Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଏବ୍ରୀ 11:6

ବାଇବେଲ ପଦ · IRV

ଏବ୍ରୀ 11:6

ଆଉ ବିଶ୍ୱାସ ବିନା ତାହାଙ୍କ ସନ୍ତୋଷପାତ୍ର ହେବା ଅସମ୍ଭବ, କାରଣ ଈଶ୍ବର ଯେ ଅଛନ୍ତି, ଆଉ ସେ ଯେ ତାହାଙ୍କ ଅନ୍ୱେଷଣକାରୀମାନଙ୍କର ପୁରସ୍କାରଦାତା, ଏହା ତାହାଙ୍କ ଛାମୁକୁ ଆସିବା ଲୋକର ବିଶ୍ୱାସ କରିବା ଆବଶ୍ୟକ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଏବ୍ରୀ 11

ପ୍ରସଙ୍ଗରେ

3ବିଶ୍ୱାସ ଦ୍ୱାରା ଆମ୍ଭେମାନେ ବୁଝୁ ଯେ, ସମସ୍ତ ବିଶ୍ୱ ଈଶ୍ବରଙ୍କ ବାକ୍ୟ ଦ୍ୱାରା ରଚିତ, ଅତଏବ କୌଣସି ପ୍ରତ୍ୟକ୍ଷ ବିଷୟରୁ ଦୃଶ୍ୟ ବିଷୟ ଉତ୍ପନ୍ନ ହୋଇ ନାହିଁ।

4ବିଶ୍ୱାସ ଦ୍ୱାରା ହେବଲ ଈଶ୍ବରଙ୍କ ଛାମୁରେ କୟିନ ଅପେକ୍ଷା ଉତ୍କୃଷ୍ଟ ବଳି ଉତ୍ସର୍ଗ କଲେ ଓ ତଦ୍ୱାରା ସେ ଧାର୍ମିକ ବୋଲି ସାକ୍ଷ୍ୟ ପାଇଲେ; ଈଶ୍ବର ନିଜେ ତାହାଙ୍କ ଦାନ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ, ଆଉ ସେ ମୃତ ହେଲେ ହେଁ ବିଶ୍ୱାସ ଦ୍ୱାରା ଆଜି ପର୍ଯ୍ୟନ୍ତ କଥା କହୁଅଛନ୍ତି।

5ବିଶ୍ୱାସ ଦ୍ୱାରା ହନୋକ ମୃତ୍ୟୁଭୋଗ ନ କରି ଉର୍ଦ୍ଧ୍ବକୁ ଉତ୍ଥିତ ହେଲେ; ସେ ଆଉ ଦେଖାଗଲେ ନାହିଁ, କାରଣ ଈଶ୍ବର ତାହାଙ୍କୁ ଅନ୍ତର୍ହିତ କରିଥିଲେ। ସେ ଯେ ଈଶ୍ବରଙ୍କର ସନ୍ତୋଷପାତ୍ର, ଅନ୍ତର୍ହିତ ହେବା ପୂର୍ବେ ସେଥିର ସାକ୍ଷ୍ୟ ପ୍ରାପ୍ତ ହୋଇଥିଲେ;

6ଆଉ ବିଶ୍ୱାସ ବିନା ତାହାଙ୍କ ସନ୍ତୋଷପାତ୍ର ହେବା ଅସମ୍ଭବ, କାରଣ ଈଶ୍ବର ଯେ ଅଛନ୍ତି, ଆଉ ସେ ଯେ ତାହାଙ୍କ ଅନ୍ୱେଷଣକାରୀମାନଙ୍କର ପୁରସ୍କାରଦାତା, ଏହା ତାହାଙ୍କ ଛାମୁକୁ ଆସିବା ଲୋକର ବିଶ୍ୱାସ କରିବା ଆବଶ୍ୟକ।

7ବିଶ୍ୱାସ ଦ୍ୱାରା ନୋହ ସେ ସମୟ ପର୍ଯ୍ୟନ୍ତ ଅପ୍ରକାଶିତ ବିଷୟ ସମ୍ବନ୍ଧରେ ପ୍ରତ୍ୟାଦେଶ ପାଇ ଭକ୍ତି ସହକାରେ ଆପଣା ପରିବାରର ରକ୍ଷା ନିମନ୍ତେ ଗୋଟିଏ ଜାହାଜ ନିର୍ମାଣ କଲେ, ପୁଣି, ସେହି ବିଶ୍ୱାସ ଦ୍ୱାରା ସେ ଜଗତକୁ ଦୋଷୀ କରି ବିଶ୍ୱାସାନୁଯାୟୀ ଧାର୍ମିକତାର ଅଧିକାରୀ ହେଲେ।

8ବିଶ୍ୱାସ ଦ୍ୱାରା ଅବ୍ରହାମ ଆହ୍ୱାନ ପ୍ରାପ୍ତ ହୁଅନ୍ତେ, ଯେଉଁ ଦେଶ ସେ ଅଧିକାରସ୍ୱରୂପେ ପାଇବାକୁ ଯାଉଥିଲେ, ଆଜ୍ଞାବହ ହୋଇ ସେଠାକୁ ବାହାରିଗଲେ, ପୁଣି, ସେ କେଉଁଠାକୁ ଯାଉଅଛନ୍ତି, ତାହା ନ ଜାଣି ସୁଦ୍ଧା ବାହାରିଗଲେ।

9ବିଶ୍ୱାସ ଦ୍ୱାରା ସେ ବିଦେଶୀ ସ୍ୱରୂପେ ପ୍ରତିଜ୍ଞାତ ଦେଶରେ ପ୍ରବାସୀ ହୋଇ ପ୍ରତିଜ୍ଞାର ସହାଧିକାରୀ ଇସ୍‌ହାକ ଓ ଯାକୁବଙ୍କ ସହିତ ତମ୍ବୁରେ ବାସ କଲେ;

ଏବ୍ରୀ 11

ଇଂରାଜୀରେ

Berean Standard BibleHebrews 11:6And without faith it is impossible to please God, because anyone who approaches Him must believe that He exists and that He rewards those who earnestly seek Him.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ହିତୋ 8:17ଯେଉଁମାନେ ମୋତେ ପ୍ରେମ କରନ୍ତି, ମୁଁ ସେମାନଙ୍କୁ ପ୍ରେମ କରେ, ପୁଣି ଯେଉଁମାନେ ଯତ୍ନରେ ମୋହର ଅନ୍ୱେଷଣ କରନ୍ତି, ସେମାନେ ମୋତେ ପାଇବେ।
ଯିରି 29:13–14ଆଉ, ତୁମ୍ଭେମାନେ ଆମ୍ଭଙ୍କୁ ଅନ୍ୱେଷଣ କରିବ ଓ ସର୍ବାନ୍ତଃକରଣ ସହିତ ଆମ୍ଭଙ୍କୁ ଖୋଜିଲେ ଆମ୍ଭର ଉଦ୍ଦେଶ୍ୟ ପାଇବ। ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଜାତିମାନଙ୍କ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହି ସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ଏହା ସଦାପ୍ରଭୁ କହନ୍ତି; ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା।
ମାଥି 6:33କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।
ଗୀତ 105:3–4ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ। ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ପରାକ୍ରମର ଅନ୍ୱେଷଣ କର; ସଦାସର୍ବଦା ତାହାଙ୍କ ମୁଖ ଅନ୍ୱେଷଣ କର।
ପ୍ର.ବଂ 28:9ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।
ଲୂକ 12:31ବରଂ ତୁମ୍ଭେମାନେ ତାହାଙ୍କ ରାଜ୍ୟ ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।”
ଗୀତ 119:10ମୁଁ ସର୍ବାନ୍ତଃକରଣରେ ତୁମ୍ଭଙ୍କୁ ଖୋଜିଅଛି; ମୋତେ ତୁମ୍ଭ ଆଜ୍ଞା-ପଥରୁ ଭ୍ରମିବାକୁ ଦିଅ ନାହିଁ।
ଏବ୍ରୀ 7:25ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଈଶ୍ବରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର