ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଆଦି ପୁସ୍ତକ 1:26
ବାଇବେଲ ପଦ · IRV
ଆଦି ପୁସ୍ତକ 1:26
ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।”
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଆଦି ପୁସ୍ତକ 1
ପ୍ରସଙ୍ଗରେ
23ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପଞ୍ଚମ ଦିବସ ହେଲା।
24ଏଥିଉତ୍ତାରେ ପରମେଶ୍ୱର କହିଲେ, “ପୃଥିବୀରେ ସ୍ୱ ସ୍ୱ ଜାତି ଅନୁସାରେ ପ୍ରାଣୀବର୍ଗ, (ଅର୍ଥାତ୍), ଗ୍ରାମ୍ୟ ପଶୁ ଓ ଉରୋଗାମୀ ଜନ୍ତୁ ଓ ସ୍ୱ ସ୍ୱ ଜାତି ଅନୁସାରେ ପୃଥିବୀର ବନ୍ୟ ପଶୁଗଣ ଉତ୍ପନ୍ନ ହେଉନ୍ତୁ,” ତହିଁରେ ସେପରି ହେଲା।
25ଏହିରୂପେ ପରମେଶ୍ୱର ସ୍ୱ ସ୍ୱ ଜାତି ଅନୁଯାୟୀ ବନ୍ୟ ପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ୱର ସେସମସ୍ତ ଉତ୍ତମ ଦେଖିଲେ।
26ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।”
27ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।
28ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।”
29ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ।
ଇଂରାଜୀରେ
Then God said, “Let Us make man in Our image, after Our likeness, to rule over the fish of the sea and the birds of the air, over the livestock, and over all the earth itself and every creature that crawls upon it.”କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ଓ ସେଥିର ସମସ୍ତ କର୍ମ ପରିତ୍ୟାଗ କରି ନୂତନ ସ୍ୱଭାବ ପରିଧାନ କରିଅଛ; ସେହି ନୂତନ ସ୍ୱଭାବ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତିମୂର୍ତ୍ତି ଅନୁସାରେ ସମ୍ପୂର୍ଣ୍ଣ ଜ୍ଞାନ ପ୍ରାପ୍ତି ନିମନ୍ତେ ନୂତନୀକୃତ ହେଉଅଛି;ଯେଉଁ ନୂତନ ସ୍ୱଭାବ ଈଶ୍ବରଙ୍କ ପ୍ରତିମୂର୍ତ୍ତିରେ ଧାର୍ମିକତା ଓ ସତ୍ୟର ପବିତ୍ରତାରେ ସୃଷ୍ଟ ହୋଇଅଛି, ତାହା ପରିଧାନ କରିବାକୁ ଶିକ୍ଷିତ ହୋଇଅଛ।ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ? ଓ ମାନବଜାତି କିଏ ଯେ, ତୁମ୍ଭେ ସେମାନଙ୍କର ତତ୍ତ୍ୱାବଧାନ କରୁଅଛ? ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଅପେକ୍ଷା ଅଳ୍ପମାତ୍ର ନ୍ୟୂନ କରିଅଛ, ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ। ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ୱ ଦେଇଅଛ; ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ; ଗୋମେଷାଦିସକଳ, ହଁ, ବନ୍ୟ ପଶୁଗଣ; ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ, ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ।ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି, ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ,”ଆଦମଙ୍କର ବଂଶାବଳୀର ବୃତ୍ତାନ୍ତ ଏହି। ଯେଉଁ ଦିନ ପରମେଶ୍ୱର ମନୁଷ୍ୟକୁ ସୃଷ୍ଟି କଲେ, ସେହି ଦିନ ପରମେଶ୍ୱରଙ୍କ ସାଦୃଶ୍ୟରେ ସେ ତାଙ୍କୁ ନିର୍ମାଣ କଲେ;ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ; ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ; ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ।କିନ୍ତୁ ଆମ୍ଭେମାନେ ସମସ୍ତେ ଅନାଚ୍ଛାଦିତ ମୁଖରେ ଦର୍ପଣରେ ଦେଖିବା ପରି ପ୍ରଭୁଙ୍କ ଗୌରବ ଦେଖୁ ଦେଖୁ ଗୌରବଯୁକ୍ତ ଅବସ୍ଥାରୁ ଅଧିକ ଗୌରବଯୁକ୍ତ ଅବସ୍ଥା ପ୍ରାପ୍ତ ହୋଇ ତାହାଙ୍କ ପ୍ରତିମୂର୍ତ୍ତିରେ ପରିବର୍ତ୍ତିତ ହେଉଅଛୁ; ଯେଣୁ ପ୍ରଭୁ ଯିଏ ଆତ୍ମା ଅଟନ୍ତି, ତାହାଙ୍କଠାରୁ ଏହିସବୁ ହେଉଅଛି।ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଓ ଉରୋଗାମୀ ଜନ୍ତୁ ଓ ସମୁଦ୍ରର ମତ୍ସ୍ୟ, ସମସ୍ତେ ତୁମ୍ଭମାନଙ୍କଠାରୁ ଭୀତ ଓ ଶଙ୍କାଯୁକ୍ତ ହେବେ; ସେହି ସମସ୍ତ ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଟନ୍ତି। ପ୍ରତ୍ୟେକ ଗମନଶୀଳ ପ୍ରାଣୀ ତୁମ୍ଭମାନଙ୍କର ଖାଦ୍ୟ ହେବ, ଆମ୍ଭେ ହରିତ୍ ଶାକ ପରି ଏହି ସମସ୍ତ ତୁମ୍ଭମାନଙ୍କୁ ଦେଲୁ। ମାତ୍ର ତୁମ୍ଭେମାନେ ସପ୍ରାଣ (ଅର୍ଥାତ୍) ସରକ୍ତ ମାଂସ ଖାଇବ ନାହିଁ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର