Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଏଫିସୀୟ 6:4

ବାଇବେଲ ପଦ · IRV

ଏଫିସୀୟ 6:4

ପୁଣି, ହେ ପିତାମାନେ, ଆପଣା ଆପଣା ପିଲାମାନଙ୍କୁ ବିରକ୍ତ କର ନାହିଁ, ମାତ୍ର ସେମାନଙ୍କୁ ପ୍ରଭୁଙ୍କ ଶିକ୍ଷା ଓ ଚେତନା ଦ୍ୱାରା ପ୍ରତିପାଳନ କର।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଏଫିସୀୟ 6

ପ୍ରସଙ୍ଗରେ

1ହେ ସନ୍ତାନମାନେ, ପ୍ରଭୁଙ୍କ ସକାଶେ ଆପଣା ଆପଣା ପିତାମାତାଙ୍କର ଆଜ୍ଞାବହ ହୁଅ;

2କାରଣ ତାହା ଯଥାର୍ଥ। “ଆପଣା ପିତାମାତାଙ୍କୁ ସମାଦର କର, (ଏହା ପ୍ରତିଜ୍ଞାଯୁକ୍ତ ଗୋଟିଏ ପ୍ରଧାନ ଆଜ୍ଞା),”

3ଯେପରି ତୁମ୍ଭର ମଙ୍ଗଳ ହେବ, ଆଉ ତୁମ୍ଭେ ପୃଥିବୀରେ ଦୀର୍ଘାୟୁ ହେବ।

4ପୁଣି, ହେ ପିତାମାନେ, ଆପଣା ଆପଣା ପିଲାମାନଙ୍କୁ ବିରକ୍ତ କର ନାହିଁ, ମାତ୍ର ସେମାନଙ୍କୁ ପ୍ରଭୁଙ୍କ ଶିକ୍ଷା ଓ ଚେତନା ଦ୍ୱାରା ପ୍ରତିପାଳନ କର।

5ହେ ଦାସମାନେ, ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ଆଜ୍ଞାବହ ଅଟ, ସେହିପରି ଭୟ ଓ କମ୍ପ ସହ ହୃଦୟର ସରଳତାରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କର ଆଜ୍ଞାବହ ହୁଅ;

6ମନୁଷ୍ୟକୁ ସନ୍ତୁଷ୍ଟ କଲା ପରି ଦୃଷ୍ଟି ଆଗରେ ତାହା କର ନାହିଁ, କିନ୍ତୁ ଖ୍ରୀଷ୍ଟଙ୍କ ଦାସ ପରି ଅନ୍ତର ସହ ଈଶ୍ବରଙ୍କ ଇଚ୍ଛା ସାଧନ କର।

7ସ୍ୱାଧୀନ କି ପରାଧୀନ, ଯେ କେହି ସତ୍କର୍ମ କରେ, ସେ ଯେ ପ୍ରଭୁଙ୍କଠାରୁ ସେଥିର ପୁରସ୍କାର ପାଇବ,

ଏଫିସୀୟ 6

ଇଂରାଜୀରେ

Berean Standard BibleEphesians 6:4Fathers, do not provoke your children to wrath; instead, bring them up in the discipline and instruction of the Lord.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

କଲ 3:21ହେ ପିତାମାନେ, ଆପଣା ଆପଣା ସନ୍ତାନମାନଙ୍କୁ ବିରକ୍ତ କର ନାହିଁ, ଯେପରି ସେମାନେ ନିରୁତ୍ସାହ ନ ହୁଅନ୍ତି।
ହିତୋ 22:6ବାଳକର ଗନ୍ତବ୍ୟ ପଥରେ ତାହାକୁ ଶିକ୍ଷିତ କରାଅ; ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହେବ ନାହିଁ।
ହିତୋ 29:15ବାଡ଼ି ଓ ଅନୁଯୋଗ ଜ୍ଞାନ ଦିଏ; ମାତ୍ର ପିଲାକୁ ତାହାର ଇଚ୍ଛାରେ ଛାଡ଼ିଦେଲେ, ସେ ତାହାର ମାତାକୁ ଲଜ୍ଜା ଦିଏ।
ହିତୋ 19:18ଆପଣା ପୁତ୍ରକୁ ଶାସନ କର, କାରଣ ଭରସା ଅଛି; ପୁଣି, ତୁମ୍ଭର ମନ ତାହାର ବିନାଶ ଇଚ୍ଛା ନ କରୁ।
ଦ୍ବି.ବି 6:7ଆଉ ତୁମ୍ଭେ ଆପଣା ସନ୍ତାନଗଣକୁ ଯତ୍ନପୂର୍ବକ ତାହା ଶିଖାଇବ ଓ ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଓ ତୁମ୍ଭେ ପଥରେ ଚାଲିବା ବେଳେ ଓ ତୁମ୍ଭେ ଶୟନ କରିବା ବେଳେ ଓ ତୁମ୍ଭେ ଉଠିବା ବେଳେ, ସେମାନଙ୍କ ସଙ୍ଗେ ସେ ବିଷୟରେ କଥାବାର୍ତ୍ତା କରିବ।
ଦ୍ଵି.ତୀମ 3:15ପୁଣି, ଯେଉଁ ଧର୍ମଶାସ୍ତ୍ର ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଦ୍ୱାରା ତୁମ୍ଭକୁ ପରିତ୍ରାଣଜନକ ଜ୍ଞାନ ଦେବାକୁ ସମର୍ଥ, ତାହା ତୁମ୍ଭେ ବାଲ୍ୟ କାଳଠାରୁ ଜାଣିଅଛ।
ହିତୋ 29:17ଆପଣା ପୁତ୍ରକୁ ଶାସ୍ତି ଦେଲେ, ସେ ତୁମ୍ଭକୁ ଶାନ୍ତି ଦେବ; ପୁଣି, ସେ ତୁମ୍ଭ ପ୍ରାଣକୁ ସୁଖ ଦେବ।
ହିତୋ 23:13–14ପିଲାକୁ ଶାସ୍ତି ଦେବାକୁ ତ୍ରୁଟି କର ନାହିଁ; ତୁମ୍ଭେ ତାହାକୁ ବାଡ଼ିରେ ମାରିଲେ ହେଁ ସେ ମରିବ ନାହିଁ। ତୁମ୍ଭେ ତାହାକୁ ବାଡ଼ିରେ ମାରିବ ଓ ପାତାଳରୁ ତାହାର ପ୍ରାଣ ରକ୍ଷା କରିବ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର