Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଯାତ୍ରା ପୁସ୍ତକ 20:13

ବାଇବେଲ ପଦ · IRV

ଯାତ୍ରା ପୁସ୍ତକ 20:13

ତୁମ୍ଭେ ନରହତ୍ୟା କରିବ ନାହିଁ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଯାତ୍ରା ପୁସ୍ତକ 20

ପ୍ରସଙ୍ଗରେ

10ମାତ୍ର ସପ୍ତମ ଦିନ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ; ତହିଁରେ ତୁମ୍ଭେ, କି ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, ତୁମ୍ଭର ଦାସ, କି ଦାସୀ, ତୁମ୍ଭର ପଶୁ, କି ତୁମ୍ଭର ନଗରଦ୍ୱାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ।

11ଯେହେତୁ ସଦାପ୍ରଭୁ ଆକାଶମଣ୍ଡଳ ଓ ପୃଥିବୀ ଓ ସମୁଦ୍ର ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଛଅ ଦିନରେ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କଲେ; ଏହେତୁ ସଦାପ୍ରଭୁ ବିଶ୍ରାମ ଦିନକୁ ଆଶୀର୍ବାଦ କରି ପବିତ୍ର କରିଅଛନ୍ତି।

12ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।

13ତୁମ୍ଭେ ନରହତ୍ୟା କରିବ ନାହିଁ।

14ତୁମ୍ଭେ ବ୍ୟଭିଚାର କରିବ ନାହିଁ।

15ତୁମ୍ଭେ ଚୋରି କରିବ ନାହିଁ।

16ତୁମ୍ଭେ ଆପଣା ପ୍ରତିବାସୀ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବ ନାହିଁ।

ଯାତ୍ରା ପୁସ୍ତକ 20

ଇଂରାଜୀରେ

Berean Standard BibleExodus 20:13You shall not murder.

ନୂତନ ନିୟମରେ ଉଦ୍ଧୃତ

ମାଥି 5:21ତୁମ୍ଭେମାନେ ଶୁଣିଅଛ ଯେ, ପୁରାତନ କାଳର ଲୋକମାନଙ୍କୁ କୁହାଯାଇଥିଲା, ‘ନରହତ୍ୟା କର ନାହିଁ, ଆଉ ଯେ କେହି ନରହତ୍ୟା କରେ ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ।’
ମାଥି 19:18ସେ ତାହାଙ୍କୁ ପଚାରିଲେ, କି କି ପ୍ରକାର ଆଜ୍ଞା? ଯୀଶୁ କହିଲେ, “ଏହିସବୁ, ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ,
ମାର୍କ 10:19ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ‘ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ପ୍ରବଞ୍ଚନା କର ନାହିଁ, ଆପଣା ପିତାମାତାଙ୍କୁ ସମାଦର କର।’”
ଲୂକ 18:20ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ଆପଣା ପିତାମାତାଙ୍କୁ ସମାଦର କର।”
ରୋମୀ 13:9କାରଣ ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ଲୋଭ କର ନାହିଁ, ପୁଣି, ଯଦି ଆଉ କୌଣସି ଆଜ୍ଞା ଥାଏ, ତାହା ସାରଭାବେ ଏହି ବାକ୍ୟର ଅନ୍ତର୍ଗତ ଅଟେ, ଯଥା, ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।
ଯାକୁ 2:11ଯେଣୁ ଯେ ବ୍ୟଭିଚାର କର ନାହିଁ ବୋଲି କହିଥିଲେ, ସେ ନରହତ୍ୟା କର ନାହିଁ ବୋଲି ମଧ୍ୟ କହିଥିଲେ, ଏଣୁ ତୁମ୍ଭେ ଯଦି ବ୍ୟଭିଚାର ନ କରି ନରହତ୍ୟା କର, ତେବେ ବ୍ୟବସ୍ଥା ଲଙ୍ଘନକାରୀ ହୋଇଅଛ।

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଦ୍ବି.ବି 5:17ତୁମ୍ଭେ ନରହତ୍ୟା କରିବ ନାହିଁ।
ଆଦି 9:5–6ପୁଣି, ଆମ୍ଭେ ତୁମ୍ଭମାନଙ୍କ ଜୀବନରୂପ ରକ୍ତପାତର ପରିଶୋଧ ନିତାନ୍ତ ନେବା; ପ୍ରତ୍ୟେକ ପଶୁଠାରୁ ହେଉ କି ମନୁଷ୍ୟଠାରୁ ହେଉ, ତାହାରି ପରିଶୋଧ ନେବା; ଆମ୍ଭେ ପ୍ରତ୍ୟେକ ମନୁଷ୍ୟର ଭ୍ରାତାଠାରୁ ମନୁଷ୍ୟର ପ୍ରାଣର ପରିଶୋଧ ନେବା। ଯେକେହି ମନୁଷ୍ୟର ରକ୍ତପାତ କରିବ, ମନୁଷ୍ୟ ଦ୍ୱାରା ତାହାର ରକ୍ତପାତ କରାଯିବ; ଯେହେତୁ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ନିର୍ମାଣ କରିଅଛନ୍ତି।
ଯାତ୍ରା 21:14ମାତ୍ର ଯଦି କେହି ଛଳନା ପୂର୍ବକ ଆପଣା ପ୍ରତିବାସୀକୁ ବଧ କରିବାକୁ ଦୁଃସାହସ କରେ, ତେବେ ତୁମ୍ଭେ ତାହାର ପ୍ରାଣଦଣ୍ଡ କରିବା ନିମନ୍ତେ ଆମ୍ଭ ବେଦି ନିକଟରୁ ତାହାକୁ ନେଇଯିବ।
ମାଥି 5:21–22ତୁମ୍ଭେମାନେ ଶୁଣିଅଛ ଯେ, ପୁରାତନ କାଳର ଲୋକମାନଙ୍କୁ କୁହାଯାଇଥିଲା, ‘ନରହତ୍ୟା କର ନାହିଁ, ଆଉ ଯେ କେହି ନରହତ୍ୟା କରେ ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ।’ କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ଭାଇ ଉପରେ କ୍ରୋଧ କରେ, ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ। ପୁଣି, ଯେ କେହି ଆପଣା ଭାଇ କି ‘ମୂର୍ଖ’ ବୋଲି କହେ, ସେ ମହାସଭାରେ ଦଣ୍ଡିତ ହେବ; ଆଉ ଯେ କେହି ‘ପାଷାଣ୍ଡ’ ବୋଲି କହେ, ସେ ଅଗ୍ନିମୟ ନର୍କରେ ଦଣ୍ଡନୀୟ ହେବ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର