Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଏବ୍ରୀ 10:25

ବାଇବେଲ ପଦ · IRV

ଏବ୍ରୀ 10:25

ଆଉ କେହି କେହି ଯେପରି ଆମ୍ଭମାନଙ୍କ ମଣ୍ଡଳୀ ଉପାସନା ପରିତ୍ୟାଗ କରିଥାଆନ୍ତି, ଆମ୍ଭେମାନେ ସେପରି ନ କରୁ; ବରଂ ପରସ୍ପରକୁ ଉତ୍ସାହ କରିବା, ବିଶେଷ ଭାବରେ ଯେତେବେଳେ ତୁମ୍ଭେମାନେ ପ୍ରଭୁଙ୍କ ଆଗମନର ଦିନ ନିକଟବର୍ତ୍ତୀ ହୋଇ ଆସୁଅଛି ବୋଲି ଦେଖୁଅଛ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଏବ୍ରୀ 10

ପ୍ରସଙ୍ଗରେ

22ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ୱାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତ-ଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ୱାସରେ ଈଶ୍ବରଙ୍କ ନିକଟବର୍ତ୍ତୀ ହେଉ;

23ଆମ୍ଭେମାନେ ଯେଉଁ ଭରସା ସ୍ୱୀକାର କରୁଅଛୁ, ତାହା ଅଟଳ ଭାବରେ ଦୃଢ଼ କରି ଧରୁ, କାରଣ ଯେ ପ୍ରତିଜ୍ଞା କରିଅଛନ୍ତି, ସେ ବିଶ୍ୱସ୍ତ;

24ପୁଣି, ପ୍ରେମ ଓ ସତ୍‍କ୍ରିୟାରେ ପ୍ରବର୍ତ୍ତାଇବା ନିମନ୍ତେ ପରସ୍ପର ବିଷୟରେ ମନୋଯୋଗ କରୁ,

25ଆଉ କେହି କେହି ଯେପରି ଆମ୍ଭମାନଙ୍କ ମଣ୍ଡଳୀ ଉପାସନା ପରିତ୍ୟାଗ କରିଥାଆନ୍ତି, ଆମ୍ଭେମାନେ ସେପରି ନ କରୁ; ବରଂ ପରସ୍ପରକୁ ଉତ୍ସାହ କରିବା, ବିଶେଷ ଭାବରେ ଯେତେବେଳେ ତୁମ୍ଭେମାନେ ପ୍ରଭୁଙ୍କ ଆଗମନର ଦିନ ନିକଟବର୍ତ୍ତୀ ହୋଇ ଆସୁଅଛି ବୋଲି ଦେଖୁଅଛ।

26କାରଣ ସତ୍ୟ ଜ୍ଞାନ ଲାଭ କରିବା ପରେ ଯଦି ଆମ୍ଭେମାନେ ସ୍ୱେଚ୍ଛାପୂର୍ବକ ପାପ କରୁଥାଉ, ତେବେ ପାପାର୍ଥକ ବଳି ଆଉ ଅବଶିଷ୍ଟ ନ ଥାଏ,

27ବରଂ ବିଚାରର ଏକ-ପ୍ରକାର ଭୟଙ୍କର ପ୍ରତୀକ୍ଷା ଓ ବିପକ୍ଷମାନଙ୍କୁ ଗ୍ରାସକାରୀ ଅଗ୍ନିର ପ୍ରଚଣ୍ଡତା ଅବଶିଷ୍ଟ ଥାଏ।

28କେହି ମୋଶାଙ୍କ ବ୍ୟବସ୍ଥାକୁ ଅମାନ୍ୟ କଲେ, ସେ ଦୟା ପ୍ରାପ୍ତ ନ ହୋଇ ଦୁଇ କିମ୍ବା ତିନି ଜଣ ସାକ୍ଷୀଙ୍କ ପ୍ରମାଣରେ ହତ ହୁଏ;

ଏବ୍ରୀ 10

ଇଂରାଜୀରେ

Berean Standard BibleHebrews 10:25Let us not neglect meeting together, as some have made a habit, but let us encourage one another, and all the more as you see the Day approaching.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ପ୍ରେରି 2:42ସେମାନେ ପ୍ରେରିତମାନଙ୍କର ଶିକ୍ଷାରେ, ସହଭାଗିତାରେ, ରୁଟି ଭାଙ୍ଗିବାରେ ଓ ପ୍ରାର୍ଥନା କରିବାରେ ନିବିଷ୍ଟ ଚିତ୍ତ ହୋଇ ରହିଲେ।
ପ୍ର.ଥେସ 5:11ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ୱନା ଦିଅ, ପୁଣି, ପରସ୍ପରର ନିଷ୍ଠା ଜନ୍ମାଅ।
ମାଥି 18:20କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି।”
ଏବ୍ରୀ 3:13କିନ୍ତୁ କାଳେ ପାପର ପ୍ରବଞ୍ଚନା ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରୁ କେହି କଠିନମନା ହୁଏ, ଏଥିନିମନ୍ତେ ଆଜି ସୁଯୋଗ ଥାଉ ଥାଉ ପ୍ରତିଦିନ ପରସ୍ପରକୁ ଉତ୍ସାହ ଦିଅ;
ପ୍ର.କରି 5:4ଅର୍ଥାତ୍‍, ତୁମ୍ଭେମାନେ ଓ ମୋହର ଆତ୍ମା ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଶକ୍ତି ସହକାରେ ସମବେତ ହୋଇ ଏହା ସ୍ଥିର କରିଅଛୁ ଯେ,
ପ୍ର.ଥେସ 4:18ଅତଏବ, ଏହି ସମସ୍ତ ବାକ୍ୟ ଦ୍ୱାରା ତୁମ୍ଭେମାନେ ପରସ୍ପରକୁ ସାନ୍ତ୍ୱନା ଦିଅ।
ପ୍ରେରି 20:7ଆମ୍ଭେମାନେ ସପ୍ତାହର ପ୍ରଥମ ଦିନରେ ଯେତେବେଳେ ରୁଟି ଭାଙ୍ଗିବାକୁ ଏକତ୍ରିତ ହୋଇଥିଲୁ, ପାଉଲ ସେତେବେଳେ ଆରଦିନ ଯିବେ ବୋଲି ଉଦ୍ୟତ ହେଉଥିବାରୁ, ସେମାନଙ୍କୁ ଉପଦେଶ ଦେବାକୁ ଲାଗିଲେ ଓ ମଧ୍ୟରାତ୍ର ଯାଏ ଦୀର୍ଘ ଭାଷଣ ଦେଲେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର