ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଗାଲାତୀୟ 5:22–23
ବାଇବେଲ ପଦ · IRV
ଗାଲାତୀୟ 5:22–23
22କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା,
23ଭଦ୍ରତା, ବିଶ୍ୱସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ମୋଶାଙ୍କ ବ୍ୟବସ୍ଥା ନାହିଁ।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଗାଲାତୀୟ 5
ପ୍ରସଙ୍ଗରେ
19ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟ ରୂପେ ଜଣା, ବ୍ୟଭିଚାର, ଅଶୁଚିତା
20କାମୁକତା, ପ୍ରତିମାପୂଜା, ନରହତ୍ୟା, କୁହୁକ, ଶତ୍ରୁତା, ବିବାଦ, ଦ୍ୱେଷ, କ୍ରୋଧ, ସ୍ୱାର୍ଥପରତା, ଦଳଭେଦ, ମତଭେଦ, ଈର୍ଷା,
21ମତ୍ତତା, ରଙ୍ଗରସ, ଇତ୍ୟାଦି ପ୍ରକାର କର୍ମଗୁଡ଼ାକ; ମୁଁ ପୂର୍ବରେ ଯେପରି ତୁମ୍ଭମାନଙ୍କୁ କହିଥିଲି, ସେହିପରି ଆଗରୁ କହୁଅଛି ଯେ, ଯେଉଁମାନେ ଏହି ସବୁପ୍ରକାର କର୍ମ କରନ୍ତି, ସେମାନେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ।
22କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା,
23ଭଦ୍ରତା, ବିଶ୍ୱସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ମୋଶାଙ୍କ ବ୍ୟବସ୍ଥା ନାହିଁ।
24ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି।
25ଯଦି ଆମ୍ଭେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଜୀବନ ପ୍ରାପ୍ତ କରିଅଛୁ, ତେବେ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ଆଚରଣ କରୁ।
26ଆମ୍ଭେମାନେ ବୃଥା ଗର୍ବୀ ହୋଇ ପରସ୍ପରକୁ ବିରକ୍ତ ନ କରୁ ଓ ପରସ୍ପରକୁ ଈର୍ଷା ନ କରୁ।
ଇଂରାଜୀରେ
But the fruit of the Spirit is love, joy, peace, patience, kindness, goodness, faithfulness, gentleness, and self-control. Against such things there is no law.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ଅତଏବ, ଈଶ୍ବରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁତା ପରିଧାନ କର। ପରସ୍ପର ପ୍ରତି ସହନଶୀଳ ହୁଅ ଆଉ ଯଦି କାହାରି କାହାରି ବିରୁଦ୍ଧରେ କୌଣସି କଥା ଥାଏ, ତେବେ ଏକକୁ ଆରେକ କ୍ଷମା କର; ପ୍ରଭୁ ଯେପରି ତୁମ୍ଭମାନଙ୍କୁ କ୍ଷମା କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି କର। ଆଉ, ଏହି ସମସ୍ତ ଉପରେ ପ୍ରେମକୁ ପରିଧାନ କର, ଏହା ସିଦ୍ଧ ଅବସ୍ଥାର ବନ୍ଧନ ସ୍ୱରୂପ। ପୁଣି, ଖ୍ରୀଷ୍ଟଦତ୍ତ ଯେଉଁ ଶାନ୍ତି ଭୋଗ କରିବା ନିମନ୍ତେ ତୁମ୍ଭେମାନେ ଏକ ଶରୀର ସ୍ୱରୂପେ ଆହୂତ ହୋଇଅଛ, ତାହା ତୁମ୍ଭମାନଙ୍କ ହୃଦୟରେ ରାଜତ୍ୱ କରୁ; ପୁଣି, ତୁମ୍ଭେମାନେ ଧନ୍ୟବାଦ ଦିଅ। ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ବରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର। ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ୱାରା ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ।ପ୍ରେମ ଦୀର୍ଘସହିଷ୍ଣୁ ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ, ଅନୁଚିତ ବ୍ୟବହାର କରେ ନାହିଁ, ସ୍ୱାର୍ଥ ଚେଷ୍ଟା କରେ ନାହିଁ, ବିରକ୍ତ ହୁଏ ନାହିଁ, ଅପକାର ସ୍ମରଣରେ ରଖେ ନାହିଁ, ଅଧର୍ମରେ ଆନନ୍ଦ କରେ ନାହିଁ, କିନ୍ତୁ ସତ୍ୟରେ ଆନନ୍ଦ କରେ; ସମସ୍ତ ସହ୍ୟ କରେ, ସମସ୍ତ ବିଶ୍ୱାସ କରେ, ସମସ୍ତ ଭରସା କରେ, ସମସ୍ତ ବିଷୟରେ ଧୈର୍ଯ୍ୟ ଧରି ରହେ।ମୁଁ ଦ୍ରାକ୍ଷାଲତା, ତୁମ୍ଭେମାନେ ଶାଖା; ଯେ ମୋʼ ଠାରେ ରହେ ଓ ମୁଁ ଯାହାଠାରେ ରହେ, ସେ ପ୍ରଚୁର ଫଳ ଫଳେ; କାରଣ ମୋʼ ବିନା ତୁମ୍ଭେମାନେ କିଛି କରିପାର ନାହିଁ।କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ। ପୁଣି, ଶାନ୍ତିକାରକ ଲୋକମାନେ ଶାନ୍ତିର ବୀଜ ବୁଣନ୍ତି, ସେମାନେ ଧାର୍ମିକତା ରୂପ ଫଳ କାଟିବେ।ମୋʼ ଠାରେ ଥିବା ଯେକୌଣସି ଶାଖା ଫଳ ନ ଫଳେ, ତାହା ସେ କାଟିପକାନ୍ତି; ଆଉ, ଯେକୌଣସି ଶାଖା ଫଳ ଫଳେ, ଅଧିକ ଫଳ ଫଳିବା ନିମନ୍ତେ ସେ ତାହା ପରିଷ୍କାର କରନ୍ତି।(କାରଣ ସମସ୍ତ ପ୍ରକାର ଉତ୍ତମତା, ଧାର୍ମିକତା ଓ ସତ୍ୟ ଆଲୋକର ଫଳ ସ୍ୱରୂପ),ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, ଯେ ସ୍ୱସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; ପୁଣି, ସେ ଯାହା କରେ, ତାହା ସଫଳ ହେବ।ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥିନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି। ସେଥିରେ ତୁମ୍ଭେମାନେ ମୋʼ ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ;ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର