ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଗାଲାତୀୟ 1:10
ବାଇବେଲ ପଦ · IRV
ଗାଲାତୀୟ 1:10
ମୁଁ କି ଏବେ ମନୁଷ୍ୟମାନଙ୍କର କିମ୍ବା ଈଶ୍ବରଙ୍କର ପ୍ରିୟପାତ୍ର ହେବାକୁ ଯତ୍ନ କରୁଅଛି? ଅବା ମନୁଷ୍ୟମାନଙ୍କୁ କି ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଅଛି? ଯଦି ମୁଁ ଏବେ ସୁଦ୍ଧା ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରୁଥାଆନ୍ତି, ତେବେ ମୁଁ ଖ୍ରୀଷ୍ଟଙ୍କର ଦାସ ହୁଅନ୍ତି ନାହିଁ।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଗାଲାତୀୟ 1
ପ୍ରସଙ୍ଗରେ
7ତାହା ଅନ୍ୟ ସୁସମାଚାର ସୁଦ୍ଧା ନୁହେଁ, କେବଳ କେତେକ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି ଓ ଖ୍ରୀଷ୍ଟଙ୍କ ସୁସମାଚାରକୁ ବିକୃତ କରିବାକୁ ଇଚ୍ଛା କରୁଅଛନ୍ତି।
8କିନ୍ତୁ ଯେଉଁ ସୁସମାଚାର ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ, ଯଦି ଆମ୍ଭେମାନେ କିମ୍ବା ସ୍ୱର୍ଗରୁ ଦୂତ ହେଲେ ମଧ୍ୟ ତା ବ୍ୟତୀତ ଅନ୍ୟ ସୁସମାଚାର ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ।
9ଯେପରି ଆମ୍ଭେମାନେ ପୂର୍ବରେ କହିଅଛୁ, ସେହିପରି ମୁଁ ଏବେ ଆଉ ଥରେ କହୁଅଛି, ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କରିଥିଲ, ତା ବ୍ୟତୀତ ଯଦି କୌଣସି ଲୋକ ଅନ୍ୟ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ।
10ମୁଁ କି ଏବେ ମନୁଷ୍ୟମାନଙ୍କର କିମ୍ବା ଈଶ୍ବରଙ୍କର ପ୍ରିୟପାତ୍ର ହେବାକୁ ଯତ୍ନ କରୁଅଛି? ଅବା ମନୁଷ୍ୟମାନଙ୍କୁ କି ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଅଛି? ଯଦି ମୁଁ ଏବେ ସୁଦ୍ଧା ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରୁଥାଆନ୍ତି, ତେବେ ମୁଁ ଖ୍ରୀଷ୍ଟଙ୍କର ଦାସ ହୁଅନ୍ତି ନାହିଁ।
11କାରଣ, ହେ ଭାଇମାନେ, ଯେଉଁ ସୁସମାଚାର ମୋʼ ଦ୍ୱାରା ପ୍ରଚାରିତ ହୋଇଅଛି, ସେ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଜଣାଉଅଛି ଯେ, ତାହା ମନୁଷ୍ୟର ମତାନୁସାରେ ନୁହେଁ;
12ଯେଣୁ ମୁଁ ତାହା ମନୁଷ୍ୟଠାରୁ ପାଇ ନାହିଁ କିଅବା ଶିକ୍ଷା କରି ନାହିଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତ୍ୟାଦେଶ ଦ୍ୱାରା ପାଇଅଛି।
13ପୂର୍ବେ ଯିହୁଦୀ ଧର୍ମରେ ମୋହର ଆଚରଣ ସମ୍ବନ୍ଧରେ ତୁମ୍ଭେମାନେ ତ ଶୁଣିଅଛ, ମୁଁ ଈଶ୍ବରଙ୍କ ମଣ୍ଡଳୀ କି ଅତିରିକ୍ତ ଭାବରେ ତାଡ଼ନା କରୁଥିଲି ଓ ତାହା ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲି,
ଇଂରାଜୀରେ
Am I now seeking the approval of men, or of God? Or am I striving to please men? If I were still trying to please men, I would not be a servant of Christ.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
କିନ୍ତୁ ଆମ୍ଭମାନଙ୍କ ହସ୍ତରେ ସୁସମାଚାର ପ୍ରଚାରର ଭାର ସମର୍ପିତ ହେବା ନିମନ୍ତେ ଆମ୍ଭେମାନେ ଯେରୂପେ ଈଶ୍ବରଙ୍କ ଦ୍ୱାରା ଯୋଗ୍ୟ ଗଣିତ ହୋଇଅଛୁ, ସେହିରୂପେ ଆମ୍ଭେମାନେ ପ୍ରଚାର କରୁଅଛୁ; ଅତଏବ ଆମ୍ଭମାନଙ୍କ ହୃଦୟର ପରୀକ୍ଷକ ଯେ ଈଶ୍ବର, ବରଂ ଆମ୍ଭେମାନେ ମନୁଷ୍ୟକୁ ସନ୍ତୁଷ୍ଟ ନ କରି ଈଶ୍ବରଙ୍କୁ ସନ୍ତୁଷ୍ଟ କରିବା ଉଦ୍ଦେଶ୍ୟରେ ତାହା କରୁଅଛୁ।କିନ୍ତୁ ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ, ମନୁଷ୍ୟମାନଙ୍କର ଆଜ୍ଞା ଅପେକ୍ଷା ବରଂ ଈଶ୍ବରଙ୍କ ଆଜ୍ଞା ପାଳନ କରିବା କର୍ତ୍ତବ୍ୟ।ମନୁଷ୍ୟକୁ ସନ୍ତୁଷ୍ଟ କଲା ପରି ଦୃଷ୍ଟି ଆଗରେ ତାହା କର ନାହିଁ, କିନ୍ତୁ ଖ୍ରୀଷ୍ଟଙ୍କ ଦାସ ପରି ଅନ୍ତର ସହ ଈଶ୍ବରଙ୍କ ଇଚ୍ଛା ସାଧନ କର।ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ବରଙ୍କର ଶତ୍ରୁତା, ଏହା କଅଣ ଜାଣ ନାହିଁ? ଅତଏବ, ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଈଶ୍ବରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ।ଆଉ, ସେମାନେ ହେରୋଦୀୟମାନଙ୍କ ସହିତ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିକଟକୁ କହି ପଠାଇଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଏବଂ ସତ୍ୟ ରୂପେ ଈଶ୍ବରଙ୍କ ମାର୍ଗ ଶିକ୍ଷା ଦିଅନ୍ତି ପୁଣି, କାହାରିକୁ ଭୟ କରନ୍ତି ନାହିଁ, କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ।ହେ ଦାସମାନେ, ମନୁଷ୍ୟକୁ ସନ୍ତୁଷ୍ଟ କଲା ପରି ଦୃଷ୍ଟି ଆଗରେ କର୍ମ ନ କରି ବରଂ ପ୍ରଭୁଙ୍କୁ ଭୟ କରି ହୃଦୟର ସରଳତାରେ ସବୁ ବିଷୟରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କ ଆଜ୍ଞାବହ ହୁଅ।ଏଣୁ ମଧ୍ୟ ନିବାସୀ ହେଉ ବା ପ୍ରବାସୀ ହେଉ, ତାହାଙ୍କ ନିକଟରେ ସନ୍ତୋଷପାତ୍ର ହେବା ଆମ୍ଭମାନଙ୍କର ଏକାନ୍ତ ବାସନା। କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ୱାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ଉପସ୍ଥିତ ହେବାକୁ ହେବ। ଅତଏବ, ପ୍ରଭୁ ବିଷୟକ ଭୟ ଜ୍ଞାତ ହେବାରୁ ଆମ୍ଭେମାନେ ମନୁଷ୍ୟମାନଙ୍କୁ ମଣାଉଅଛୁ, କିନ୍ତୁ ଆମ୍ଭେମାନେ ଈଶ୍ବରଙ୍କ ଛାମୁରେ ପ୍ରକାଶିତ ଅଟୁ ଏବଂ ତୁମ୍ଭମାନଙ୍କ ବିବେକ ନିକଟରେ ମଧ୍ୟ ଯେ ପ୍ରକାଶିତ ଅଟୁ, ଏହା ମୁଁ ଆଶା କରେ।କିନ୍ତୁ ଅନ୍ତରରେ ଯେ ଯିହୁଦୀ, ସେ ଯିହୁଦୀ, ପୁଣି, ଆକ୍ଷରିକ ଭାବରେ ନୁହେଁ, ମାତ୍ର ଆତ୍ମିକ ଭାବରେ ହୃଦୟର ଯେ ସୁନ୍ନତ, ତାହା ପ୍ରକୃତ ସୁନ୍ନତ। ଏପରି ଲୋକ ମନୁଷ୍ୟମାନଙ୍କଠାରୁ ପ୍ରଶଂସା ପ୍ରାପ୍ତ ହୁଏ ନାହିଁ, କିନ୍ତୁ ଈଶ୍ବରଙ୍କଠାରୁ ପ୍ରାପ୍ତ ହୁଏ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର