Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଆଦି ପୁସ୍ତକ 1:29

ବାଇବେଲ ପଦ · IRV

ଆଦି ପୁସ୍ତକ 1:29

ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଆଦି ପୁସ୍ତକ 1

ପ୍ରସଙ୍ଗରେ

26ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।”

27ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।

28ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।”

29ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ।

30ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍‍ ଶାକ ଦେଲୁ,” ତହିଁରେ ସେହିପରି ହେଲା।

31ପରମେଶ୍ୱର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ ହେଲା। ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା।

ଆଦି ପୁସ୍ତକ 1

ଇଂରାଜୀରେ

Berean Standard BibleGenesis 1:29Then God said, “Behold, I have given you every seed-bearing plant on the face of all the earth, and every tree whose fruit contains seed. They will be yours for food.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଆଦି 9:3ପ୍ରତ୍ୟେକ ଗମନଶୀଳ ପ୍ରାଣୀ ତୁମ୍ଭମାନଙ୍କର ଖାଦ୍ୟ ହେବ, ଆମ୍ଭେ ହରିତ୍‍ ଶାକ ପରି ଏହି ସମସ୍ତ ତୁମ୍ଭମାନଙ୍କୁ ଦେଲୁ।
ଗୀତ 104:14–15ସେ ପଶୁଗଣ ନିମନ୍ତେ ତୃଣ ଓ ମନୁଷ୍ୟର ସେବା ନିମନ୍ତେ ଶାକ ଅଙ୍କୁରିତ କରନ୍ତି; ଏହିରୂପେ ସେ ଭୂମିରୁ ଭକ୍ଷ୍ୟ ଉତ୍ପନ୍ନ କରନ୍ତି। ପୁଣି, ମନୁଷ୍ୟର ଚିତ୍ତ-ଆନନ୍ଦକାରୀ ଦ୍ରାକ୍ଷାରସ, ମୁଖ-ଚିକ୍କଣକାରୀ ତୈଳ ଓ ମନୁଷ୍ୟର ହୃଦୟ ସବଳକାରୀ ଭକ୍ଷ୍ୟ ଉତ୍ପନ୍ନ କରନ୍ତି।
ଗୀତ 145:15–16ସମସ୍ତଙ୍କର ଚକ୍ଷୁ ତୁମ୍ଭ ଅପେକ୍ଷାରେ ଥାଏ; ତୁମ୍ଭେ ଉପଯୁକ୍ତ ସମୟରେ ସେମାନଙ୍କୁ ଆହାର ଦେଉଅଛ। ତୁମ୍ଭେ ଆପଣା ହସ୍ତ ମେଲାଇ ପ୍ରତ୍ୟେକ ପ୍ରାଣୀର କାମନା ପୂର୍ଣ୍ଣ କରୁଅଛ।
ଗୀତ 104:27–28ଏସମସ୍ତେ ଉପଯୁକ୍ତ ସମୟରେ ଆପଣା ଆପଣା ଭକ୍ଷ୍ୟ ପାଇବା ନିମନ୍ତେ ତୁମ୍ଭର ଅନୁସରଣ କରନ୍ତି। ଯାହା ତୁମ୍ଭେ ସେମାନଙ୍କୁ ଦିଅ, ତାହା ସେମାନେ ସାଉଣ୍ଟନ୍ତି। ତୁମ୍ଭେ ଆପଣା ହସ୍ତ ମେଲାଇଲେ, ସେମାନେ ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହୁଅନ୍ତି।
ପ୍ରେରି 14:17ତଥାପି ସେ ଆପଣାକୁ ସାକ୍ଷ୍ୟ ବିହୀନ କରି ରଖି ନାହାନ୍ତି, କାରଣ ସେ ମଙ୍ଗଳ କରିଅଛନ୍ତି, ଆଉ ଆକାଶରୁ ବୃଷ୍ଟି ଓ ଫଳଦାୟକ ଋତୁ ଗୁଡ଼ିକ ଦେଇ ଭକ୍ଷ ଓ ଆନନ୍ଦରେ ଆପଣମାନଙ୍କ ହୃଦୟ ପରିତୃପ୍ତ କରିଅଛନ୍ତି।
ଗୀତ 147:9ସେ ପଶୁକୁ ତାହାର ଆହାର ଦିଅନ୍ତି ଓ ରାବନ୍ତା ଡାମରା କାଉ ଛୁଆମାନଙ୍କୁ ଆହାର ଦିଅନ୍ତି।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର