Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଏବ୍ରୀ 13:4

ବାଇବେଲ ପଦ · IRV

ଏବ୍ରୀ 13:4

ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ବର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଏବ୍ରୀ 13

ପ୍ରସଙ୍ଗରେ

1ବିଶ୍ୱାସୀମାନଙ୍କ ମଧ୍ୟରେ ପ୍ରେମ ସ୍ଥିର ହୋଇ ରହିଥାଉ।

2ଆତିଥ୍ୟସତ୍କାର ନ ପାସୋର, ଯେଣୁ ତଦ୍ୱାରା କେହି କେହି ଅଜ୍ଞାତସାରରେ ଦୂତମାନଙ୍କୁ ଆତିଥ୍ୟ କରିଅଛନ୍ତି।

3ଆପଣାମାନଙ୍କୁ ବନ୍ଦୀମାନଙ୍କ ସହବନ୍ଦୀ ସ୍ୱରୂପେ ଜ୍ଞାନ କରି ପୁଣି, ନିଜେ ଦେହଧାରୀ ଅଟ ବୋଲି ଜାଣି କ୍ଳେଶଭୋଗ କରୁଥିବା ଲୋକମାନଙ୍କୁ ସ୍ମରଣ କର।

4ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ବର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ।

5ଆଚାର-ବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, “ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ।”

6ଅତଏବ ଆମ୍ଭେମାନେ ସାହସପୂର୍ବକ କହି ପାରୁ, “ପ୍ରଭୁ ମୋହର ସହାୟ, ମୁଁ ଭୟ କରିବି ନାହିଁ। ମନୁଷ୍ୟ ମୋହର କଅଣ କରିବ?”

7ଯେଉଁମାନେ ତୁମ୍ଭମାନଙ୍କୁ ଈଶ୍ବରଙ୍କ ବାକ୍ୟ କହିଥିଲେ, ତୁମ୍ଭମାନଙ୍କ ଏପରି ନେତାମାନଙ୍କୁ ସ୍ମରଣ କର; ସେମାନଙ୍କ ଜୀବନଯାତ୍ରାର ଶେଷ ଗତି ପ୍ରତି ଦୃଷ୍ଟି ରଖି ସେମାନଙ୍କ ବିଶ୍ୱାସର ଅନୁକାରୀ ହୁଅ।

ଏବ୍ରୀ 13

ଇଂରାଜୀରେ

Berean Standard BibleHebrews 13:4Marriage should be honored by all and the marriage bed kept undefiled, for God will judge the sexually immoral and adulterers.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଆଦି 2:24ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ।
ଗାଲା 5:19ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟ ରୂପେ ଜଣା, ବ୍ୟଭିଚାର, ଅଶୁଚିତା
ଆଦି 1:27–28ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ। ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।”
ପ୍ର.କରି 6:9ଅବା, ଅଧାର୍ମିକମାନେ ଯେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍‍ ଆଚାରୀ
ଗାଲା 5:21ମତ୍ତତା, ରଙ୍ଗରସ, ଇତ୍ୟାଦି ପ୍ରକାର କର୍ମଗୁଡ଼ାକ; ମୁଁ ପୂର୍ବରେ ଯେପରି ତୁମ୍ଭମାନଙ୍କୁ କହିଥିଲି, ସେହିପରି ଆଗରୁ କହୁଅଛି ଯେ, ଯେଉଁମାନେ ଏହି ସବୁପ୍ରକାର କର୍ମ କରନ୍ତି, ସେମାନେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ।
ପ୍ର.କରି 5:13କିନ୍ତୁ ଯେଉଁମାନେ ବାହାରେ ଅଛନ୍ତି, ସେମାନଙ୍କ ବିଚାର ଈଶ୍ବର କରିବେ। ସେହି ଦୁଷ୍ଟ ଲୋକକୁ ତୁମ୍ଭମାନଙ୍କ ମଧ୍ୟରୁ ବାହାର କରିଦିଅ।
କଲ 3:5–6ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁକର୍ମଗୁଡ଼ିକ, ଅର୍ଥାତ୍‍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହିସବୁ ପ୍ରତି ମୃତ ହୁଅ; ଏହିସବୁ ହେତୁରୁ ଈଶ୍ବରଙ୍କ କ୍ରୋଧ ବର୍ତ୍ତେ,

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର