Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଆଦି ପୁସ୍ତକ 9:3

ବାଇବେଲ ପଦ · IRV

ଆଦି ପୁସ୍ତକ 9:3

ପ୍ରତ୍ୟେକ ଗମନଶୀଳ ପ୍ରାଣୀ ତୁମ୍ଭମାନଙ୍କର ଖାଦ୍ୟ ହେବ, ଆମ୍ଭେ ହରିତ୍‍ ଶାକ ପରି ଏହି ସମସ୍ତ ତୁମ୍ଭମାନଙ୍କୁ ଦେଲୁ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଆଦି ପୁସ୍ତକ 9

ପ୍ରସଙ୍ଗରେ

1ଏଥିଉତ୍ତାରେ ପରମେଶ୍ୱର ନୋହ ଓ ତାଙ୍କ ପୁତ୍ରମାନଙ୍କୁ ଆଶୀର୍ବାଦ କରି କହିଲେ, “ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୋଇ ପୃଥିବୀକୁ ପରିପୂର୍ଣ୍ଣ କର।

2ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଓ ଉରୋଗାମୀ ଜନ୍ତୁ ଓ ସମୁଦ୍ରର ମତ୍ସ୍ୟ, ସମସ୍ତେ ତୁମ୍ଭମାନଙ୍କଠାରୁ ଭୀତ ଓ ଶଙ୍କାଯୁକ୍ତ ହେବେ; ସେହି ସମସ୍ତ ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଟନ୍ତି।

3ପ୍ରତ୍ୟେକ ଗମନଶୀଳ ପ୍ରାଣୀ ତୁମ୍ଭମାନଙ୍କର ଖାଦ୍ୟ ହେବ, ଆମ୍ଭେ ହରିତ୍‍ ଶାକ ପରି ଏହି ସମସ୍ତ ତୁମ୍ଭମାନଙ୍କୁ ଦେଲୁ।

4ମାତ୍ର ତୁମ୍ଭେମାନେ ସପ୍ରାଣ (ଅର୍ଥାତ୍‍) ସରକ୍ତ ମାଂସ ଖାଇବ ନାହିଁ।

5ପୁଣି, ଆମ୍ଭେ ତୁମ୍ଭମାନଙ୍କ ଜୀବନରୂପ ରକ୍ତପାତର ପରିଶୋଧ ନିତାନ୍ତ ନେବା; ପ୍ରତ୍ୟେକ ପଶୁଠାରୁ ହେଉ କି ମନୁଷ୍ୟଠାରୁ ହେଉ, ତାହାରି ପରିଶୋଧ ନେବା; ଆମ୍ଭେ ପ୍ରତ୍ୟେକ ମନୁଷ୍ୟର ଭ୍ରାତାଠାରୁ ମନୁଷ୍ୟର ପ୍ରାଣର ପରିଶୋଧ ନେବା।

6ଯେକେହି ମନୁଷ୍ୟର ରକ୍ତପାତ କରିବ, ମନୁଷ୍ୟ ଦ୍ୱାରା ତାହାର ରକ୍ତପାତ କରାଯିବ; ଯେହେତୁ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ନିର୍ମାଣ କରିଅଛନ୍ତି।

ଆଦି ପୁସ୍ତକ 9

ଇଂରାଜୀରେ

Berean Standard BibleGenesis 9:3Everything that lives and moves will be food for you; just as I gave you the green plants, I now give you all things.

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର