ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଗାଲାତୀୟ 6:9
ବାଇବେଲ ପଦ · IRV
ଗାଲାତୀୟ 6:9
ଆମ୍ଭେମାନେ ଉତ୍ତମ କର୍ମ କରିବାରେ କ୍ଳାନ୍ତ ନ ହେଉ; କାରଣ କ୍ଳାନ୍ତ ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଗାଲାତୀୟ 6
ପ୍ରସଙ୍ଗରେ
6କିନ୍ତୁ ଯେ ଈଶ୍ବରଙ୍କ ବାକ୍ୟରେ ଶିକ୍ଷା ପ୍ରାପ୍ତ ହୁଏ, ସେ ଶିକ୍ଷାଦାତାଙ୍କୁ ସମସ୍ତ ଉତ୍ତମ ବିଷୟର ସହଭାଗୀ କରାଉ।
7ଭ୍ରାନ୍ତ ନ ହୁଅ; ଈଶ୍ବର ବିଦୃପର ପାତ୍ର ନୁହଁନ୍ତି; କାରଣ ମନୁଷ୍ୟ ଯାହା ବୁଣେ, ତାହା ହିଁ କାଟିବ।
8ଯେଣୁ ଯେ ଆପଣା ଶରୀର ଉଦ୍ଦେଶ୍ୟରେ ବୁଣେ, ସେ ଶରୀରରୁ ଉତ୍ପନ୍ନ କ୍ଷୟଣୀୟ ଶସ୍ୟ କାଟିବ; କିନ୍ତୁ ଯେ ପବିତ୍ର ଆତ୍ମାଙ୍କ ଉଦ୍ଦେଶ୍ୟରେ ବୁଣେ, ସେ ଆତ୍ମାଙ୍କଠାରୁ ଉତ୍ପନ୍ନ ଅନନ୍ତ ଜୀବନରୂପ ଶସ୍ୟ କାଟିବ।
9ଆମ୍ଭେମାନେ ଉତ୍ତମ କର୍ମ କରିବାରେ କ୍ଳାନ୍ତ ନ ହେଉ; କାରଣ କ୍ଳାନ୍ତ ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା।
10ଅତଏବ, ଆମ୍ଭେମାନେ ସୁଯୋଗ ଅନୁସାରେ ସମସ୍ତଙ୍କର, ବିଶେଷତଃ, ଏକ ପରିବାରଭୁକ୍ତ ବିଶ୍ୱାସୀ ସମସ୍ତଙ୍କର ମଙ୍ଗଳ କରୁ।
11ଦେଖ, କିପରି ବଡ଼ ବଡ଼ ଅକ୍ଷରରେ ମୋହର ନିଜ ହସ୍ତରେ ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଅଛି।
12ଯେଉଁମାନେ ବାହ୍ୟ କ୍ରିୟାକର୍ମ ଦ୍ୱାରା ସୁଖ୍ୟାତି ପାଇବାକୁ ଇଚ୍ଛା କରନ୍ତି, ସେମାନେ ତୁମ୍ଭମାନଙ୍କୁ ସୁନ୍ନତ ହେବା ପାଇଁ ବାଧ୍ୟ କରନ୍ତି; ଖ୍ରୀଷ୍ଟଙ୍କ କ୍ରୁଶ ହେତୁ ସେମାନେ ଯେପରି ତାଡ଼ନା ଭୋଗ ନ କରନ୍ତି, କେବଳ ସେଥିନିମନ୍ତେ ତାହା କରନ୍ତି।
ଇଂରାଜୀରେ
Let us not grow weary in well-doing, for in due time we will reap a harvest if we do not give up.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ଅତଏବ, ହେ ମୋହର ପ୍ରିୟ ଭାଇମାନେ, ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ପରିଶ୍ରମ ନିଷ୍ଫଳ ନୁହେଁ, ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସୁସ୍ଥିର ଓ ଅଟଳ ରହି ସର୍ବଦା ଅଧିକରୁ ଅଧିକତର ଯତ୍ନବାନ ହୁଅ।କିନ୍ତୁ ହେ ଭାଇମାନେ, ସତ୍କର୍ମ କରିବାରେ ତୁମ୍ଭେମାନେ କ୍ଳାନ୍ତ ହୁଅ ନାହିଁ।ତରୁଣମାନେ ହେଁ କ୍ଳାନ୍ତ ଓ ଶ୍ରାନ୍ତ ହେବେ, ପୁଣି ଯୁବକମାନେ ନିତାନ୍ତ ପଡ଼ିଯିବେ; ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅପେକ୍ଷା କରନ୍ତି, ସେମାନେ ନୂଆ ନୂଆ ବଳ ପାଇବେ; ସେମାନେ ଉତ୍କ୍ରୋଶ ପକ୍ଷୀ ପରି ପକ୍ଷରେ ଉପରକୁ ଉଠିବେ; ସେମାନେ ଶ୍ରାନ୍ତ ନ ହୋଇ ଦୌଡ଼ିବେ; ସେମାନେ କ୍ଳାନ୍ତ ନ ହୋଇ ଗମନ କରିବେ।ଅତଏବ, ତୁମ୍ଭମାନଙ୍କ ସାହସ ପରିତ୍ୟାଗ କର ନାହିଁ, ସେଥିର ମହା ପୁରସ୍କାର ଅଛି। ଯେଣୁ ତୁମ୍ଭେମାନେ ଯେପରି ଈଶ୍ବରଙ୍କ ଇଚ୍ଛା ସାଧନ କରି ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇପାର, ଏଥିନିମନ୍ତେ ତୁମ୍ଭମାନଙ୍କର ଧୈର୍ଯ୍ୟଶୀଳ ହେବା ପ୍ରୟୋଜନ। ଯେପରି ଶାସ୍ତ୍ରରେ ଲେଖାଅଛି, “କାରଣ ଆଉ ଅତି ଅଳ୍ପ ସମୟ ମାତ୍ର, ଯାହାଙ୍କ ଆଗମନ କରିବାର ଅଛି, ସେ ଆଗମନ କରିବେ ଓ ବିଳମ୍ବ କରିବେ ନାହିଁ।” ପୁଣି, “ଆମ୍ଭର ଧାର୍ମିକ ବ୍ୟକ୍ତି ବିଶ୍ୱାସ ଦ୍ୱାରା ବଞ୍ଚିବ, କିନ୍ତୁ ଯଦି କେହି ପଶ୍ଚାତ୍ପଦ ହୁଏ, ତାହାହେଲେ ଆମ୍ଭର ଆତ୍ମା ତାହାଠାରେ ସନ୍ତୁଷ୍ଟ ନୁହେଁ।” ମାତ୍ର ଯେଉଁମାନେ ବିନାଶ ନିମନ୍ତେ ପଶ୍ଚାତ୍ପଦ ହୁଅନ୍ତି, ଆମ୍ଭେମାନେ ସେମାନଙ୍କ ଦଳର ଲୋକ ନୋହୁଁ, କିନ୍ତୁ ଯେଉଁମାନେ ଆତ୍ମାର ପରିତ୍ରାଣ ନିମନ୍ତେ ବିଶ୍ୱାସ କରନ୍ତି, ଆମ୍ଭେମାନେ ସେମାନଙ୍କ ଦଳର ଲୋକ ଅଟୁ।ତୁମ୍ଭେମାନେ ଯେପରି ଆପଣା ଆପଣା ମନରେ ଶ୍ରାନ୍ତକ୍ଳାନ୍ତ ନ ହୁଅ; ଏଥିପାଇଁ ଯେ ପାପୀମାନଙ୍କଠାରୁ ଆପଣା ବିରୁଦ୍ଧରେ ଏଡ଼େ ପ୍ରତିକୂଳାଚରଣ ସହ୍ୟ କଲେ, ତାହାଙ୍କ ବିଷୟ ବିବେଚନା କର।କାରଣ ତୁମ୍ଭେମାନେ ଯେ ସତ୍କର୍ମ କରି ନିର୍ବୋଧମାନଙ୍କ ଅଜ୍ଞାନର କଥା ବନ୍ଦ କର, ଏହା ଈଶ୍ବରଙ୍କ ଇଚ୍ଛା;ଅତଏବ, ହେ ଭାଇମାନେ, ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରୁହ। ଦେଖ, କୃଷକ କ୍ଷେତ୍ରର ବହୁମୂଲ୍ୟ ଫଳ ପାଇବା ନିମନ୍ତେ ଧୈର୍ଯ୍ୟ ଧରି ଆଦ୍ୟ ଓ ଶେଷ ବୃଷ୍ଟି ନ ହେବା ପର୍ଯ୍ୟନ୍ତ ଅପେକ୍ଷାରେ ରହେ।କାରଣ ଦୁଷ୍କର୍ମ ସକାଶେ ଦୁଃଖଭୋଗ କରିବାଠାରୁ ବରଂ ଯଦି ଈଶ୍ବରଙ୍କର ଇଚ୍ଛା ହୁଏ, ତାହାହେଲେ ସତ୍କର୍ମ ସକାଶେ ଦୁଃଖଭୋଗ କରିବା ଭଲ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର