Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଗାଲାତୀୟ 5:19–21

ବାଇବେଲ ପଦ · IRV

ଗାଲାତୀୟ 5:19–21

19ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟ ରୂପେ ଜଣା, ବ୍ୟଭିଚାର, ଅଶୁଚିତା

20କାମୁକତା, ପ୍ରତିମାପୂଜା, ନରହତ୍ୟା, କୁହୁକ, ଶତ୍ରୁତା, ବିବାଦ, ଦ୍ୱେଷ, କ୍ରୋଧ, ସ୍ୱାର୍ଥପରତା, ଦଳଭେଦ, ମତଭେଦ, ଈର୍ଷା,

21ମତ୍ତତା, ରଙ୍ଗରସ, ଇତ୍ୟାଦି ପ୍ରକାର କର୍ମଗୁଡ଼ାକ; ମୁଁ ପୂର୍ବରେ ଯେପରି ତୁମ୍ଭମାନଙ୍କୁ କହିଥିଲି, ସେହିପରି ଆଗରୁ କହୁଅଛି ଯେ, ଯେଉଁମାନେ ଏହି ସବୁପ୍ରକାର କର୍ମ କରନ୍ତି, ସେମାନେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଗାଲାତୀୟ 5

ପ୍ରସଙ୍ଗରେ

16ମୋହର ଭାବ ଏହି, ଆତ୍ମାଙ୍କ ଦ୍ୱାରା ଆଚରଣ କର, ତାହାହେଲେ ତୁମ୍ଭେମାନେ ଶରୀରର ଅଭିଳାଷ ପୂର୍ଣ୍ଣ କରିବ ନାହିଁ।

17କାରଣ ଶରୀରର ଅଭିଳାଷ ଆତ୍ମାଙ୍କ ପ୍ରତିକୂଳ, ଆଉ ଆତ୍ମାଙ୍କ ଅଭିଳାଷ ଶରୀରର ପ୍ରତିକୂଳ, ଯେଣୁ ଏହି ଦୁଇ ପରସ୍ପରର ବିପରୀତ; ଫଳତଃ ତୁମ୍ଭେମାନେ ଯାହା ଯାହା ଇଚ୍ଛା କର, ସେହିସବୁ କରିପାର ନାହିଁ।

18କିନ୍ତୁ ଯଦି ତୁମ୍ଭେମାନେ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ପରିଚାଳିତ ହୁଅ, ତେବେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ।

19ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟ ରୂପେ ଜଣା, ବ୍ୟଭିଚାର, ଅଶୁଚିତା

20କାମୁକତା, ପ୍ରତିମାପୂଜା, ନରହତ୍ୟା, କୁହୁକ, ଶତ୍ରୁତା, ବିବାଦ, ଦ୍ୱେଷ, କ୍ରୋଧ, ସ୍ୱାର୍ଥପରତା, ଦଳଭେଦ, ମତଭେଦ, ଈର୍ଷା,

21ମତ୍ତତା, ରଙ୍ଗରସ, ଇତ୍ୟାଦି ପ୍ରକାର କର୍ମଗୁଡ଼ାକ; ମୁଁ ପୂର୍ବରେ ଯେପରି ତୁମ୍ଭମାନଙ୍କୁ କହିଥିଲି, ସେହିପରି ଆଗରୁ କହୁଅଛି ଯେ, ଯେଉଁମାନେ ଏହି ସବୁପ୍ରକାର କର୍ମ କରନ୍ତି, ସେମାନେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ।

22କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା,

23ଭଦ୍ରତା, ବିଶ୍ୱସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ମୋଶାଙ୍କ ବ୍ୟବସ୍ଥା ନାହିଁ।

24ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି।

ଗାଲାତୀୟ 5

ଇଂରାଜୀରେ

Berean Standard BibleGalatians 5:19–21The acts of the flesh are obvious: sexual immorality, impurity, and debauchery; idolatry and sorcery; hatred, discord, jealousy, and rage; rivalries, divisions, factions, and envy; drunkenness, orgies, and the like. I warn you, as I did before, that those who practice such things will not inherit the kingdom of God.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ପ୍ର.କରି 6:9–10ଅବା, ଅଧାର୍ମିକମାନେ ଯେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍‍ ଆଚାରୀ କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ।
କଲ 3:5–8ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁକର୍ମଗୁଡ଼ିକ, ଅର୍ଥାତ୍‍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହିସବୁ ପ୍ରତି ମୃତ ହୁଅ; ଏହିସବୁ ହେତୁରୁ ଈଶ୍ବରଙ୍କ କ୍ରୋଧ ବର୍ତ୍ତେ, ପୂର୍ବେ ତୁମ୍ଭେମାନେ ମଧ୍ୟ ଏହିସବୁ ବିଷୟରେ ଆସକ୍ତ ଥାଇ ସେହି ପ୍ରକାରେ ଆଚରଣ କରୁଥିଲ। କିନ୍ତୁ ଏବେ ତୁମ୍ଭେମାନେ ମଧ୍ୟ ଏହିସବୁ ବିଷୟ, ଅର୍ଥାତ୍‍ କ୍ରୋଧ, ରାଗ, ହିଂସା, ନିନ୍ଦା, ମୁଖରୁ କୁତ୍ସିତ ବାକ୍ୟ ଏହିସବୁ ପରିତ୍ୟାଗ କର।
ମାଥି 15:18–19କିନ୍ତୁ ମୁଖରୁ ଯାହାସବୁ ବାହାରେ, ତାହା ହୃଦୟରୁ ବାହାରେ ଓ ତାହା ହିଁ ମନୁଷ୍ୟକୁ ଅଶୁଚି କରେ। କାରଣ ହୃଦୟରୁ କୁଚିନ୍ତା, ନରହତ୍ୟା, ବ୍ୟଭିଚାର, ବେଶ୍ୟାଗମନ, ଚୋରି, ମିଥ୍ୟା ସାକ୍ଷ୍ୟ ଓ ନିନ୍ଦା ବାହାରେ;
ପ୍ର. ପିତ 4:2–4ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ବରଙ୍କ ଇଚ୍ଛାନୁସାରେ କ୍ଷେପଣ କର। ଯେଣୁ ଅଣଯିହୁଦୀମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ; ଏପ୍ରକାର ଉଚ୍ଛୃଙ୍ଖଳ ପନ୍ଥାରେ ତୁମ୍ଭେମାନେ ଯେ ସେମାନଙ୍କ ସହିତ ଧାବମାନ ହେଉ ନାହଁ, ଏହା ସେମାନେ ଆଶ୍ଚର୍ଯ୍ୟ ମଣି ତୁମ୍ଭମାନଙ୍କର ନିନ୍ଦା କରନ୍ତି;
ପ୍ରକା 21:8କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟ-କଳଙ୍କିତ, ନରଘାତକ, ବ୍ୟଭିଚାରୀ, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।
ଏଫି 5:3–6କିନ୍ତୁ ବ୍ୟଭିଚାର, ସମସ୍ତ ପ୍ରକାର ଅଶୁଚିତା କିମ୍ବା ଲୋଭ, ଏହିସବୁ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ନ ପାଉ; ତାହା ସାଧୁମାନଙ୍କ ପକ୍ଷରେ ଅନୁଚିତ; ପୁଣି, ଯାହା ଯାହା ଅନୁପଯୁକ୍ତ, ଏପରି କୁତ୍ସିତ ବ୍ୟବହାର ବା ଅସାର କଥା ବା ହାସ୍ୟପରିହାସ ତୁମ୍ଭମାନଙ୍କ ମଧ୍ୟରେ ଦେଖା ନ ଯାଉ, ବରଂ ସମସ୍ତ ବିଷୟ ନିମନ୍ତେ ଧନ୍ୟବାଦ ଦିଅ। କାରଣ ତୁମ୍ଭେମାନେ ନିଶ୍ଚିତରୂପେ ଜାଣ ଯେ, କୌଣସି ବ୍ୟଭିଚାରୀ ବା ଅଶୁଦ୍ଧାଚାରୀ ବ୍ୟକ୍ତି ବା ଲୋଭୀ ସେ ତ ପ୍ରତିମାପୂଜକ, ଏମାନଙ୍କର, ଖ୍ରୀଷ୍ଟ ଓ ଈଶ୍ବରଙ୍କର ରାଜ୍ୟରେ ଅଧିକାର ନାହିଁ। କେହି ତୁମ୍ଭମାନଙ୍କୁ ଅସାର କଥାରେ ନ ଭୁଲାଉ, କାରଣ ଏହି ସମସ୍ତ କୁକର୍ମ ହେତୁ ଅନାଜ୍ଞାବହ ସନ୍ତାନମାନଙ୍କ ଉପରେ ଈଶ୍ବରଙ୍କ କ୍ରୋଧ ବର୍ତ୍ତେ।
ଗାଲା 6:8ଯେଣୁ ଯେ ଆପଣା ଶରୀର ଉଦ୍ଦେଶ୍ୟରେ ବୁଣେ, ସେ ଶରୀରରୁ ଉତ୍ପନ୍ନ କ୍ଷୟଣୀୟ ଶସ୍ୟ କାଟିବ; କିନ୍ତୁ ଯେ ପବିତ୍ର ଆତ୍ମାଙ୍କ ଉଦ୍ଦେଶ୍ୟରେ ବୁଣେ, ସେ ଆତ୍ମାଙ୍କଠାରୁ ଉତ୍ପନ୍ନ ଅନନ୍ତ ଜୀବନରୂପ ଶସ୍ୟ କାଟିବ।
ପ୍ର.କରି 3:3ଯେଣୁ, ଏପର୍ଯ୍ୟନ୍ତ ତୁମ୍ଭେମାନେ ଶାରୀରିକ ଅଟ। କାରଣ ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଈର୍ଷା ଓ ବିବାଦ ରହିଅଛି, ତୁମ୍ଭେମାନେ କି ଶାରୀରିକ ନୁହଁ ଓ ମନୁଷ୍ୟର ସ୍ୱଭାବ ଅନୁସାରେ କି ଆଚରଣ କରୁ ନାହଁ?

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର