ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଆଦି ପୁସ୍ତକ 2:24
ବାଇବେଲ ପଦ · IRV
ଆଦି ପୁସ୍ତକ 2:24
ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଆଦି ପୁସ୍ତକ 2
ପ୍ରସଙ୍ଗରେ
21ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ।
22ଆଉ ସଦାପ୍ରଭୁ ପରମେଶ୍ୱର ଆଦମଙ୍କଠାରୁ ଯେଉଁ ପଞ୍ଜରା ଖଣ୍ଡିକ ନେଲେ, ତଦ୍ଦ୍ୱାରା ଏକ ସ୍ତ୍ରୀ ନିର୍ମାଣ କରି ଆଦମଙ୍କ ନିକଟକୁ ଆଣିଲେ।
23ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।”
24ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ।
25ଆଦମ ଓ ତାଙ୍କର ଭାର୍ଯ୍ୟା, ଦୁହେଁ ଉଲଙ୍ଗ ଥିଲେ ହେଁ ସେମାନଙ୍କର ଲଜ୍ଜାବୋଧ ନ ଥିଲା।
ଇଂରାଜୀରେ
For this reason a man will leave his father and mother and be united to his wife, and they will become one flesh.ନୂତନ ନିୟମରେ ଉଦ୍ଧୃତ
ଆଉ କହିଲେ, “ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ?”ଏହି କାରଣରୁ ପୁରୁଷ ଆପଣା ପିତାମାତାଙ୍କଠାରୁ ଅଲଗା ହେବ, ଆଉ ସେମାନେ ଦୁହେଁ ଏକାଙ୍ଗ ହେବେ। ଏଣୁ ସେମାନେ ଆଉ ଦୁଇ ନୁହଁନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି।କିମ୍ବା ଯେ ବେଶ୍ୟା ସହିତ ସଂଯୁକ୍ତ ହୁଏ, ସେ ତାହା ସହିତ ଏକ ଶରୀର ହୁଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? କାରଣ ଉକ୍ତ ଅଛି, “ସେ ଦୁହେଁ ଏକାଙ୍ଗ ହେବେ।”ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ।କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ସେହିପରି ସ୍ୱାମୀମାନଙ୍କର ମଧ୍ୟ ଆପଣା ଆପଣା ସ୍ତ୍ରୀମାନଙ୍କୁ ନିଜ ନିଜ ଶରୀର ସଦୃଶ ପ୍ରେମ କରିବା ଉଚିତ୍। ଯେ ନିଜ ସ୍ତ୍ରୀକୁ ପ୍ରେମ କରେ, ସେ ଆପଣାକୁ ପ୍ରେମ କରେ; କେହି ତ ଆପଣା ଶରୀରକୁ କେବେ ଘୃଣା କରେ ନାହିଁ, ମାତ୍ର ତାହାର ଭରଣପୋଷଣ ଓ ଲାଳନପାଳନ କରେ; ଖ୍ରୀଷ୍ଟ ମଧ୍ୟ ମଣ୍ଡଳୀ ପ୍ରତି ସେହିପରି କରନ୍ତି, ଯେଣୁ ଆମ୍ଭେମାନେ ତାହାଙ୍କ ଶରୀରର ଅଙ୍ଗପ୍ରତ୍ୟଙ୍ଗ। ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ।ସ୍ୱାମୀ ଯେପର୍ଯ୍ୟନ୍ତ ଜୀବିତ ଥାଏ, ସେପର୍ଯ୍ୟନ୍ତ ସ୍ତ୍ରୀ ସ୍ୱାମୀ ସହିତ ବ୍ୟବସ୍ଥା ଦ୍ୱାରା ଆବଦ୍ଧ ଥାଏ, କିନ୍ତୁ ସ୍ୱାମୀ ମରିଗଲେ ସ୍ତ୍ରୀ ବିବାହ ବ୍ୟବସ୍ଥାରୁ ମୁକ୍ତ ହୁଏ।କିନ୍ତୁ ବ୍ୟଭିଚାର ଭୟ ହେତୁ ପ୍ରତ୍ୟେକ ପୁରୁଷର ନିଜର ଭାର୍ଯ୍ୟା ଥାଉ, ଆଉ ପ୍ରତ୍ୟେକ ସ୍ତ୍ରୀର ନିଜର ସ୍ୱାମୀ ଥାଉ। ସ୍ୱାମୀ ସ୍ତ୍ରୀକୁ ତାହାର ପ୍ରାପ୍ୟ ଦେଉ, ପୁଣି, ସେହି ପ୍ରକାରେ ମଧ୍ୟ ସ୍ତ୍ରୀ ସ୍ୱାମୀକୁ ତାହାର ପ୍ରାପ୍ୟ ଦେଉ। ଭାର୍ଯ୍ୟାର ଆପଣା ଶରୀର ଉପରେ ଅଧିକାର ନାହିଁ, କିନ୍ତୁ ସ୍ୱାମୀର ଅଛି; ସେହି ପ୍ରକାରେ ମଧ୍ୟ ସ୍ୱାମୀର ଆପଣା ଶରୀର ଉପରେ ଅଧିକାର ନାହିଁ, କିନ୍ତୁ ଭାର୍ଯ୍ୟାର ଅଛି।କିମ୍ବା ଯେ ବେଶ୍ୟା ସହିତ ସଂଯୁକ୍ତ ହୁଏ, ସେ ତାହା ସହିତ ଏକ ଶରୀର ହୁଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? କାରଣ ଉକ୍ତ ଅଛି, “ସେ ଦୁହେଁ ଏକାଙ୍ଗ ହେବେ।” କିନ୍ତୁ ଯେ ପ୍ରଭୁଙ୍କ ସହିତ ସଂଯୁକ୍ତ ହୁଏ, ସେ ତାହାଙ୍କ ସହିତ ଏକ ଆତ୍ମା ହୁଏ।ଗୁଣବତୀ ସ୍ତ୍ରୀ କିଏ ପାଇ ପାରେ? ମୁକ୍ତାଠାରୁ ହିଁ ତାହାର ମୂଲ୍ୟ ଅଧିକ।ତଥାପି ତୁମ୍ଭେମାନେ କହୁଅଛ, “ଏଥିର କାରଣ କଅଣ?” ସଦାପ୍ରଭୁ ତୁମ୍ଭର ଓ ତୁମ୍ଭ ଯୌବନ କାଳର ଭାର୍ଯ୍ୟା ମଧ୍ୟରେ ସାକ୍ଷୀ ହୋଇଅଛନ୍ତି, ସେ ତୁମ୍ଭର ସଖୀ ଓ ତୁମ୍ଭ ନିୟମକୃତ ଭାର୍ଯ୍ୟା ହେଲେ ହେଁ ତୁମ୍ଭେ ତାହା ପ୍ରତି ବିଶ୍ୱାସଘାତକତା କରିଅଛ। ପୁଣି, ତାହାଙ୍କଠାରେ ଆତ୍ମାର ଅବଶିଷ୍ଟାଂଶ ଥିଲେ ହେଁ ସେ କି ଏକ ନ କଲେ? ଆଉ କାହିଁକି ଏକ କଲେ? ସେ ଈଶ୍ୱରୀୟ ଏକ ବଂଶ ଉତ୍ପନ୍ନ କରିବା ନିମନ୍ତେ ଚେଷ୍ଟା କଲେ। ଏଥିପାଇଁ ତୁମ୍ଭେମାନେ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ ଓ କେହି ଆପଣା ଆପଣା ଯୌବନ କାଳର ଭାର୍ଯ୍ୟା ପ୍ରତି ବିଶ୍ୱାସଘାତକତା ନ କରୁ। “କାରଣ ଆମ୍ଭେ ସ୍ତ୍ରୀ-ତ୍ୟାଗ ଘୃଣା କରୁ, ଏହା ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି ଓ ଯେ ଆପଣା ବସ୍ତ୍ରକୁ ଦୌରାତ୍ମ୍ୟରେ ଆଚ୍ଛାଦିତ କରେ, ତାହାକୁ ଆମ୍ଭେ ଘୃଣା କରୁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ଏହେତୁ ତୁମ୍ଭେମାନେ ଯେପରି ବିଶ୍ୱାସଘାତକତା ନ କର, ଏଥିପାଇଁ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ।”କିନ୍ତୁ ବିବାହିତମାନଙ୍କୁ ମୁଁ ଆଜ୍ଞା ଦିଏ, ମୁଁ ନୁହେଁ, ମାତ୍ର ପ୍ରଭୁ ଆଜ୍ଞା ଦିଅନ୍ତି, ଭାର୍ଯ୍ୟା ଆପଣା ସ୍ୱାମୀକୁ ପରିତ୍ୟାଗ ନ କରୁ, (କିନ୍ତୁ ଯଦି ସେ ସ୍ୱାମୀଠାରୁ ପୃଥକ୍ ହୁଏ, ତେବେ ସେ ଆଉ ବିବାହ ନ କରୁ, ଅଥବା ଆପଣା ସ୍ୱାମୀ ସହିତ ମିଳିତ ହେଉ), ପୁଣି, ସ୍ୱାମୀ ଆପଣା ଭାର୍ଯ୍ୟାକୁ ପରିତ୍ୟାଗ ନ କରୁ।ଗୁଣବତୀ ସ୍ତ୍ରୀ ଆପଣା ସ୍ୱାମୀର ମୁକୁଟ ସ୍ୱରୂପ; ମାତ୍ର ଲଜ୍ଜାଦାୟିନୀ ସ୍ତ୍ରୀ ତାହାର ହାଡ଼ସବୁର କ୍ଷୟ ସ୍ୱରୂପ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର