Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଗାଲାତୀୟ 6:2

ବାଇବେଲ ପଦ · IRV

ଗାଲାତୀୟ 6:2

ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବ୍ୟବସ୍ଥା ସଫଳ କରିବ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଗାଲାତୀୟ 6

ପ୍ରସଙ୍ଗରେ

1ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ିପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ।

2ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବ୍ୟବସ୍ଥା ସଫଳ କରିବ।

3ଯଦି କୌଣସି ଲୋକ ଅସାର ହେଲେ ହେଁ ଆପଣାକୁ ବଡ଼ ବୋଲି ମନେ କରେ, ତେବେ ସେ ନିଜକୁ ପ୍ରବଞ୍ଚନା କରେ।

4କିନ୍ତୁ ପ୍ରତ୍ୟେକ ଜଣ ଆପଣା କର୍ମ ପରୀକ୍ଷା କରୁ, ତେବେ ସେ ଅନ୍ୟ ସହିତ ଆପଣାକୁ ତୁଳନା କରିବା ଦ୍ୱାରା ଦର୍ପ ନ କରି କେବଳ ନିଜଠାରେ ଦର୍ପର କାରଣ ପାଇବ;

5କାରଣ ପ୍ରତ୍ୟେକ ଜଣ ଆପଣା ଭାର ବହନ କରିବ।

ଗାଲାତୀୟ 6

ଇଂରାଜୀରେ

Berean Standard BibleGalatians 6:2Carry one another’s burdens, and in this way you will fulfill the law of Christ.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ରୋମୀ 15:1ବିଶ୍ୱାସରେ ବଳବାନ ଯେ ଆମ୍ଭେମାନେ, ଦୁର୍ବଳମାନଙ୍କ ଦୁର୍ବଳତା ସହିବା ଆମ୍ଭମାନଙ୍କର ଉଚିତ, ଆଉ ନିଜ ନିଜର ସୁଖ ଚେଷ୍ଟା କରିବା ଉଚିତ୍ ନୁହେଁ।
ପ୍ର.ଥେସ 5:14ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ ହୀନମାନଙ୍କୁ ସାନ୍ତ୍ୱନା ଦିଅ, ଦୁର୍ବଳମାନଙ୍କୁ ସାହାଯ୍ୟ କର, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ।
ଯୋହ 13:34ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର।
ପ୍ର. ଯୋହ 4:21ଯେ ଈଶ୍ବରଙ୍କୁ ପ୍ରେମ କରେ, ସେ ଆପଣା ଭାଇକୁ ମଧ୍ୟ ପ୍ରେମ କରୁ, ଏହି ଆଜ୍ଞା ଆମ୍ଭେମାନେ ତାହାଙ୍କଠାରୁ ପାଇଅଛୁ।
ଯାକୁ 2:8ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର, ଶାସ୍ତ୍ରର ଏହି ରାଜକୀୟ ବ୍ୟବସ୍ଥା ଯଦି ପ୍ରକୃତରେ ପାଳନ କର,
ଯୋହ 15:12ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ସେହିପରି ପରସ୍ପରକୁ ପ୍ରେମ କର, ଏହି ମୋହର ଆଜ୍ଞା।
ଗାଲା 5:13–14କାରଣ, ହେ ଭାଇମାନେ, ତୁମ୍ଭେମାନେ ସ୍ୱାଧୀନତା ନିମନ୍ତେ ଆହୂତ ହୋଇଅଛ; କେବଳ ତୁମ୍ଭର ସ୍ୱାଧୀନତାକୁ ଶାରୀରିକ ଅଭିଳାଷ ପୂରଣ ନିମନ୍ତେ ସୁଯୋଗ ସ୍ୱରୂପେ ବ୍ୟବହାର ନ କର, ବରଂ ପ୍ରେମରେ ପରସ୍ପରର ସେବା କର। କାରଣ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଏହି ଗୋଟିଏ ବାକ୍ୟରେ ସିଦ୍ଧ ହୁଏ, “ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।”
ଯୋହ 13:14–15ଅତଏବ, ପ୍ରଭୁ ଓ ଗୁରୁ ଯେ ମୁଁ, ମୁଁ ଯଦି ତୁମ୍ଭମାନଙ୍କର ପାଦ ଧୋଇ ଦେଇଅଛି, ତେବେ ତୁମ୍ଭମାନଙ୍କର ମଧ୍ୟ ପରସ୍ପରର ପାଦ ଧୋଇବା କର୍ତ୍ତବ୍ୟ। କାରଣ ତୁମ୍ଭମାନଙ୍କ ପ୍ରତି ମୁଁ ଯେପରି କରିଅଛି, ତୁମ୍ଭେମାନେ ମଧ୍ୟ ଯେ ସେପରି କର, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଅଛି।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର