Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଏଫିସୀୟ 6:12

ବାଇବେଲ ପଦ · IRV

ଏଫିସୀୟ 6:12

କାରଣ ଆମ୍ଭମାନଙ୍କ ଯୁଦ୍ଧ ମର୍ତ୍ତ୍ୟ ବିରୁଦ୍ଧରେ ନୁହେଁ, କିନ୍ତୁ ଆଧିପତ୍ୟ ଓ କର୍ତ୍ତାପଣ ବିରୁଦ୍ଧରେ, ଏହି ଅନ୍ଧକାରର ଜଗତ୍ପତିମାନଙ୍କ ବିରୁଦ୍ଧରେ ପୁଣି, ଆକାଶମଣ୍ଡଳର ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ;

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଏଫିସୀୟ 6

ପ୍ରସଙ୍ଗରେ

9ଆଉ ହେ କର୍ତ୍ତାମାନେ, ସେହିପରି ଭାବେ ସେମାନଙ୍କ ପ୍ରତି ବ୍ୟବହାର କର, ତର୍ଜନଗର୍ଜନ କରିବାରୁ ନିବୃତ୍ତ ହୁଅ; ସମସ୍ତଙ୍କର ପ୍ରଭୁ ଯେ ସ୍ୱର୍ଗରେ ଅଛନ୍ତି; ପୁଣି ତାହାଙ୍କ ନିକଟରେ କୌଣସି ମୁଖାପେକ୍ଷା ନାହିଁ, ଏହା ଜାଣ।

10ଶେଷ କଥା ଏହି, ପ୍ରଭୁଙ୍କଠାରୁ ଶକ୍ତି ପ୍ରାପ୍ତ ହୋଇ ତାହାଙ୍କ ପରାକ୍ରମରେ ବଳବାନ ହୁଅ।

11ତୁମ୍ଭେମାନେ ଯେପରି ଶୟତାନର ସମସ୍ତ ଚାତୁରି ବିରୁଦ୍ଧରେ ଦଣ୍ଡାୟମାନ ହୋଇପାର, ଏଥିନିମନ୍ତେ ଈଶ୍ବରଦତ୍ତ ସମସ୍ତ ସଜ୍ଜାରେ ଆପଣା ଆପଣାକୁ ସୁସଜ୍ଜିତ କର।

12କାରଣ ଆମ୍ଭମାନଙ୍କ ଯୁଦ୍ଧ ମର୍ତ୍ତ୍ୟ ବିରୁଦ୍ଧରେ ନୁହେଁ, କିନ୍ତୁ ଆଧିପତ୍ୟ ଓ କର୍ତ୍ତାପଣ ବିରୁଦ୍ଧରେ, ଏହି ଅନ୍ଧକାରର ଜଗତ୍ପତିମାନଙ୍କ ବିରୁଦ୍ଧରେ ପୁଣି, ଆକାଶମଣ୍ଡଳର ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ;

13ଏଣୁ ତୁମ୍ଭେମାନେ ଯେପରି ଦୁର୍ଦ୍ଦିନରେ ପ୍ରତିରୋଧ କରି ସର୍ବଜୟୀ ହୋଇ ଅଟଳ ରହିପାର, ଏଥିନିମନ୍ତେ ଈଶ୍ବରଦତ୍ତ ସମସ୍ତ ସଜ୍ଜା ଗ୍ରହଣ କର।

14ଅତଏବ ସତ୍ୟରୂପ କଟିବନ୍ଧନୀରେ କଟି ବାନ୍ଧି ଧାର୍ମିକତା ରୂପ ଊରସ୍ତ୍ରାଣ ପରିଧାନ କର,

15ଶାନ୍ତିଦାୟକ ସୁସମାଚାର ନିମନ୍ତେ ସୁସଜ୍ଜିତ ପାଦୁକା ପାଦରେ ପିନ୍ଧି ଅଟଳ ହୋଇ ରହିଥାଅ;

ଏଫିସୀୟ 6

ଇଂରାଜୀରେ

Berean Standard BibleEphesians 6:12For our struggle is not against flesh and blood, but against the rulers, against the authorities, against the powers of this world’s darkness, and against the spiritual forces of evil in the heavenly realms.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

କଲ 1:13ସେ ଆମ୍ଭମାନଙ୍କୁ ଅନ୍ଧକାରର କ୍ଷମତାରୁ ଉଦ୍ଧାର କରି ଆପଣା ପ୍ରେମପାତ୍ର ପୁତ୍ରଙ୍କ ରାଜ୍ୟ ମଧ୍ୟକୁ ସ୍ଥାନାନ୍ତର କରିଅଛନ୍ତି;
ଦ୍ଵି.କରି 4:4ଈଶ୍ବରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥିନିମନ୍ତେ ଏହି ଜଗତ୍‍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି।
ଏଫି 2:2ଅର୍ଥାତ୍‍ ଯେଉଁ ଜଗତ୍‍ପତି ଏବେ ମଧ୍ୟ ଅନାଜ୍ଞାବହ ସନ୍ତାନମାନଙ୍କଠାରେ କାର୍ଯ୍ୟ ସାଧନ କରୁଅଛି, ତାହାର ଇଚ୍ଛାନୁସାରେ ତୁମ୍ଭେମାନେ ମଧ୍ୟ ପୂର୍ବରେ ଆଚରଣ କରି ଅପରାଧ ଓ ପାପରେ ମୃତ ଥିଲ;
କଲ 2:15ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ଅସ୍ତ୍ରଶସ୍ତ୍ର ଛଡ଼ାଇ ପ୍ରକାଶରେ ସେମାନଙ୍କ ପ୍ରଦର୍ଶନପୂର୍ବକ କ୍ରୁଶରେ ବିଜୟ ଯାତ୍ରା କରିଅଛନ୍ତି।
ପ୍ରେରି 26:18ସେଥିପାଇଁ ସେମାନଙ୍କ ଚକ୍ଷୁ ଉନ୍ମୋଚନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଅଛୁ, ଆଉ ଆମ୍ଭେ ତୁମ୍ଭକୁ ସେମାନଙ୍କଠାରୁ ରକ୍ଷା କରିବୁ।”
ଏଫି 1:21ସେ ସମସ୍ତଙ୍କ ଉପରେ ତାହାଙ୍କୁ ଉନ୍ନତ କରାଇ ସ୍ୱର୍ଗରେ ଆପଣା ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରାଇଲେ,
ରୋମୀ 8:38କାରଣ ମୃତ୍ୟୁ କି ଜୀବନ, ଦୂତ କି କର୍ତ୍ତାପଣ, ବର୍ତ୍ତମାନ କି ଭବିଷ୍ୟତ କି ପରାକ୍ରମ,
ପ୍ର.କରି 9:25–27ଯେ କେହି କ୍ରୀଡ଼ାରେ ପ୍ରତିଦ୍ୱନ୍ଦିତା କରେ, ସେ ସମସ୍ତ ବିଷୟରେ ପରିମିତଭୋଗୀ ହୁଏ; ସେମାନେ କ୍ଷୟଣୀୟ ମୁକୁଟ ପାଇବା ନିମନ୍ତେ ତାହା କରନ୍ତି; ମାତ୍ର ଆମ୍ଭେମାନେ ଅକ୍ଷୟ ମୁକୁଟ ପାଇବା ନିମନ୍ତେ ତାହା କରୁ। ଅତଏବ ମୁଁ ଦୌଡ଼ୁଅଛି, କିନ୍ତୁ ବିନାଲକ୍ଷ୍ୟରେ ନୁହେଁ, ମୁଁ ମୁଷ୍ଟିଯୁଦ୍ଧ କରୁଅଛି, କିନ୍ତୁ ଶୂନ୍ୟକୁ ଆଘାତ କରିବା ଲୋକ ପରି ନୁହେଁ। ଅନ୍ୟ ଲୋକମାନଙ୍କ ନିକଟରେ ପ୍ରଚାର କରି କାଳେ ମୁଁ ନିଜେ କୌଣସି ପ୍ରକାରେ ଅଗ୍ରାହ୍ୟ ହୁଏ, ଏଥିପାଇଁ ମୋହର ନିଜ ଶରୀରକୁ କଷ୍ଟ ଦେଇ ବଶରେ ଦାସ କରି ରଖୁଅଛି।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର