ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଆଦି ପୁସ୍ତକ 2:18
ବାଇବେଲ ପଦ · IRV
ଆଦି ପୁସ୍ତକ 2:18
ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।”
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଆଦି ପୁସ୍ତକ 2
ପ୍ରସଙ୍ଗରେ
15ପୁଣି, ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ନେଇ ଏଦନ ଉଦ୍ୟାନକୁ ସୁସଜ୍ଜିତ ଓ ରକ୍ଷା କରିବା ପାଇଁ ନିଯୁକ୍ତ କଲେ।
16ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ସ୍ୱଚ୍ଛନ୍ଦରେ ଭୋଜନ କରିପାର,
17ମାତ୍ର, ସଦସତ୍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ, ଯେହେତୁ ଯେଉଁ ଦିନ ତାହା ଖାଇବ, ସେହି ଦିନ ନିତାନ୍ତ ମରିବ।”
18ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।”
19ଆଉ ସଦାପ୍ରଭୁ ପରମେଶ୍ୱର ଭୂମିରୁ ବିଲର ପଶୁଗଣ ଓ ଖେଚର ପକ୍ଷୀଗଣ ନିର୍ମାଣ କରି ଆଦମ ସେମାନଙ୍କୁ କି ନାମ ଦେବେ, ଏହା ଜାଣିବା ପାଇଁ ସମସ୍ତଙ୍କୁ ତାଙ୍କ ନିକଟକୁ ଆଣିଲେ। ତହିଁରେ ଆଦମ ସେହି ପ୍ରାଣୀବର୍ଗ ମଧ୍ୟରୁ ଯାହାକୁ ଯେଉଁ ନାମ ଦେଲେ, ତାହାର ସେହି ନାମ ହେଲା।
20ଏହିରୂପେ ଆଦମ ପଶୁ, ଖେଚର ପକ୍ଷୀ ଓ ବିଲର ପ୍ରତ୍ୟେକ ଜନ୍ତୁର ନାମ ଦେଲେ; ମାତ୍ର, ମନୁଷ୍ୟ ନିମନ୍ତେ ତାଙ୍କର ଅନୁରୂପ ସହକାରିଣୀ ଦେଖାଗଲା ନାହିଁ।
21ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ।
ଇଂରାଜୀରେ
The LORD God also said, “It is not good for the man to be alone. I will make for him a suitable helper.”କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ଏକ ଜଣରୁ ଦୁଇ ଜଣ ଭଲ, କାରଣ ସେମାନେ ଆପଣା ଆପଣା ପରିଶ୍ରମର ଉତ୍ତମ ଫଳ ପ୍ରାପ୍ତ ହୁଅନ୍ତି। ସେମାନେ ପଡ଼ିଲେ, ଜଣେ ଆପଣା ସଙ୍ଗୀକୁ ଉଠାଇବ; ମାତ୍ର ଯେ ପଡ଼ିବା ବେଳେ ଏକାକୀ ଥାଏ ଓ ଯାହାକୁ ଉଠାଇବା ପାଇଁ ଅନ୍ୟ ନ ଥାଏ, ସେ ସନ୍ତାପର ପାତ୍ର। ଆହୁରି, ଦୁଇ ଜଣ ଏକତ୍ର ଶୟନ କଲେ ଉଷ୍ଣ ହୁଅନ୍ତି; ମାତ୍ର ଜଣେ କିପରି ଏକାକୀ ଉଷ୍ଣ ହୋଇପାରେ? ଯେବେ କେହି ଏକାକୀ ଥିବା ଲୋକକୁ ପରାସ୍ତ କରେ, ତେବେ ଦୁଇ ଜଣ ତାହାର ପ୍ରତିବାଧା କରିବେ; ପୁଣି, ତ୍ରିଗୁଣ ରଜ୍ଜୁ ଶୀଘ୍ର ଛିଣ୍ଡିଯାଏ ନାହିଁ।ଯେଉଁ ଲୋକ ଭାର୍ଯ୍ୟା ପାଏ, ସେ ଉତ୍ତମ ବସ୍ତୁ ପାଏ ଓ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଏ।ପୁରୁଷ ଈଶ୍ବରଙ୍କ ପ୍ରତିମୂର୍ତ୍ତି ଓ ଗୌରବ ସ୍ୱରୂପ ହେବାରୁ ପ୍ରକୃତରେ ତାହାର ମସ୍ତକ ଆଚ୍ଛାଦନ କରିବା ଉଚିତ୍ ନୁହେଁ, କିନ୍ତୁ ସ୍ତ୍ରୀ ପୁରୁଷର ଗୌରବ ସ୍ୱରୂପ। କାରଣ ପୁରୁଷ ସ୍ତ୍ରୀଠାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ସ୍ତ୍ରୀ ପୁରୁଷଠାରୁ ଉତ୍ପନ୍ନ ହୋଇଅଛି। ଆଉ ସ୍ତ୍ରୀ ନିମନ୍ତେ ତ ପୁରୁଷର ସୃଷ୍ଟି ହେଲା ନାହିଁ; କିନ୍ତୁ ପୁରୁଷ ନିମନ୍ତେ ସ୍ତ୍ରୀର ସୃଷ୍ଟି ହେଲା। ଏଥିପାଇଁ ଦୂତମାନଙ୍କ ସକାଶେ ସ୍ତ୍ରୀର ଆପଣା ମସ୍ତକରେ ଅଧିକାରର ଚିହ୍ନ ଘେନିବା ଉଚିତ। ତଥାପି ପ୍ରଭୁଙ୍କଠାରେ ପୁରୁଷଠାରୁ ସ୍ତ୍ରୀ ସ୍ୱତନ୍ତ୍ର ନୁହେଁ କିମ୍ବା ସ୍ତ୍ରୀଠାରୁ ପୁରୁଷ ସ୍ୱତନ୍ତ୍ର ନୁହେଁ। କାରଣ ସ୍ତ୍ରୀ ଯେପରି ପୁରୁଷଠାରୁ ଉତ୍ପନ୍ନ, ପୁରୁଷ ମଧ୍ୟ ସେହିପରି ସ୍ତ୍ରୀ ଦ୍ୱାରା ଉତ୍ପନ୍ନ କିନ୍ତୁ ସମସ୍ତ ବିଷୟ ଈଶ୍ବରଙ୍କଠାରୁ ଉତ୍ପନ୍ନ।ସେହି ପ୍ରକାରେ, ହେ ସ୍ୱାମୀମାନେ, ତୁମ୍ଭମାନଙ୍କ ପ୍ରାର୍ଥନାରେ ଯେପରି ବାଧା ନ ଜନ୍ମେ, ଏଥିନିମନ୍ତେ ସ୍ତ୍ରୀମାନଙ୍କୁ ଅପେକ୍ଷାକୃତ ଦୁର୍ବଳା-ପାତ୍ରୀ ଓ ଆପଣାମାନଙ୍କ ସହିତ ଜୀବନରୂପ ଅନୁଗ୍ରହଦାନର ସହାଧିକାରିଣୀ ଜାଣି ସେମାନଙ୍କୁ ସମାଦର କର, ପୁଣି, ଜ୍ଞାନରେ ସେମାନଙ୍କର ସହିତ ବାସ କର।ସ୍ତ୍ରୀ ପୂର୍ଣ୍ଣ ବଶ୍ୟତା ସ୍ୱୀକାର କରି ନୀରବରେ ଶିକ୍ଷା ଗ୍ରହଣ କରୁ। ମୁଁ ସ୍ତ୍ରୀକୁ ଶିକ୍ଷା ଦେବା ପାଇଁ ଅବା ପୁରୁଷ ଉପରେ କର୍ତ୍ତାପଣ କରିବା ପାଇଁ ଅନୁମତି ଦେଉ ନାହିଁ, ମାତ୍ର ସେ ନୀରବରେ ରହୁ। କାରଣ ପ୍ରଥମେ ଆଦମ ସୃଷ୍ଟ ହେଲେ, ତାହା ପରେ ହବା;ଏଥିଉତ୍ତାରେ ତାହାର ଶାଶୁ ନୟମୀ ତାହାକୁ କହିଲା, “ଆହେ ମୋହର କନ୍ୟା, ଯେଉଁଥିରେ ତୁମ୍ଭର ମଙ୍ଗଳ ହେବ, ଏପରି ଆଶ୍ରୟ ସ୍ଥାନ ମୁଁ କି ତୁମ୍ଭ ପାଇଁ ଚେଷ୍ଟା କରିବି ନାହିଁ?ପରମେଶ୍ୱର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ ହେଲା। ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା।ଆଦମ କହିଲେ, “ତୁମ୍ଭେ ଯେଉଁ ସ୍ତ୍ରୀଙ୍କୁ ମୋହର ସଙ୍ଗିନୀ ହେବାକୁ ଦେଇଅଛ, ସେ ମୋତେ ସେହି ବୃକ୍ଷର ଫଳ ଦେଲେ, ତହିଁରେ ମୁଁ ଖାଇଲି।”ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର