Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଯାତ୍ରା ପୁସ୍ତକ 20:12

ବାଇବେଲ ପଦ · IRV

ଯାତ୍ରା ପୁସ୍ତକ 20:12

ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଯାତ୍ରା ପୁସ୍ତକ 20

ପ୍ରସଙ୍ଗରେ

9ଛଅ ଦିନ ପରିଶ୍ରମ ଓ ଆପଣାର ସବୁ କର୍ମ କରିବ;

10ମାତ୍ର ସପ୍ତମ ଦିନ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ; ତହିଁରେ ତୁମ୍ଭେ, କି ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, ତୁମ୍ଭର ଦାସ, କି ଦାସୀ, ତୁମ୍ଭର ପଶୁ, କି ତୁମ୍ଭର ନଗରଦ୍ୱାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ।

11ଯେହେତୁ ସଦାପ୍ରଭୁ ଆକାଶମଣ୍ଡଳ ଓ ପୃଥିବୀ ଓ ସମୁଦ୍ର ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଛଅ ଦିନରେ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କଲେ; ଏହେତୁ ସଦାପ୍ରଭୁ ବିଶ୍ରାମ ଦିନକୁ ଆଶୀର୍ବାଦ କରି ପବିତ୍ର କରିଅଛନ୍ତି।

12ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।

13ତୁମ୍ଭେ ନରହତ୍ୟା କରିବ ନାହିଁ।

14ତୁମ୍ଭେ ବ୍ୟଭିଚାର କରିବ ନାହିଁ।

15ତୁମ୍ଭେ ଚୋରି କରିବ ନାହିଁ।

ଯାତ୍ରା ପୁସ୍ତକ 20

ଇଂରାଜୀରେ

Berean Standard BibleExodus 20:12Honor your father and mother, so that your days may be long in the land that the LORD your God is giving you.

ନୂତନ ନିୟମରେ ଉଦ୍ଧୃତ

ମାଥି 15:4ଈଶ୍ବର ତ କହିଅଛନ୍ତି ‘ପିତାମାତାକୁ ସମାଦର କର,’ ଆଉ ‘ଯେ କେହି ପିତା କି ମାତାକୁ ଅଭିଶାପ ଦିଏ ସେ ନିଶ୍ଚୟ ପ୍ରାଣଦଣ୍ଡ ଭୋଗ କରିବ।’
ଏଫି 6:2–3କାରଣ ତାହା ଯଥାର୍ଥ। “ଆପଣା ପିତାମାତାଙ୍କୁ ସମାଦର କର, (ଏହା ପ୍ରତିଜ୍ଞାଯୁକ୍ତ ଗୋଟିଏ ପ୍ରଧାନ ଆଜ୍ଞା),” ଯେପରି ତୁମ୍ଭର ମଙ୍ଗଳ ହେବ, ଆଉ ତୁମ୍ଭେ ପୃଥିବୀରେ ଦୀର୍ଘାୟୁ ହେବ।
ମାଥି 19:19ପିତାମାତାଙ୍କୁ ସମାଦର କର; ପୁଣି, ତୁମ୍ଭର ପଡୋଶୀକି ଆତ୍ମତୁଲ୍ୟ ପ୍ରେମ କର।”
ମାର୍କ 7:10କାରଣ ମୋଶା କହିଅଛନ୍ତି, ‘ଆପଣା ପିତାମାତାଙ୍କୁ ସମାଦର କର, ଆଉ ଯେ କେହି ଆପଣା ପିତା କି ମାତାଙ୍କୁ ଅଭିଶାପ ଦିଏ, ସେ ନିଶ୍ଚୟ ପ୍ରାଣଦଣ୍ଡ ଭୋଗ କରିବ।’
ମାର୍କ 10:19ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ‘ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ପ୍ରବଞ୍ଚନା କର ନାହିଁ, ଆପଣା ପିତାମାତାଙ୍କୁ ସମାଦର କର।’”
ଲୂକ 18:20ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ଆପଣା ପିତାମାତାଙ୍କୁ ସମାଦର କର।”

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଏଫି 6:1–3ହେ ସନ୍ତାନମାନେ, ପ୍ରଭୁଙ୍କ ସକାଶେ ଆପଣା ଆପଣା ପିତାମାତାଙ୍କର ଆଜ୍ଞାବହ ହୁଅ; କାରଣ ତାହା ଯଥାର୍ଥ। “ଆପଣା ପିତାମାତାଙ୍କୁ ସମାଦର କର, (ଏହା ପ୍ରତିଜ୍ଞାଯୁକ୍ତ ଗୋଟିଏ ପ୍ରଧାନ ଆଜ୍ଞା),” ଯେପରି ତୁମ୍ଭର ମଙ୍ଗଳ ହେବ, ଆଉ ତୁମ୍ଭେ ପୃଥିବୀରେ ଦୀର୍ଘାୟୁ ହେବ।
କଲ 3:20ହେ ପିଲାମାନେ, ସମସ୍ତ ବିଷୟରେ ପିତାମାତାଙ୍କର ଆଜ୍ଞାବହ ହୁଅ, କାରଣ ଏହା ପ୍ରଭୁଙ୍କ ସହଭାଗିତାରେ ସନ୍ତୋଷଜନକ ବ୍ୟବହାର।
ଦ୍ବି.ବି 5:16ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ଆପଣା ପିତାଙ୍କୁ ଓ ଆପଣା ମାତାଙ୍କୁ ସମାଦର କର; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ଓ ମଙ୍ଗଳ ହେବ।
ହିତୋ 23:22–25ତୁମ୍ଭ ଜନ୍ମଦାତା ପିତାର କଥା ଶୁଣ, ପୁଣି, ମାତା ବୃଦ୍ଧା ହେଲେ, ତାହାକୁ ତୁଚ୍ଛ କର ନାହିଁ। ସତ୍ୟତା କିଣ, ପୁଣି, ତାହା ବିକ ନାହିଁ; ଜ୍ଞାନ, ଉପଦେଶ ଓ ସୁବିବେଚନା କିଣ। ଧାର୍ମିକର ପିତା ଅତିଶୟ ଆନନ୍ଦ କରେ, ପୁଣି, ଜ୍ଞାନୀ ସନ୍ତାନର ଜନ୍ମଦାତା ତାହା ହେତୁ ହୃଷ୍ଟ ହୁଏ। ତୁମ୍ଭର ପିତା ଓ ତୁମ୍ଭର ମାତା ହୃଷ୍ଟ ହେଉନ୍ତୁ, ତୁମ୍ଭର ଗର୍ଭଧାରିଣୀ ଆନନ୍ଦ କରୁ।
ଲେବୀ 19:3ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ମାତାକୁ ଓ ଆପଣା ଆପଣା ପିତାକୁ ଭୟ କରିବ; ପୁଣି, ତୁମ୍ଭେମାନେ ଆମ୍ଭର ବିଶ୍ରାମ ଦିନ ପାଳନ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
ହିତୋ 30:17ଯେଉଁ ଚକ୍ଷୁ ଆପଣା ପିତାକୁ ପରିହାସ କରେ ଓ ମାତାର କଥା ମାନିବାକୁ ତୁଚ୍ଛବୋଧ କରେ, ତାହା ଉପତ୍ୟକାର ଡାମରା କାଉମାନେ କାଢ଼ି ପକାଇବେ, ପୁଣି, ଉତ୍କ୍ରୋଶ ପକ୍ଷୀର ଛୁଆମାନେ ତାହା ଖାଇବେ।
ହିତୋ 1:8–9ହେ ମୋହର ପୁତ୍ର, ତୁମ୍ଭ ପିତାର ଉପଦେଶ ଶୁଣ ଓ ତୁମ୍ଭ ମାତାର ଆଦେଶ ପରିତ୍ୟାଗ କର ନାହିଁ। ଯେହେତୁ ତାହା ତୁମ୍ଭର ଅନୁଗ୍ରହଜନକ ଶିରୋଭୂଷଣ ଓ ଗଳଦେଶର ହାର ସ୍ୱରୂପ ହେବ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର