Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଆଦି ପୁସ୍ତକ 1:28

ବାଇବେଲ ପଦ · IRV

ଆଦି ପୁସ୍ତକ 1:28

ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।”

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଆଦି ପୁସ୍ତକ 1

ପ୍ରସଙ୍ଗରେ

25ଏହିରୂପେ ପରମେଶ୍ୱର ସ୍ୱ ସ୍ୱ ଜାତି ଅନୁଯାୟୀ ବନ୍ୟ ପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ୱର ସେସମସ୍ତ ଉତ୍ତମ ଦେଖିଲେ।

26ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।”

27ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।

28ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।”

29ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ।

30ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍‍ ଶାକ ଦେଲୁ,” ତହିଁରେ ସେହିପରି ହେଲା।

31ପରମେଶ୍ୱର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ ହେଲା। ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା।

ଆଦି ପୁସ୍ତକ 1

ଇଂରାଜୀରେ

Berean Standard BibleGenesis 1:28God blessed them and said to them, “Be fruitful and multiply, and fill the earth and subdue it; rule over the fish of the sea and the birds of the air and every creature that crawls upon the earth.”

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଆଦି 9:1ଏଥିଉତ୍ତାରେ ପରମେଶ୍ୱର ନୋହ ଓ ତାଙ୍କ ପୁତ୍ରମାନଙ୍କୁ ଆଶୀର୍ବାଦ କରି କହିଲେ, “ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୋଇ ପୃଥିବୀକୁ ପରିପୂର୍ଣ୍ଣ କର।
ଆଦି 9:7ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୁଅ, ଆଉ ପୃଥିବୀକୁ ପରିପୂର୍ଣ୍ଣ କରି ବର୍ଦ୍ଧିଷ୍ଣୁ ହୁଅ।”
ଲେବୀ 26:9ଆଉ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ପ୍ରସନ୍ନମୁଖ ହେବା ଓ ତୁମ୍ଭମାନଙ୍କୁ ପ୍ରଜାବନ୍ତ ଓ ବହୁବଂଶ କରିବା ଓ ତୁମ୍ଭମାନଙ୍କ ସହିତ ଆପଣା ନିୟମ ସ୍ଥିର କରିବା।
ଗୀତ 128:3–4ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ; ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଚାରିଆଡ଼େ ଜୀତବୃକ୍ଷର ଚାରା ପରି ହେବେ। ଦେଖ, ସଦାପ୍ରଭୁଙ୍କୁ ଭୟ କରିବା ଲୋକ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ।
ଆଦି 22:17–18ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ୱାର ଅଧିକାର କରିବେ। ପୁଣି, ପୃଥିବୀସ୍ଥ ସମସ୍ତ ଜାତି ତୁମ୍ଭର ବଂଶ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ଯେହେତୁ ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରିଅଛ।”
ଆଦି 1:22ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।”
ଆଦି 17:20ପୁଣି, ଇଶ୍ମାୟେଲ ବିଷୟରେ ତୁମ୍ଭର ପ୍ରାର୍ଥନା ଶୁଣିଲୁ; ଦେଖ, ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ପୁଣି, ବହୁ ପ୍ରଜାବନ୍ତ କରି; ତାହାର ବଂଶ ଅତିଶୟ ବୃଦ୍ଧି କରିବା। ତାହାଠାରୁ ଦ୍ୱାଦଶ ରାଜା ଜାତ ହେବେ ଓ ଆମ୍ଭେ ତାହାକୁ ବଡ଼ ଗୋଷ୍ଠୀ କରିବା।
ଗୀତ 127:1–5ଆରୋହଣ ଗୀତ; ଶଲୋମନଙ୍କ ରଚିତ। ସଦାପ୍ରଭୁ ଯଦି ଗୃହ ନିର୍ମାଣ ନ କରନ୍ତି, ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି; ଯଦି ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ। ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଓ ଏତେ ବିଳମ୍ବରେ ବିଶ୍ରାମ କର, ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା। କାରଣ ସେହି ପ୍ରକାରେ ସଦାପ୍ରଭୁ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି। ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର। ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ। ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ; ସେମାନେ ନଗର-ଦ୍ୱାରରେ ଶତ୍ରୁଗଣ ସଙ୍ଗେ କଥା କହିବା ବେଳେ ଲଜ୍ଜିତ ହେବେ ନାହିଁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର