ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଗାଲାତୀୟ 6:7
ବାଇବେଲ ପଦ · IRV
ଗାଲାତୀୟ 6:7
ଭ୍ରାନ୍ତ ନ ହୁଅ; ଈଶ୍ବର ବିଦୃପର ପାତ୍ର ନୁହଁନ୍ତି; କାରଣ ମନୁଷ୍ୟ ଯାହା ବୁଣେ, ତାହା ହିଁ କାଟିବ।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଗାଲାତୀୟ 6
ପ୍ରସଙ୍ଗରେ
4କିନ୍ତୁ ପ୍ରତ୍ୟେକ ଜଣ ଆପଣା କର୍ମ ପରୀକ୍ଷା କରୁ, ତେବେ ସେ ଅନ୍ୟ ସହିତ ଆପଣାକୁ ତୁଳନା କରିବା ଦ୍ୱାରା ଦର୍ପ ନ କରି କେବଳ ନିଜଠାରେ ଦର୍ପର କାରଣ ପାଇବ;
5କାରଣ ପ୍ରତ୍ୟେକ ଜଣ ଆପଣା ଭାର ବହନ କରିବ।
6କିନ୍ତୁ ଯେ ଈଶ୍ବରଙ୍କ ବାକ୍ୟରେ ଶିକ୍ଷା ପ୍ରାପ୍ତ ହୁଏ, ସେ ଶିକ୍ଷାଦାତାଙ୍କୁ ସମସ୍ତ ଉତ୍ତମ ବିଷୟର ସହଭାଗୀ କରାଉ।
7ଭ୍ରାନ୍ତ ନ ହୁଅ; ଈଶ୍ବର ବିଦୃପର ପାତ୍ର ନୁହଁନ୍ତି; କାରଣ ମନୁଷ୍ୟ ଯାହା ବୁଣେ, ତାହା ହିଁ କାଟିବ।
8ଯେଣୁ ଯେ ଆପଣା ଶରୀର ଉଦ୍ଦେଶ୍ୟରେ ବୁଣେ, ସେ ଶରୀରରୁ ଉତ୍ପନ୍ନ କ୍ଷୟଣୀୟ ଶସ୍ୟ କାଟିବ; କିନ୍ତୁ ଯେ ପବିତ୍ର ଆତ୍ମାଙ୍କ ଉଦ୍ଦେଶ୍ୟରେ ବୁଣେ, ସେ ଆତ୍ମାଙ୍କଠାରୁ ଉତ୍ପନ୍ନ ଅନନ୍ତ ଜୀବନରୂପ ଶସ୍ୟ କାଟିବ।
9ଆମ୍ଭେମାନେ ଉତ୍ତମ କର୍ମ କରିବାରେ କ୍ଳାନ୍ତ ନ ହେଉ; କାରଣ କ୍ଳାନ୍ତ ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା।
10ଅତଏବ, ଆମ୍ଭେମାନେ ସୁଯୋଗ ଅନୁସାରେ ସମସ୍ତଙ୍କର, ବିଶେଷତଃ, ଏକ ପରିବାରଭୁକ୍ତ ବିଶ୍ୱାସୀ ସମସ୍ତଙ୍କର ମଙ୍ଗଳ କରୁ।
ଇଂରାଜୀରେ
Do not be deceived: God is not to be mocked. Whatever a man sows, he will reap in return.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
କିନ୍ତୁ ଏହା ସତ୍ୟ, ଯେ ଅଳ୍ପ ବୁଣେ, ସେ ମଧ୍ୟ ଅଳ୍ପ କାଟିବ; ଆଉ ଯେ ପ୍ରଚୁର ବୁଣେ, ସେ ମଧ୍ୟ ପ୍ରଚୁର କାଟିବ।ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଧାର୍ମିକତାରେ ବିହନ ବୁଣ, ଦୟାନୁଯାୟୀ ଶସ୍ୟ କାଟ; ଆପଣାମାନଙ୍କର ପଡ଼ିଆ ଭୂମି ଭାଙ୍ଗ; କାରଣ ଯେପର୍ଯ୍ୟନ୍ତ ସଦାପ୍ରଭୁ ଆସି ତୁମ୍ଭମାନଙ୍କ ଉପରେ ଧାର୍ମିକତା ନ ବର୍ଷାନ୍ତି, ସେପର୍ଯ୍ୟନ୍ତ ତାହାଙ୍କର ଅନ୍ଵେଷଣ କରିବାର ସମୟ ଅଛି।ମୋହର ଦେଖିଲା ପ୍ରମାଣେ, ଯେଉଁମାନେ ଅଧର୍ମ ଚଷନ୍ତି ଓ ଦୁଃଖରୂପ ବୀଜ ବୁଣନ୍ତି, ସେମାନେ ତାହା ହିଁ କାଟନ୍ତି।ସେ ପ୍ରତ୍ୟେକ ଲୋକକୁ ନିଜ ନିଜ କର୍ମାନୁସାରେ ଫଳ ଦେବେ; ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ, କିନ୍ତୁ ଯେଉଁମାନେ ସ୍ୱାର୍ଥପର, ପୁଣି, ସତ୍ୟର ଅନାଜ୍ଞାବହ, ମାତ୍ର ଅଧାର୍ମିକତାର ଆଜ୍ଞାବହ, ସେମାନଙ୍କ ପ୍ରତି କ୍ରୋଧ ଓ କୋପ ଘଟିବ। ପ୍ରଥମରେ ଯିହୁଦୀ ଓ ମଧ୍ୟ ଗ୍ରୀକ୍, ପ୍ରତ୍ୟେକ ଦୁଷ୍କର୍ମକାରୀ ଲୋକର ପ୍ରାଣ ଉପରେ କ୍ଳେଶ ଓ ସଙ୍କଟ ଘଟିବ, ମାତ୍ର ପ୍ରଥମରେ ଯିହୁଦୀ ଓ ମଧ୍ୟ ଗ୍ରୀକ୍, ପ୍ରତ୍ୟେକ ସତ୍କର୍ମକାରୀ ପ୍ରତି ଗୌରବ, ସମ୍ମାନ ଓ ଶାନ୍ତି ଘଟିବ।ଭ୍ରାନ୍ତ ନ ହୁଅ, କୁସଂସର୍ଗ ଶିଷ୍ଟାଚାର ନଷ୍ଟ କରେ।ଦୁଷ୍ଟ ଲୋକ ମିଥ୍ୟା ଉପାର୍ଜ୍ଜନ କରେ, ମାତ୍ର ଯେ ଧର୍ମବୀଜ ବୁଣେ, ତାହାର ନିଶ୍ଚିତ ପୁରସ୍କାର ଅଛି।ଏଥିପାଇଁ ସେମାନେ ଆପଣା ଆପଣା କର୍ମର ପ୍ରତିଫଳ ଭୋଗିବେ ଓ ଆପଣା ଆପଣା କୁପରାମର୍ଶର ସମ୍ପୂର୍ଣ୍ଣ ଫଳ ଭୋଗ କରିବେ।କେହି ତୁମ୍ଭମାନଙ୍କୁ ଅସାର କଥାରେ ନ ଭୁଲାଉ, କାରଣ ଏହି ସମସ୍ତ କୁକର୍ମ ହେତୁ ଅନାଜ୍ଞାବହ ସନ୍ତାନମାନଙ୍କ ଉପରେ ଈଶ୍ବରଙ୍କ କ୍ରୋଧ ବର୍ତ୍ତେ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର