ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଏବ୍ରୀ 13:17
ବାଇବେଲ ପଦ · IRV
ଏବ୍ରୀ 13:17
ତୁମ୍ଭମାନଙ୍କ ନେତାମାନଙ୍କର ବାଧ୍ୟ ହୋଇ ସେମାନଙ୍କର ବଶୀଭୂତ ହୁଅ, କାରଣ ଯେଉଁମାନଙ୍କୁ ନିକାଶ ଦେବାକୁ ହେବ, ସେମାନଙ୍କ ସଦୃଶ ସେମାନେ ତୁମ୍ଭମାନଙ୍କ ଆତ୍ମା ସମ୍ବନ୍ଧରେ ପ୍ରହରୀକର୍ମ କରନ୍ତି, ଯେପରି ସେମାନେ ତାହା ଦୁଃଖରେ ନ କରି ଆନନ୍ଦରେ କରିପାରନ୍ତି; ଦୁଃଖରେ କଲେ, ତୁମ୍ଭମାନଙ୍କର କିଛି ଲାଭ ନାହିଁ।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଏବ୍ରୀ 13
ପ୍ରସଙ୍ଗରେ
14କାରଣ ଏଠାରେ ଆମ୍ଭମାନଙ୍କର ଚିରସ୍ଥାୟୀ ନଗର ନାହିଁ, କିନ୍ତୁ ଆମ୍ଭେମାନେ ଭବିଷ୍ୟତରେ ଚିରସ୍ଥାୟୀ ନଗରର ଅନ୍ୱେଷଣ କରୁଅଛୁ।
15ଏଣୁ ଆସ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍ ତାହାଙ୍କ ନାମ ସ୍ୱୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ।
16ପରୋପକାର ଓ ଦାନ କରିବାକୁ ପାସୋର ନାହିଁ, କାରଣ ଏହିପରି ବଳିରେ ଈଶ୍ବରଙ୍କର ପରମ ସନ୍ତୋଷ।
17ତୁମ୍ଭମାନଙ୍କ ନେତାମାନଙ୍କର ବାଧ୍ୟ ହୋଇ ସେମାନଙ୍କର ବଶୀଭୂତ ହୁଅ, କାରଣ ଯେଉଁମାନଙ୍କୁ ନିକାଶ ଦେବାକୁ ହେବ, ସେମାନଙ୍କ ସଦୃଶ ସେମାନେ ତୁମ୍ଭମାନଙ୍କ ଆତ୍ମା ସମ୍ବନ୍ଧରେ ପ୍ରହରୀକର୍ମ କରନ୍ତି, ଯେପରି ସେମାନେ ତାହା ଦୁଃଖରେ ନ କରି ଆନନ୍ଦରେ କରିପାରନ୍ତି; ଦୁଃଖରେ କଲେ, ତୁମ୍ଭମାନଙ୍କର କିଛି ଲାଭ ନାହିଁ।
18ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, କାରଣ ଆମ୍ଭମାନଙ୍କର ବିଶ୍ୱାସ ଯେ, ଆମ୍ଭମାନଙ୍କର ସୁବିବେକ ଅଛି, ଯେଣୁ ସମସ୍ତ ବିଷୟରେ ସଦାଚରଣ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ।
19ଆଉ ମୁଁ ଯେପରି ଶୀଘ୍ର ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇପାରିବି, ଏଥିନିମନ୍ତେ ପ୍ରାର୍ଥନା କରିବାକୁ ତୁମ୍ଭମାନଙ୍କୁ ବିଶେଷ ଭାବରେ ଅନୁରୋଧ କରୁଅଛି।
20ଯେଉଁ ଶାନ୍ତିଦାତା ଈଶ୍ବର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ;
ଇଂରାଜୀରେ
Obey your leaders and submit to them, for they watch over your souls as those who must give an account. To this end, allow them to lead with joy and not with grief, for that would be of no advantage to you.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ପରିଶ୍ରମ କରନ୍ତି ଓ ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ନେତା ସ୍ୱରୂପେ ନିଯୁକ୍ତ ହୋଇ ତୁମ୍ଭମାନଙ୍କୁ ଚେତନା ଦିଅନ୍ତି, ସେମାନଙ୍କୁ ମାନ୍ୟ କର, ପୁଣି, ସେମାନଙ୍କ କାର୍ଯ୍ୟ ସକାଶେ ସେମାନଙ୍କୁ ପ୍ରେମରେ ଅତ୍ୟନ୍ତ ଆଦର କର। ପରସ୍ପର ସଙ୍ଗରେ ଶାନ୍ତିରେ ରୁହ।ଯେଉଁ ପ୍ରାଚୀନମାନେ ଉତ୍ତମ ରୂପେ ପରିଚାଳନା କରନ୍ତି, ବିଶେଷତଃ ଯେଉଁମାନେ ବାକ୍ୟପ୍ରଚାର ଓ ଶିକ୍ଷାଦାନରେ ପରିଶ୍ରମ କରନ୍ତି, ସେମାନେ ଦୁଇ ଗୁଣ ସମାଦର ପାଇବାର ଯୋଗ୍ୟ ବୋଲି ଗଣିତ ହୁଅନ୍ତୁ।ଯେଉଁମାନେ ତୁମ୍ଭମାନଙ୍କୁ ଈଶ୍ବରଙ୍କ ବାକ୍ୟ କହିଥିଲେ, ତୁମ୍ଭମାନଙ୍କ ଏପରି ନେତାମାନଙ୍କୁ ସ୍ମରଣ କର; ସେମାନଙ୍କ ଜୀବନଯାତ୍ରାର ଶେଷ ଗତି ପ୍ରତି ଦୃଷ୍ଟି ରଖି ସେମାନଙ୍କ ବିଶ୍ୱାସର ଅନୁକାରୀ ହୁଅ।ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ, “ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରି, ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।”ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ଡଳୀକୁ ଈଶ୍ବର ଆପଣା ନିଜ ରକ୍ତରେ କ୍ରୟ କରିଅଛନ୍ତି, ତାହାଙ୍କର ସେହି ମଣ୍ଡଳୀକୁ ପ୍ରତିପାଳନ କରିବା ନିମନ୍ତେ, ପବିତ୍ର ଆତ୍ମା ଯେ ତୁମ୍ଭମାନଙ୍କୁ ସମସ୍ତ ପଲ ମଧ୍ୟରେ ଅଧ୍ୟକ୍ଷ ସ୍ୱରୂପ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ।ତୁମ୍ଭମାନଙ୍କ ତତ୍ତ୍ୱାବଧାନରେ ଥିବା ଈଶ୍ବରଙ୍କ ପଲକୁ ପ୍ରତିପାଳନ କର, ବାଧ୍ୟ ହୋଇ ନୁହେଁ, ମାତ୍ର ଈଶ୍ବରଙ୍କ ଇଚ୍ଛାନୁଯାୟୀ ସ୍ୱଚ୍ଛନ୍ଦ ମନରେ, ଅନ୍ୟାୟ ଲାଭ ନିମନ୍ତେ ନୁହେଁ, କିନ୍ତୁ ଆଗ୍ରହ ସହକାରେ ତାହା କର; ପୁଣି, ଯେଉଁମାନଙ୍କର ଦାୟିତ୍ୱଭାର ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଛି, ସେମାନଙ୍କ ଉପରେ କର୍ତ୍ତାପଣ ନ କରି ପଲର ଆଦର୍ଶ ସ୍ୱରୂପ ହୋଇ ତାହା କର।ଏହି ପ୍ରକାର ଲୋକମାନଙ୍କର, ପୁଣି, ପ୍ରତ୍ୟେକ ସହକର୍ମୀ ଓ ପରିଶ୍ରମୀ ଲୋକଙ୍କର ବଶୀଭୂତ ହୁଅ, ତୁମ୍ଭମାନଙ୍କୁ ଏହି ଅନୁରୋଧ କରୁଅଛି।ମାତ୍ର ଯଦି ତୁମ୍ଭେମାନେ ଏ କଥା ଶୁଣିବ ନାହିଁ, ତେବେ ତୁମ୍ଭମାନଙ୍କର ଅହଙ୍କାର ସକାଶୁ ମୋହର ପ୍ରାଣ ନିରୋଳା ସ୍ଥାନରେ ରୋଦନ କରିବ ଓ ସଦାପ୍ରଭୁଙ୍କର ପଲ ବନ୍ଦୀ ଅବସ୍ଥାରେ ନୀତ ହେବା ସକାଶୁ ମୋହର ଚକ୍ଷୁ ଅତିଶୟ ରୋଦନ କରି ଅଶ୍ରୁଧାରା ବୁହାଇବ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର