Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଏବ୍ରୀ 13:5

ବାଇବେଲ ପଦ · IRV

ଏବ୍ରୀ 13:5

ଆଚାର-ବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, “ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ।”

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଏବ୍ରୀ 13

ପ୍ରସଙ୍ଗରେ

2ଆତିଥ୍ୟସତ୍କାର ନ ପାସୋର, ଯେଣୁ ତଦ୍ୱାରା କେହି କେହି ଅଜ୍ଞାତସାରରେ ଦୂତମାନଙ୍କୁ ଆତିଥ୍ୟ କରିଅଛନ୍ତି।

3ଆପଣାମାନଙ୍କୁ ବନ୍ଦୀମାନଙ୍କ ସହବନ୍ଦୀ ସ୍ୱରୂପେ ଜ୍ଞାନ କରି ପୁଣି, ନିଜେ ଦେହଧାରୀ ଅଟ ବୋଲି ଜାଣି କ୍ଳେଶଭୋଗ କରୁଥିବା ଲୋକମାନଙ୍କୁ ସ୍ମରଣ କର।

4ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ବର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ।

5ଆଚାର-ବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, “ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ।”

6ଅତଏବ ଆମ୍ଭେମାନେ ସାହସପୂର୍ବକ କହି ପାରୁ, “ପ୍ରଭୁ ମୋହର ସହାୟ, ମୁଁ ଭୟ କରିବି ନାହିଁ। ମନୁଷ୍ୟ ମୋହର କଅଣ କରିବ?”

7ଯେଉଁମାନେ ତୁମ୍ଭମାନଙ୍କୁ ଈଶ୍ବରଙ୍କ ବାକ୍ୟ କହିଥିଲେ, ତୁମ୍ଭମାନଙ୍କ ଏପରି ନେତାମାନଙ୍କୁ ସ୍ମରଣ କର; ସେମାନଙ୍କ ଜୀବନଯାତ୍ରାର ଶେଷ ଗତି ପ୍ରତି ଦୃଷ୍ଟି ରଖି ସେମାନଙ୍କ ବିଶ୍ୱାସର ଅନୁକାରୀ ହୁଅ।

8ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଅନନ୍ତକାଳ ସମାନ ଅଟନ୍ତି।

ଏବ୍ରୀ 13

ଇଂରାଜୀରେ

Berean Standard BibleHebrews 13:5Keep your lives free from the love of money and be content with what you have, for God has said: “Never will I leave you, never will I forsake you.”

ପୁରାତନ ନିୟମରୁ ଉଦ୍ଧୃତି

ଦ୍ବି.ବି 31:6ବଳବାନ ଓ ସାହସିକ ହୁଅ, ଭୟ କର ନାହିଁ, କିଅବା ସେମାନଙ୍କ ସକାଶୁ ଭୟଯୁକ୍ତ ହୁଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଆପେ ତୁମ୍ଭ ସଙ୍ଗେ ଗମନ କରୁଅଛନ୍ତି, ସେ ତୁମ୍ଭ ପ୍ରତି ହତାଶ ହେବେ ନାହିଁ, କିଅବା ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ।”
ଯିହୋ 1:5ତୁମ୍ଭର ଯାବଜ୍ଜୀବନ ତୁମ୍ଭ ସମ୍ମୁଖରେ କେହି ଠିଆ ହୋଇ ପାରିବ ନାହିଁ; ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେପରି ଆମ୍ଭେ ତୁମ୍ଭ ସଙ୍ଗରେ ଥିବା; ଆମ୍ଭେ ତୁମ୍ଭ ପ୍ରତି ନିରସ୍ତ ହେବା ନାହିଁ, କି ତୁମ୍ଭକୁ ତ୍ୟାଗ କରିବା ନାହିଁ।

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଦ୍ବି.ବି 31:8ପୁଣି, ସଦାପ୍ରଭୁ, ସେ ଆପେ ତୁମ୍ଭର ଅଗ୍ରଗାମୀ ହୋଇ ଗମନ କରୁଅଛନ୍ତି; ସେ ତୁମ୍ଭର ସଙ୍ଗୀ ହେବେ, ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କିଅବା ତୁମ୍ଭକୁ ତ୍ୟାଗ କରିବେ ନାହିଁ; ଭୟ କର ନାହିଁ, କି ହତାଶ ହୁଅ ନାହିଁ।”
ପ୍ର.ଶା 12:22ସଦାପ୍ରଭୁ ଆପଣା ମହାନାମ ସକାଶୁ ଆପଣା ଲୋକମାନଙ୍କୁ ତ୍ୟାଗ କରିବେ ନାହିଁ; କାରଣ ତୁମ୍ଭମାନଙ୍କୁ ଆପଣା ଲୋକ କରିବା ପାଇଁ ସଦାପ୍ରଭୁ ସନ୍ତୁଷ୍ଟ ହୋଇଅଛନ୍ତି।
ଯିଶା 41:17ଦରିଦ୍ର ଓ ଦୀନହୀନମାନେ ଜଳ ଅନ୍ୱେଷଣ କରନ୍ତି, ମାତ୍ର ଜଳ ନାହିଁ, ତହିଁରେ ସେମାନଙ୍କ ଜିହ୍ୱା ତୃଷାରେ ଶୁଷ୍କ ହୁଏ; ଆମ୍ଭେ ସଦାପ୍ରଭୁ ସେମାନଙ୍କୁ ଉତ୍ତର ଦେବା, ଆମ୍ଭେ ଇସ୍ରାଏଲର ପରମେଶ୍ୱର ସେମାନଙ୍କୁ ତ୍ୟାଗ କରିବା ନାହିଁ।
ଗୀତ 37:25ମୁଁ ଯୁବା ଥିଲି, ଏବେ ବୃଦ୍ଧ ହୋଇଅଛି; ତଥାପି ମୁଁ ଧାର୍ମିକକୁ ପରିତ୍ୟକ୍ତ, ଅବା ତାହାର ବଂଶକୁ ଖାଦ୍ୟ ଭିକ୍ଷା କରିବାର ଦେଖି ନାହିଁ।
ଯିଶା 41:10ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।
ପ୍ର.ବଂ 28:20ଏଉତ୍ତାରେ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ କହିଲେ, “ବଳବାନ ଓ ସାହସିକ ହୁଅ ଓ ଏହି କର୍ମ କର; ଭୟ ନ କର, ଅବା ନିରାଶ ନ ହୁଅ; କାରଣ ଆମ୍ଭର ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ଅଛନ୍ତି; ସଦାପ୍ରଭୁଙ୍କ ଗୃହର ସେବାର୍ଥକ ସକଳ କର୍ମ ସମାପ୍ତ ନ ହେବା ପର୍ଯ୍ୟନ୍ତ ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କି ତୁମ୍ଭକୁ ତ୍ୟାଗ କରିବେ ନାହିଁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର