ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଏବ୍ରୀ 13:8
ବାଇବେଲ ପଦ · IRV
ଏବ୍ରୀ 13:8
ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଅନନ୍ତକାଳ ସମାନ ଅଟନ୍ତି।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଏବ୍ରୀ 13
ପ୍ରସଙ୍ଗରେ
5ଆଚାର-ବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, “ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ।”
6ଅତଏବ ଆମ୍ଭେମାନେ ସାହସପୂର୍ବକ କହି ପାରୁ, “ପ୍ରଭୁ ମୋହର ସହାୟ, ମୁଁ ଭୟ କରିବି ନାହିଁ। ମନୁଷ୍ୟ ମୋହର କଅଣ କରିବ?”
7ଯେଉଁମାନେ ତୁମ୍ଭମାନଙ୍କୁ ଈଶ୍ବରଙ୍କ ବାକ୍ୟ କହିଥିଲେ, ତୁମ୍ଭମାନଙ୍କ ଏପରି ନେତାମାନଙ୍କୁ ସ୍ମରଣ କର; ସେମାନଙ୍କ ଜୀବନଯାତ୍ରାର ଶେଷ ଗତି ପ୍ରତି ଦୃଷ୍ଟି ରଖି ସେମାନଙ୍କ ବିଶ୍ୱାସର ଅନୁକାରୀ ହୁଅ।
8ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଅନନ୍ତକାଳ ସମାନ ଅଟନ୍ତି।
9ବିବିଧ ଓ ବିପରୀତ ପ୍ରକାର ଶିକ୍ଷାରେ ବିଚଳିତ ନ ହୁଅ, କାରଣ ଖାଦ୍ୟପଦାର୍ଥ ଦ୍ୱାରା ନୁହେଁ, ମାତ୍ର ଅନୁଗ୍ରହ ଦ୍ୱାରା ହୃଦୟ ସ୍ଥିରୀକୃତ ହେବା ଭଲ; ଯେଉଁମାନେ ଖାଦ୍ୟଦ୍ରବ୍ୟ ପ୍ରଥା ପାଳନ କରନ୍ତି, ସେମାନଙ୍କର କିଛି ଲାଭ ହେବ ନାହିଁ।
10ଯେଉଁ ବେଦିର ସାମଗ୍ରୀ ତମ୍ବୁର ଉପାସକମାନଙ୍କର ଭୋଜନ କରିବା ନିମନ୍ତେ ଅଧିକାର ନାହିଁ, ଆମ୍ଭମାନଙ୍କର ଏପରି ଏକ ବେଦି ଅଛି।
11କାରଣ ଯେଉଁ ସବୁ ପଶୁର ରକ୍ତ ପାପାର୍ଥକ ବଳି ସ୍ୱରୂପେ ମହାଯାଜକଙ୍କ ଦ୍ୱାରା ମହାପବିତ୍ର ସ୍ଥାନକୁ ଅଣାଯାଏ, ସେହିସବୁ ପଶୁର ଶରୀର ଛାଉଣୀର ବାହାରେ ଦଗ୍ଧ ହୁଏ।
ଇଂରାଜୀରେ
କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
“କାରଣ ଆମ୍ଭେ ସଦାପ୍ରଭୁ, ଆମ୍ଭର ପରିବର୍ତ୍ତନ ନାହିଁ; ଏହେତୁ ହେ ଯାକୁବଙ୍କ ସନ୍ତାନଗଣ, ତୁମ୍ଭମାନଙ୍କର ବିନାଶ ହୋଇ ନାହିଁ।ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ।“ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ଯେ ସର୍ବଶକ୍ତିମାନ,” ସେହି ପ୍ରଭୁ ଈଶ୍ବର କହନ୍ତି, “ଆମ୍ଭେ ଆରମ୍ଭ ଓ ଶେଷ।”“ପୁଣି, ତୁମ୍ଭେ ଚାଦର ପରି, ହଁ ବସ୍ତ୍ର ପରି ସେହିସବୁ ଗୁଡ଼ାଇବ, ଆଉ ସେହିସବୁ ପରିବର୍ତ୍ତିତ ହେବ। କିନ୍ତୁ ତୁମ୍ଭେ ସର୍ବଦା ସମାନ, ପୁଣି, ତୁମ୍ଭର ବର୍ଷସମୂହ କେବେ ଶେଷ ହେବ ନାହିଁ।”ସଦାପ୍ରଭୁ, ଇସ୍ରାଏଲର ରାଜା ଓ ତାହାର ମୁକ୍ତିଦାତା ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଆଦି ଓ ଆମ୍ଭେ ଅନ୍ତ, ପୁଣି ଆମ୍ଭ ଛଡ଼ା ପରମେଶ୍ୱର ଆଉ ନାହିଁ।ମାତ୍ର ତୁମ୍ଭେ ସେହି ଅଟ ଓ ତୁମ୍ଭ ବଞ୍ଚିବାର ବର୍ଷ ଶେଷ ହେବ ନାହିଁ। ତୁମ୍ଭ ଦାସଗଣର ସନ୍ତାନମାନେ ରହିବେ ଓ ସେମାନଙ୍କର ବଂଶ ତୁମ୍ଭ ସାକ୍ଷାତରେ ସୁସ୍ଥିର ହେବେ।ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ୱାରା ପୃଥିବୀ ଓ ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ୱର ଅଟ।ମାତ୍ର ସଦାପ୍ରଭୁଙ୍କ ଦୟା ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଆପଣା ଭୟକାରୀମାନଙ୍କ ପ୍ରତି ଥାଏ ଓ ଯେଉଁମାନେ ତାହାଙ୍କର ନିୟମ ରକ୍ଷା କରନ୍ତି,ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର