ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଏଫିସୀୟ 5:4
ବାଇବେଲ ପଦ · IRV
ଏଫିସୀୟ 5:4
ପୁଣି, ଯାହା ଯାହା ଅନୁପଯୁକ୍ତ, ଏପରି କୁତ୍ସିତ ବ୍ୟବହାର ବା ଅସାର କଥା ବା ହାସ୍ୟପରିହାସ ତୁମ୍ଭମାନଙ୍କ ମଧ୍ୟରେ ଦେଖା ନ ଯାଉ, ବରଂ ସମସ୍ତ ବିଷୟ ନିମନ୍ତେ ଧନ୍ୟବାଦ ଦିଅ।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଏଫିସୀୟ 5
ପ୍ରସଙ୍ଗରେ
1ଅତଏବ ପ୍ରିୟ ସନ୍ତାନମାନଙ୍କ ପରି ଈଶ୍ବରଙ୍କ ଅନୁକାରୀ ହୁଅ;
2ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ୱରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।
3କିନ୍ତୁ ବ୍ୟଭିଚାର, ସମସ୍ତ ପ୍ରକାର ଅଶୁଚିତା କିମ୍ବା ଲୋଭ, ଏହିସବୁ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ନ ପାଉ; ତାହା ସାଧୁମାନଙ୍କ ପକ୍ଷରେ ଅନୁଚିତ;
4ପୁଣି, ଯାହା ଯାହା ଅନୁପଯୁକ୍ତ, ଏପରି କୁତ୍ସିତ ବ୍ୟବହାର ବା ଅସାର କଥା ବା ହାସ୍ୟପରିହାସ ତୁମ୍ଭମାନଙ୍କ ମଧ୍ୟରେ ଦେଖା ନ ଯାଉ, ବରଂ ସମସ୍ତ ବିଷୟ ନିମନ୍ତେ ଧନ୍ୟବାଦ ଦିଅ।
5କାରଣ ତୁମ୍ଭେମାନେ ନିଶ୍ଚିତରୂପେ ଜାଣ ଯେ, କୌଣସି ବ୍ୟଭିଚାରୀ ବା ଅଶୁଦ୍ଧାଚାରୀ ବ୍ୟକ୍ତି ବା ଲୋଭୀ ସେ ତ ପ୍ରତିମାପୂଜକ, ଏମାନଙ୍କର, ଖ୍ରୀଷ୍ଟ ଓ ଈଶ୍ବରଙ୍କର ରାଜ୍ୟରେ ଅଧିକାର ନାହିଁ।
6କେହି ତୁମ୍ଭମାନଙ୍କୁ ଅସାର କଥାରେ ନ ଭୁଲାଉ, କାରଣ ଏହି ସମସ୍ତ କୁକର୍ମ ହେତୁ ଅନାଜ୍ଞାବହ ସନ୍ତାନମାନଙ୍କ ଉପରେ ଈଶ୍ବରଙ୍କ କ୍ରୋଧ ବର୍ତ୍ତେ।
7ଅତଏବ ତୁମ୍ଭେମାନେ ସେମାନଙ୍କର ସହଭାଗୀ ହୁଅ ନାହିଁ;
ଇଂରାଜୀରେ
Nor should there be obscenity, foolish talk, or crude joking, which are out of character, but rather thanksgiving.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
କିନ୍ତୁ ଏବେ ତୁମ୍ଭେମାନେ ମଧ୍ୟ ଏହିସବୁ ବିଷୟ, ଅର୍ଥାତ୍ କ୍ରୋଧ, ରାଗ, ହିଂସା, ନିନ୍ଦା, ମୁଖରୁ କୁତ୍ସିତ ବାକ୍ୟ ଏହିସବୁ ପରିତ୍ୟାଗ କର।ତୁମ୍ଭମାନଙ୍କ ମୁଖରୁ କୌଣସି କୁବାକ୍ୟ ନିର୍ଗତ ନ ହେଉ, ବରଂ ଆବଶ୍ୟକ ଅନୁସାରେ ନିଷ୍ଠାଜନକ ବାକ୍ୟ ନିର୍ଗତ ହେଉ, ଯେପରି ତାହା ଶ୍ରୋତାମାନଙ୍କ ଅନୁଗ୍ରହ ପକ୍ଷରେ ହିତଜନକ ହୁଏ।କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ବରଙ୍କ ଅଭିମତ।ଜ୍ଞାନୀମାନଙ୍କ ଜିହ୍ୱା ପ୍ରକୃତ ରୂପେ ଜ୍ଞାନ ବ୍ୟକ୍ତ କରେ; ମାତ୍ର ମୂର୍ଖମାନଙ୍କର ମୁଖ ଅଜ୍ଞାନତା ଉଦ୍ଗାର କରେ।ଏବଂ ଜାହାଜ ମଧ୍ୟ ଏତେ ବଡ଼ ହୋଇ ପ୍ରଚଣ୍ଡ ପବନରେ ଚାଳିତ ହେଲେ ହେଁ ଗୋଟିଏ ଅତି କ୍ଷୁଦ୍ର ମଙ୍ଗ ଦ୍ୱାରା ମଙ୍ଗଧରାର ଇଚ୍ଛାନୁସାରେ ବୁଲିଥାଏ। ସେହିପରି ଜିହ୍ୱା ମଧ୍ୟ ଗୋଟିଏ କ୍ଷୁଦ୍ର ଅଙ୍ଗ, କିନ୍ତୁ ମହାଗର୍ବର କଥା କହେ। ଦେଖ, କେଡ଼େ କ୍ଷୁଦ୍ର ଅଗ୍ନିକଣିକା ଦ୍ୱାରା କେଡ଼େ ବଡ଼ ଅରଣ୍ୟରେ ନିଆଁ ଲାଗିଯାଏ। ଜିହ୍ୱା ମଧ୍ୟ ଅଗ୍ନି ସ୍ୱରୂପ; ତାହା ଆମ୍ଭମାନଙ୍କ ଅଙ୍ଗସମୂହ ମଧ୍ୟରେ ସମସ୍ତ ଅଧର୍ମର ମୂଳାଧାର ସ୍ୱରୂପେ ଅବସ୍ଥିତ; ତାହା ସମସ୍ତ ଶରୀରକୁ ଅଶୁଚି କରେ ଓ ନିଜେ ନର୍କରେ ପ୍ରଜ୍ୱଳିତ ହୋଇ ପ୍ରକୃତିର ଚକ୍ରକୁ ଜ୍ୱଳାଏ। କାରଣ ସମସ୍ତ ପ୍ରକାର ପଶୁ, ପକ୍ଷୀ, ସରୀସୃପ ଓ ଜଳଚର ପ୍ରାଣୀମାନଙ୍କୁ ମାନବ ଦ୍ୱାରା ବଶରେ ରଖାଯାଇପାରେ, ପୁଣି, ବଶରେ ରଖାଯାଇଅଛି; କିନ୍ତୁ ଜିହ୍ୱାକୁ କେହି ବଶରେ ରଖି ପାରେ ନାହିଁ, ଅନିଷ୍ଟ ସାଧନରେ ତାହାର ବିରାମ ନାହିଁ, ମାରାତ୍ମକ ଗରଳରେ ତାହା ପରିପୂର୍ଣ୍ଣ।ରେ କାଳସର୍ପର ବଂଶ, ତୁମ୍ଭେମାନେ ଦୁଷ୍ଟ ହୋଇ କିପ୍ରକାରେ ଭଲ କଥା କହିପାର? କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ। ଉତ୍ତମ ଲୋକ ଉତ୍ତମ ଭଣ୍ଡାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି, ମନ୍ଦ ଲୋକ ମନ୍ଦ ଭଣ୍ଡାରରୁ ମନ୍ଦ ପଦାର୍ଥ ବାହାର କରେ। କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି ମନୁଷ୍ୟମାନେ ଯେକୌଣସି ଅସାର କଥା କହନ୍ତି, ବିଚାର ଦିନରେ ସେମାନେ ସେଥିର ଉତ୍ତର ଦେବେ; ଯେଣୁ ତୁମ୍ଭ ବାକ୍ୟ ଦ୍ୱାରା ତୁମ୍ଭେ ନିର୍ଦ୍ଦୋଷ ଓ ତୁମ୍ଭ ବାକ୍ୟ ଦ୍ୱାରା ତୁମ୍ଭେ ଦୋଷୀ ବୋଲି ପ୍ରମାଣିତ ହେବ।”ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର