Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଆଦି ପୁସ୍ତକ 1:1

ବାଇବେଲ ପଦ · IRV

ଆଦି ପୁସ୍ତକ 1:1

ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃଥିବୀକୁ ସୃଷ୍ଟି କଲେ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଆଦି ପୁସ୍ତକ 1

ପ୍ରସଙ୍ଗରେ

1ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃଥିବୀକୁ ସୃଷ୍ଟି କଲେ।

2ପୃଥିବୀ ନିର୍ଜନ ଓ ଶୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ।

3ଏଥିଉତ୍ତାରେ ପରମେଶ୍ୱର କହିଲେ, “ଦୀପ୍ତି ହେଉ,” ତହିଁରେ ଦୀପ୍ତି ହେଲା।

4ଆଉ ପରମେଶ୍ୱର ଦୀପ୍ତିକୁ ଦେଖିଲେ ଯେ ତାହା ଉତ୍ତମ; ତହୁଁ ପରମେଶ୍ୱର ଅନ୍ଧକାରରୁ ଦୀପ୍ତିକୁ ଭିନ୍ନ କଲେ।

ଆଦି ପୁସ୍ତକ 1

ଇଂରାଜୀରେ

Berean Standard BibleGenesis 1:1In the beginning God created the heavens and the earth.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଯୋହ 1:1–3ସୃଷ୍ଟିର ପୂର୍ବରୁ ବାକ୍ୟ ଥିଲେ, ବାକ୍ୟ ଈଶ୍ବରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ବର ଥିଲେ। ସେ ଆଦ୍ୟରେ ଈଶ୍ବରଙ୍କ ସହିତ ଥିଲେ। ତାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ ହେଲା; ଆଉ ଯେ ସମସ୍ତ ସୃଷ୍ଟ ହୋଇଅଛି, ସେଥିମଧ୍ୟରୁ ଗୋଟିଏ ସୁଦ୍ଧା ତାହାଙ୍କ ବିନା ସୃଷ୍ଟ ହୋଇ ନାହିଁ।
ଏବ୍ରୀ 11:3ବିଶ୍ୱାସ ଦ୍ୱାରା ଆମ୍ଭେମାନେ ବୁଝୁ ଯେ, ସମସ୍ତ ବିଶ୍ୱ ଈଶ୍ବରଙ୍କ ବାକ୍ୟ ଦ୍ୱାରା ରଚିତ, ଅତଏବ କୌଣସି ପ୍ରତ୍ୟକ୍ଷ ବିଷୟରୁ ଦୃଶ୍ୟ ବିଷୟ ଉତ୍ପନ୍ନ ହୋଇ ନାହିଁ।
ଯିଶା 45:18କାରଣ, ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା ସଦାପ୍ରଭୁ ଏହିପରି କହନ୍ତି; “ସେ ପରମେଶ୍ୱର ଅଟନ୍ତି; ସେ ପୃଥିବୀକୁ ନିର୍ମାଣ କରି ପ୍ରସ୍ତୁତ କଲେ; ସେ ତାହା ସ୍ଥାପନ କଲେ, ସେ ତାହା ଶୂନ୍ୟ କରି ସୃଷ୍ଟି ନ କରି ବସତି ସ୍ଥାନ ହେବା ପାଇଁ ନିର୍ମାଣ କଲେ, ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ।
ପ୍ରକା 4:11“ହେ ଆମ୍ଭମାନଙ୍କର ପ୍ରଭୁ ଓ ଈଶ୍ବର, ତୁମ୍ଭେ ଗୌରବ, ସମ୍ଭ୍ରମ ଓ ପରାକ୍ରମ ପାଇବାକୁ ଯୋଗ୍ୟ ଅଟ, ତୁମ୍ଭେ ସମସ୍ତ ସୃଷ୍ଟି କରିଅଛ, ଆଉ ତୁମ୍ଭ ଇଚ୍ଛାରେ, ସେହିସବୁ ସତ୍ତା ପ୍ରାପ୍ତ ହୋଇ ସୃଷ୍ଟ ହୋଇଅଛି।”
ଏବ୍ରୀ 1:10ଆହୁରି, “ହେ ପ୍ରଭୁ, ତୁମ୍ଭେ ଆରମ୍ଭରୁ ହିଁ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛ, ପୁଣି, ଆକାଶମଣ୍ଡଳ ତୁମ୍ଭ ହସ୍ତକୃତ କର୍ମ।”
କଲ 1:16–17କାରଣ ଦୃଶ୍ୟ ଓ ଅଦୃଶ୍ୟ, ସ୍ୱର୍ଗରେ ଓ ପୃଥିବୀରେ ସମସ୍ତ ବିଷୟ ତାହାଙ୍କ ଦ୍ୱାରା ସୃଷ୍ଟି ହେଲା, ସିଂହାସନ କି ପ୍ରଭୁତ୍ୱ କି ଆଧିପତ୍ୟ କି କର୍ତ୍ତାପଣ, ସମସ୍ତ ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ ସୃଷ୍ଟ ହୋଇଅଛି; ସମସ୍ତ ବିଷୟ ସୃଷ୍ଟ ହେବା ପୂର୍ବରୁ ସେ ଅଛନ୍ତି ଓ ତାହାଙ୍କଠାରେ ସମସ୍ତ ବିଷୟର ଅସ୍ତିତ୍ୱ ଅଛି।
ଯିଶା 42:5ଯେ ଆକାଶମଣ୍ଡଳ ସୃଷ୍ଟି କରି ବିସ୍ତାର କଲେ; ଯେ ଭୂତଳ ଓ ତଦୁତ୍ପନ୍ନସକଳ ବିଛାଇଲେ; ଯେ ତହିଁ ଉପରିସ୍ଥ ସକଳ ଲୋକଙ୍କୁ ନିଶ୍ୱାସପ୍ରଶ୍ୱାସ ଦିଅନ୍ତି ଓ ତନ୍ମଧ୍ୟରେ ଗମନାଗମନକାରୀମାନଙ୍କୁ ପ୍ରାଣ ଦିଅନ୍ତି, ସେହି ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି;
ଯାତ୍ରା 20:11ଯେହେତୁ ସଦାପ୍ରଭୁ ଆକାଶମଣ୍ଡଳ ଓ ପୃଥିବୀ ଓ ସମୁଦ୍ର ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଛଅ ଦିନରେ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କଲେ; ଏହେତୁ ସଦାପ୍ରଭୁ ବିଶ୍ରାମ ଦିନକୁ ଆଶୀର୍ବାଦ କରି ପବିତ୍ର କରିଅଛନ୍ତି।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର