Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଗାଲାତୀୟ 3:28

ବାଇବେଲ ପଦ · IRV

ଗାଲାତୀୟ 3:28

ଯିହୁଦୀ କି ଗ୍ରୀକ୍‍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଗାଲାତୀୟ 3

ପ୍ରସଙ୍ଗରେ

25କିନ୍ତୁ ଏବେ ସେହି ବିଶ୍ୱାସ ଉପସ୍ଥିତ ହେଲା ପରେ ଆମ୍ଭେମାନେ ଆଉ ସେହି ଶିକ୍ଷକର ଅଧୀନରେ ନାହୁଁ।

26କାରଣ ତୁମ୍ଭେମାନେ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ବରଙ୍କର ସନ୍ତାନ ହୋଇଅଛ;

27ଯେଣୁ ତୁମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛ, ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କୁ ପରିଧାନ କରିଅଛ।

28ଯିହୁଦୀ କି ଗ୍ରୀକ୍‍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ।

29ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରହାମଙ୍କ ବଂଶ, ପ୍ରତିଜ୍ଞା ଅନୁସାରେ ଉତ୍ତରାଧିକାରୀ।

ଗାଲାତୀୟ 3

ଇଂରାଜୀରେ

Berean Standard BibleGalatians 3:28There is neither Jew nor Greek, slave nor free, male nor female, for you are all one in Christ Jesus.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ପ୍ର.କରି 12:12–13କାରଣ ଯେପରି ଶରୀର ଏକ, ଆଉ ସେଥିର ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀରର ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅନେକ ହେଲେ ହେଁ ଏକ ଶରୀର ଅଟେ, ସେହିପରି ମଧ୍ୟ ଖ୍ରୀଷ୍ଟ। ଯେଣୁ ଆମ୍ଭେମାନେ ଯିହୁଦୀ ହେଉ ବା ଗ୍ରୀକ୍‍ ହେଉ, ଦାସ ହେଉ ବା ସ୍ୱାଧୀନ ହେଉ, ସମସ୍ତେ ତ ଏକ ଆତ୍ମାଙ୍କ ଦ୍ୱାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛୁ; ଆଉ ସମସ୍ତେ ଏକ ଆତ୍ମାରୁ ପାନ କରିଅଛୁ।
କଲ 3:11ଏପରି ସ୍ଥଳେ ଗ୍ରୀକ୍‍ ଓ ଯିହୁଦୀ, ସୁନ୍ନତି ଓ ଅସୁନ୍ନତି, ବର୍ବର, ସ୍କୁଥୀୟ, ଦାସ, ସ୍ୱାଧୀନ ବ୍ୟକ୍ତି, ଏମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କିନ୍ତୁ ଖ୍ରୀଷ୍ଟ ସବୁରେ ସବୁ ଅଟନ୍ତି, ପୁଣି, ସମସ୍ତଙ୍କଠାରେ ବାସ କରନ୍ତି।
ରୋମୀ 3:29–30କିମ୍ବା ଈଶ୍ବର କି କେବଳ ଯିହୁଦୀମାନଙ୍କର ଈଶ୍ବର? ସେ କି ଅଣଯିହୁଦୀମାନଙ୍କର ମଧ୍ୟ ଈଶ୍ବର ନୁହଁନ୍ତି? ହଁ, ଅଣଯିହୁଦୀମାନଙ୍କର ମଧ୍ୟ। କାରଣ ଈଶ୍ବର ତ ଏକ, ଆଉ ସେ ବିଶ୍ୱାସ ହେତୁ ସୁନ୍ନତିକୁ ଓ ବିଶ୍ୱାସ ଦ୍ୱାରା ଅସୁନ୍ନତିକୁ ଧାର୍ମିକ ଗଣିବେ।
ଗାଲା 5:6ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର।
ରୋମୀ 10:12–15କାରଣ ଯିହୁଦୀ ଓ ଗ୍ରୀକ୍‍ ମଧ୍ୟରେ କିଛି ପ୍ରଭେଦ ନାହିଁ; ଯେଣୁ ସମସ୍ତଙ୍କର ତ ଏକ ପ୍ରଭୁ, ଆଉ ଯେତେ ଲୋକ ତାହାଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ପ୍ରତି ସେ ଅନୁଗ୍ରହର ନିଧିସ୍ୱରୂପ। କାରଣ ଯେ କେହି ପ୍ରଭୁଙ୍କ ନାମ ଧରି ପ୍ରାର୍ଥନା କରିବ, ସେ ପରିତ୍ରାଣ ପ୍ରାପ୍ତ ହେବ। ତେବେ ଯାହାଙ୍କୁ ସେମାନେ ବିଶ୍ୱାସ କରି ନାହାନ୍ତି, ତାହାଙ୍କ ନିକଟରେ କିପରି ପ୍ରାର୍ଥନା କରିବେ? ପୁଣି, ଯାହାଙ୍କ କଥା ସେମାନେ ଶୁଣି ନାହାନ୍ତି, କିପରି ତାହାଙ୍କଠାରେ ବିଶ୍ୱାସ କରିବେ? ଆଉ ପ୍ରଚାରକ ବିନା ସେମାନେ କିପରି ଶୁଣିବେ? ପୁଣି, ପ୍ରେରିତ ନ ହେଲେ କିପରି ପ୍ରଚାର କରିବେ? ଯେପରି ଲେଖାଅଛି, “ଯେଉଁମାନେ ଶୁଭ ବିଷୟର ସୁସମାଚାର ଆଣନ୍ତି, ସେମାନଙ୍କର ପାଦ କିପରି ଶୋଭାଯୁକ୍ତ।”
ଯୋହ 10:16ଯେଉଁ ମେଷଗୁଡ଼ିକ ଏହି ମେଷଶାଳାର ନୁହଁନ୍ତି, ମୋହର ଏପରି ଅନ୍ୟ ମେଷଗୁଡ଼ିକ ଅଛନ୍ତି, ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ହେବ, ପୁଣି, ସେମାନେ ମୋହର ସ୍ୱର ଶୁଣିବେ; ସେଥିରେ ଗୋଟିଏ ପଲ ଓ ଗୋଟିଏ ପାଳକ ହେବେ।
ଏଫି 4:4ଏକ ଶରୀର ଓ ଏକ ଆତ୍ମା, ଯେଉଁ ରୂପେ ତୁମ୍ଭେମାନେ ତୁମ୍ଭମାନଙ୍କ ଆହ୍ୱାନର ଏକ ଭରସାରେ ମଧ୍ୟ ଆହୂତ ହୋଇଅଛ;
ରୋମୀ 9:24ସେଥିନିମନ୍ତେ ତ ସେ କେବଳ ଯିହୁଦୀମାନଙ୍କ ମଧ୍ୟରୁ ନୁହେଁ, ମାତ୍ର ଅଣଯିହୁଦୀମାନଙ୍କ ମଧ୍ୟରୁ ସୁଦ୍ଧା ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି,

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର