ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଆଦି ପୁସ୍ତକ 1:27
ବାଇବେଲ ପଦ · IRV
ଆଦି ପୁସ୍ତକ 1:27
ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଆଦି ପୁସ୍ତକ 1
ପ୍ରସଙ୍ଗରେ
24ଏଥିଉତ୍ତାରେ ପରମେଶ୍ୱର କହିଲେ, “ପୃଥିବୀରେ ସ୍ୱ ସ୍ୱ ଜାତି ଅନୁସାରେ ପ୍ରାଣୀବର୍ଗ, (ଅର୍ଥାତ୍), ଗ୍ରାମ୍ୟ ପଶୁ ଓ ଉରୋଗାମୀ ଜନ୍ତୁ ଓ ସ୍ୱ ସ୍ୱ ଜାତି ଅନୁସାରେ ପୃଥିବୀର ବନ୍ୟ ପଶୁଗଣ ଉତ୍ପନ୍ନ ହେଉନ୍ତୁ,” ତହିଁରେ ସେପରି ହେଲା।
25ଏହିରୂପେ ପରମେଶ୍ୱର ସ୍ୱ ସ୍ୱ ଜାତି ଅନୁଯାୟୀ ବନ୍ୟ ପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ୱର ସେସମସ୍ତ ଉତ୍ତମ ଦେଖିଲେ।
26ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।”
27ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।
28ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।”
29ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ।
30ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍ ଶାକ ଦେଲୁ,” ତହିଁରେ ସେହିପରି ହେଲା।
ଇଂରାଜୀରେ
So God created man in His own image; in the image of God He created him; male and female He created them.ନୂତନ ନିୟମରେ ଉଦ୍ଧୃତ
ସେ ଉତ୍ତର ଦେଲେ, “ତୁମ୍ଭେମାନେ କଅଣ ପାଠ କରି ନାହଁ ଯେ, ସୃଷ୍ଟିକର୍ତ୍ତା ଆଦ୍ୟରୁ ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ,”କିନ୍ତୁ ସୃଷ୍ଟିର ଆରମ୍ଭରୁ ଈଶ୍ବର ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ।କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
କାରଣ ଆମ୍ଭେମାନେ ତାହାଙ୍କ ରଚନା, ଯେ ସମସ୍ତ ସତ୍କର୍ମ ଆମ୍ଭେମାନେ କରିବୁ ବୋଲି ଈଶ୍ବର ପୂର୍ବରୁ ପ୍ରସ୍ତୁତ କରିଥିଲେ, ଆଚରଣରେ ସେହିସବୁ ସାଧନ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କଠାରେ ସୃଷ୍ଟ।ଆଦମଙ୍କର ବଂଶାବଳୀର ବୃତ୍ତାନ୍ତ ଏହି। ଯେଉଁ ଦିନ ପରମେଶ୍ୱର ମନୁଷ୍ୟକୁ ସୃଷ୍ଟି କଲେ, ସେହି ଦିନ ପରମେଶ୍ୱରଙ୍କ ସାଦୃଶ୍ୟରେ ସେ ତାଙ୍କୁ ନିର୍ମାଣ କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ; ଆଉ ସେମାନେ ସୃଷ୍ଟ ହେବା ଦିନ ସେମାନଙ୍କୁ ଆଶୀର୍ବାଦ କରି ଆଦମ (ମନୁଷ୍ୟ) ନାମ ଦେଲେ।ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ। ଆଉ ସଦାପ୍ରଭୁ ପରମେଶ୍ୱର ଆଦମଙ୍କଠାରୁ ଯେଉଁ ପଞ୍ଜରା ଖଣ୍ଡିକ ନେଲେ, ତଦ୍ଦ୍ୱାରା ଏକ ସ୍ତ୍ରୀ ନିର୍ମାଣ କରି ଆଦମଙ୍କ ନିକଟକୁ ଆଣିଲେ। ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।” ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ। ଆଦମ ଓ ତାଙ୍କର ଭାର୍ଯ୍ୟା, ଦୁହେଁ ଉଲଙ୍ଗ ଥିଲେ ହେଁ ସେମାନଙ୍କର ଲଜ୍ଜାବୋଧ ନ ଥିଲା।ଯେଉଁ ନୂତନ ସ୍ୱଭାବ ଈଶ୍ବରଙ୍କ ପ୍ରତିମୂର୍ତ୍ତିରେ ଧାର୍ମିକତା ଓ ସତ୍ୟର ପବିତ୍ରତାରେ ସୃଷ୍ଟ ହୋଇଅଛି, ତାହା ପରିଧାନ କରିବାକୁ ଶିକ୍ଷିତ ହୋଇଅଛ।ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ; ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ; ଏହା ମୁଁ ଭଲ ରୂପେ ଜାଣେ।ଆମ୍ଭ ନାମରେ ଖ୍ୟାତ ଓ ଯାହାକୁ ଆମ୍ଭେ ଆପଣା ଗୌରବାର୍ଥେ ସୃଷ୍ଟି କରିଅଛୁ, ଏପରି ପ୍ରତ୍ୟେକ ଲୋକକୁ ଆଣ; ଆମ୍ଭେ ତାହାକୁ ଗଢ଼ିଅଛୁ; ହଁ, ଆମ୍ଭେ ତାହାକୁ ନିର୍ମାଣ କରିଅଛୁ।”ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର