣା ସ୍ତ୍ରୀକୁ ଆତ୍ମତୁଲ୍ୟ ପ୍ରେମ କର, ଆଉ ସ୍ତ୍ରୀ ମଧ୍ୟ ଆପଣା ସ୍ୱାମୀକୁ ଆଦର କରୁ।
ଇଂରାଜୀରେ
Nevertheless, each one of you also must love his wife as he loves himself, and the wife must respect her husband.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ଯେପରି ସେମାନଙ୍କ ମଧ୍ୟରୁ କେହି କେହି ବାକ୍ୟର ଅନାଜ୍ଞାବହ ହେଲେ ସୁଦ୍ଧା ତୁମ୍ଭମାନଙ୍କର ସଭୟ ସଦାଚରଣ ଦେଖି ବାକ୍ୟ ବିନୁ ଆପଣା ଆପଣା ଭାର୍ଯ୍ୟାର ଆଚରଣ ଦ୍ୱାରା ପରିବର୍ତ୍ତିତ ହେବେ। ପୁଣି, କେଶବେଶ, ସୁବର୍ଣ୍ଣ ଆଭରଣ ଓ ସୁନ୍ଦର ବସ୍ତ୍ର ପରିଧାନ, ଏପରି ଯେଉଁ ବାହ୍ୟ ଭୂଷଣ, ତାହା ତୁମ୍ଭମାନଙ୍କର ଭୂଷଣ ନ ହୋଇ, ହୃଦୟର ଯେଉଁ କୋମଳ ଓ ଶାନ୍ତିଯୁକ୍ତ ଗୁପ୍ତ ସ୍ୱଭାବ ଈଶ୍ବରଙ୍କ ଦୃଷ୍ଟିରେ ବହୁମୂଲ୍ୟ, ତାହା ହିଁ ତୁମ୍ଭମାନଙ୍କର ଅକ୍ଷୟ ଭୂଷଣ ହେଉ। କାରଣ ପୂର୍ବକାଳରେ ସାଧ୍ୱୀ ସ୍ତ୍ରୀମାନେ ମଧ୍ୟ ଈଶ୍ବରଙ୍କଠାରେ ଭରସା ରଖି ଆପଣା ଆପଣା ସ୍ୱାମୀଙ୍କର ବଶୀଭୂତା ହୋଇ ଏହି ପ୍ରକାରେ ଆପଣା ଆପଣାକୁ ଭୂଷିତା କରୁଥିଲେ। ସେହିପରି ସାରା ଅବ୍ରହାମଙ୍କୁ ପ୍ରଭୁ ବୋଲି କହି ତାହାଙ୍କର ଆଜ୍ଞାବହ ହେଲେ; ତୁମ୍ଭେମାନେ ଯଦି କୌଣସି ବିଷୟରେ ଭୀତ ନ ହୋଇ ସଦାଚରଣ କର, ତେବେ ତୁମ୍ଭେମାନେ ହିଁ ତାହାଙ୍କର ସନ୍ତାନ। ସେହି ପ୍ରକାରେ, ହେ ସ୍ୱାମୀମାନେ, ତୁମ୍ଭମାନଙ୍କ ପ୍ରାର୍ଥନାରେ ଯେପରି ବାଧା ନ ଜନ୍ମେ, ଏଥିନିମନ୍ତେ ସ୍ତ୍ରୀମାନଙ୍କୁ ଅପେକ୍ଷାକୃତ ଦୁର୍ବଳା-ପାତ୍ରୀ ଓ ଆପଣାମାନଙ୍କ ସହିତ ଜୀବନରୂପ ଅନୁଗ୍ରହଦାନର ସହାଧିକାରିଣୀ ଜାଣି ସେମାନଙ୍କୁ ସମାଦର କର, ପୁଣି, ଜ୍ଞାନରେ ସେମାନଙ୍କର ସହିତ ବାସ କର।ଆହୁରି, ରାଜ୍ୟ ବୃହତ, ଏଣୁ ରାଜ୍ୟର ସବୁ ସ୍ଥାନରେ ଏହି ରାଜାଜ୍ଞା ପ୍ରକାଶିତ ହେଲେ, ସ୍ୱାମୀ କ୍ଷୁଦ୍ର ହେଉ କି ମହାନ ହେଉ, ସମସ୍ତ ଭାର୍ଯ୍ୟାମାନେ ଆପଣା ଆପଣା ସ୍ୱାମୀମାନଙ୍କୁ ମର୍ଯ୍ୟାଦା କରିବେ।”ହେ ସ୍ତ୍ରୀମାନେ ତୁମ୍ଭେମାନେ ଯେପରି ପ୍ରଭୁଙ୍କର ବଶୀଭୂତା ହୁଅ, ସେହିପରି ଆପଣା ଆପଣା ସ୍ୱାମୀର ବଶୀଭୂତ ହୁଅ,ହେ ସ୍ୱାମୀମାନେ, ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ଆପଣା ଆପଣା ସ୍ତ୍ରୀମାନଙ୍କୁ ପ୍ରେମ କର; ଖ୍ରୀଷ୍ଟ ତ ମଣ୍ଡଳୀ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ,ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର