ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଗାଲାତୀୟ 2:20
ବାଇବେଲ ପଦ · IRV
ଗାଲାତୀୟ 2:20
ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋʼ ଠାରେ ଜୀବିତ ଅଛନ୍ତି; ପୁଣି, ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନଯାପନ କରୁଅଛି, ତାହା ବିଶ୍ୱାସରେ, ଅର୍ଥାତ୍, ଈଶ୍ବରଙ୍କ ପୁତ୍ର ମୋତେ ପ୍ରେମ କରି ମୋʼ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ୱାସ କରି ଯାପନ କରୁଅଛି।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଗାଲାତୀୟ 2
ପ୍ରସଙ୍ଗରେ
17କିନ୍ତୁ ଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକ ଗଣିତ ହେବାକୁ ଚେଷ୍ଟା କରି ଆମ୍ଭେମାନେ ନିଜେ ମଧ୍ୟ ଯଦି ପାପୀ ବୋଲି ଦେଖାଗଲୁ, ତେବେ ଖ୍ରୀଷ୍ଟ କି ପାପର ସେବକ? ତାହା କେବେ ହେଁ ନ ହେଉ।
18କାରଣ ମୁଁ ଯେଉଁ ଯେଉଁ ମୋଶାଙ୍କ ବ୍ୟବସ୍ଥା ଭାଙ୍ଗିଅଛି, ସେହିସବୁ ଯଦି ଆଉ ଥରେ ନିର୍ମାଣ କରେ, ତେବେ ମୁଁ ନିଜକୁ ଅପରାଧୀ ବୋଲି ପ୍ରମାଣ କରୁଅଛି।
19ଯେଣୁ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଜୀବିତ ହେବା ନିମନ୍ତେ ମୁଁ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ମୋଶାଙ୍କ ବ୍ୟବସ୍ଥା ପ୍ରତି ମୃତ ହୋଇଅଛି।
20ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋʼ ଠାରେ ଜୀବିତ ଅଛନ୍ତି; ପୁଣି, ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନଯାପନ କରୁଅଛି, ତାହା ବିଶ୍ୱାସରେ, ଅର୍ଥାତ୍, ଈଶ୍ବରଙ୍କ ପୁତ୍ର ମୋତେ ପ୍ରେମ କରି ମୋʼ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ୱାସ କରି ଯାପନ କରୁଅଛି।
21ମୁଁ ଈଶ୍ବରଙ୍କ ଅନୁଗ୍ରହକୁ ବ୍ୟର୍ଥ କରୁ ନାହିଁ; କାରଣ ଯଦି ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଧାର୍ମିକତା ଲାଭ ହୁଏ, ତାହାହେଲେ ଖ୍ରୀଷ୍ଟଙ୍କ ମୃତ୍ୟୁଭୋଗ କରିବା ବୃଥା।
ଇଂରାଜୀରେ
I have been crucified with Christ, and I no longer live, but Christ lives in me. The life I live in the body, I live by faith in the Son of God, who loved me and gave Himself up for me.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି।ଆଉ ସେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଯେଉଁମାନେ ଜୀବିତ, ସେମାନେ ଆଉ ଆପଣା ଆପଣା ନିମନ୍ତେ ଜୀବନଯାପନ ନ କରି ବରଂ ଯେ ସେମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ଓ ଉତ୍ଥିତ ହେଲେ, ତାହାଙ୍କ ନିମନ୍ତେ ଜୀବନଯାପନ କରନ୍ତି।ଅତଏବ, ଆମ୍ଭେମାନେ ବାପ୍ତିସ୍ମ ଦ୍ୱାରା ମରଣରେ ତାହାଙ୍କ ସହିତ ସମାଧି ପାଇଅଛୁ, ଯେପରି ଖ୍ରୀଷ୍ଟ ପିତାଙ୍କ ଗୌରବ ଦ୍ୱାରା ମୃତମାନଙ୍କ ମଧ୍ୟରୁ ଯେଉଁ ପ୍ରକାରେ ଉତ୍ଥାପିତ ହେଲେ, ଆମ୍ଭେମାନେ ମଧ୍ୟ ସେହି ପ୍ରକାରେ ଜୀବନର ନୂତନ ଭାବରେ ଆଚରଣ କରୁ; କାରଣ ଯଦି ଆମ୍ଭେମାନେ ତାହାଙ୍କ ମୃତ୍ୟୁର ସାଦୃଶ୍ୟରେ ମୃତ୍ୟୁଭୋଗ କରି ତାହାଙ୍କ ସହିତ ଏକୀଭୂତ ହୋଇଅଛୁ, ତାହାହେଲେ ନିଶ୍ଚୟ ତାହାଙ୍କ ପୁନରୁତ୍ଥାନର ସାଦୃଶ୍ୟରେ ମଧ୍ୟ ଉତ୍ଥିତ ହୋଇ ତାହାଙ୍କ ସହିତ ଏକୀଭୂତ ହେବା। ଯେପରି ଆମ୍ଭେମାନେ ଆଉ ପାପର ଦାସତ୍ୱରେ ନ ରହୁ, ଏଥିପାଇଁ ପାପର ଶରୀର ବିନଷ୍ଟ ହେବା ନିମନ୍ତେ ଆମ୍ଭମାନଙ୍କର ପୁରାତନ ସ୍ୱଭାବ ଯେ ତାହାଙ୍କ ସହିତ କ୍ରୁଶରେ ହତ ହୋଇଅଛି,କାରଣ ତୁମ୍ଭେମାନେ ମରିଅଛ, ଆଉ ତୁମ୍ଭମାନଙ୍କର ଜୀବନ ଈଶ୍ବରଙ୍କଠାରେ ଖ୍ରୀଷ୍ଟଙ୍କ ସହିତ ଗୁପ୍ତ ଅଛି। ଆମ୍ଭମାନଙ୍କର ଜୀବନ ସ୍ୱରୂପ ଯେ ଖ୍ରୀଷ୍ଟ, ଯେତେବେଳେ ସେ ପ୍ରକାଶିତ ହେବେ, ସେତେବେଳେ ତୁମ୍ଭେମାନେ ମଧ୍ୟ ତାହାଙ୍କ ସହିତ ଗୌରବରେ ପ୍ରକାଶିତ ହେବ।ଆମ୍ଭେମାନେ ସର୍ବଦା ଯୀଶୁଙ୍କ ମୃତ୍ୟୁଭୋଗ ଶରୀରରେ ଅନୁଭବ କରୁଅଛୁ, ଯେପରି ଯୀଶୁଙ୍କ ଜୀବନ ମଧ୍ୟ ଆମ୍ଭମାନଙ୍କ ଶରୀରରେ ପ୍ରକାଶିତ ହୁଏ। କାରଣ ଯୀଶୁଙ୍କ ଜୀବନ ଯେପରି ଆମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ପ୍ରକାଶିତ ହୁଏ, ଏଥିପାଇଁ ଆମ୍ଭେମାନେ ଜୀବିତ ହେଲେ ହେଁ ସର୍ବଦା ଯୀଶୁଙ୍କ ସକାଶେ ମୃତ୍ୟୁମୁଖରେ ସମର୍ପିତ ହେଉଅଛୁ।କିନ୍ତୁ ଆମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ମରିଅଛୁ, ତାହାହେଲେ ଆମ୍ଭେମାନେ ଯେ ତାହାଙ୍କ ସହିତ ମଧ୍ୟ ବଞ୍ଚିବା, ଏହା ଆମ୍ଭେମାନେ ବିଶ୍ୱାସ କରୁ।କିନ୍ତୁ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର କ୍ରୁଶ ବ୍ୟତୀତ ଆଉ କାହିଁରେ ଦର୍ପ କରିବା ମୋʼଠାରୁ ଦୂରେ ଥାଉ; ତାହାଙ୍କ ଦ୍ୱାରା ଜଗତ ମୋʼ ପ୍ରତି ଓ ମୁଁ ଜଗତ ପ୍ରତି କ୍ରୁଶରେ ହତ ହୋଇଅଛି।ତୁମ୍ଭେମାନେ ବିଶ୍ୱାସରେ ଅଛ କି ନାହିଁ, ସେ ବିଷୟରେ ଆପଣା ଆପଣାକୁ ପରୀକ୍ଷା କର, ଆପଣା ଆପଣାର ବିଚାର କର କିମ୍ବା ଯୀଶୁ ଖ୍ରୀଷ୍ଟ ଯେ ତୁମ୍ଭମାନଙ୍କଠାରେ ଅଛନ୍ତି, ଏହା କି ତୁମ୍ଭେମାନେ ନିଜ ନିଜ ବିଷୟରେ ଜାଣ ନାହିଁ? ଯଦି ଏହା ନ ହୁଏ, ତାହାହେଲେ ତୁମ୍ଭେମାନେ ପରୀକ୍ଷାସିଦ୍ଧ ନୁହଁ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର