ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଏବ୍ରୀ 4:12
ବାଇବେଲ ପଦ · IRV
ଏବ୍ରୀ 4:12
କାରଣ ଈଶ୍ବରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ୍ଗଠାରୁ ତୀକ୍ଷ୍ଣତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ।
ପ୍ରସଙ୍ଗରେ
9ଅତଏବ ଈଶ୍ବରଙ୍କ ଲୋକମାନଙ୍କ ନିମନ୍ତେ ବିଶ୍ରାମବାର ଭୋଗ କରିବାର ବାକି ଅଛି।
10ଯେଣୁ ଯେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିଅଛି, ଈଶ୍ବର ଆପଣା କାର୍ଯ୍ୟରୁ ଯେପରି ବିଶ୍ରାମ କଲେ, ସେପରି ସେ ମଧ୍ୟ ଆପଣା କାର୍ଯ୍ୟରୁ ବିଶ୍ରାମ ପ୍ରାପ୍ତ ହୋଇଅଛି।
11ଏଣୁ ଆସ, ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରିବାକୁ ଯତ୍ନ କରୁ, ଯେପରି କୌଣସି ଲୋକ ଅବାଧ୍ୟତାର ସେହି ଦୃଷ୍ଟାନ୍ତ ଅନୁସାରେ ପତିତ ନ ହୁଏ।
12କାରଣ ଈଶ୍ବରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ୍ଗଠାରୁ ତୀକ୍ଷ୍ଣତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ।
13ଈଶ୍ବରଙ୍କ ଦୃଷ୍ଟିରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଗ୍ନ ଓ ଅନାବୃତ ଅଟେ।
14ଅତଏବ ସ୍ୱର୍ଗସମୂହ ମଧ୍ୟ ଦେଇ ଗମନ କରିଅଛନ୍ତି ଯେ ଈଶ୍ବରଙ୍କ ପୁତ୍ର ଯୀଶୁ, ସେ ଆମ୍ଭମାନଙ୍କର ପ୍ରଧାନ ମହାଯାଜକ ହେବାରୁ ଆସ, ଆମ୍ଭେମାନେ ଆମ୍ଭମାନଙ୍କ ବିଶ୍ୱାସମତକୁ ଦୃଢ଼ ଭାବରେ ଧାରଣ କରୁ।
15କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ।
ଇଂରାଜୀରେ
For the word of God is living and active. Sharper than any double-edged sword, it pierces even to dividing soul and spirit, joints and marrow. It judges the thoughts and intentions of the heart.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ସଦାପ୍ରଭୁ କହନ୍ତି, ଆମ୍ଭର ବାକ୍ୟ କି ଅଗ୍ନି ସ୍ୱରୂପ ନୁହେଁ? ଓ ପାଷାଣ ଖଣ୍ଡବିଖଣ୍ଡକାରୀ ହାତୁଡ଼ି ତୁଲ୍ୟ ନୁହେଁ?ଆମ୍ଭ ମୁଖରୁ ନିର୍ଗତ ବାକ୍ୟ ସେହିପରି ହେବ; ତାହା ନିଷ୍ଫଳ ହୋଇ ଆମ୍ଭ ନିକଟକୁ ଫେରି ଆସିବ ନାହିଁ, ମାତ୍ର ଆମ୍ଭେ ଯାହା ଇଚ୍ଛା କରୁ, ତାହା ସିଦ୍ଧ କରିବା ଓ ଯେଉଁ କାର୍ଯ୍ୟ ପାଇଁ ଆମ୍ଭେ ପ୍ରେରଣ କରୁ, ତହିଁରେ କୃତାର୍ଥ ହେବ।ପୁଣି, ପରିତ୍ରାଣ ରୂପ ଶିରସ୍ତ୍ରାଣ ପରିଧାନ କର ଓ ଆତ୍ମାଙ୍କ ଖଡ୍ଗ, ଅର୍ଥାତ୍ ଈଶ୍ବରଙ୍କ ବାକ୍ୟ ଧାରଣ କର;ତୁମ୍ଭ ବାକ୍ୟର ବିକାଶ ଆଲୁଅ ପ୍ରଦାନ କରେ; ତାହା ନିର୍ବୋଧକୁ ବୋଧ ଦିଏ।ଯେଣୁ ତୁମ୍ଭେମାନେ କ୍ଷୟଣୀୟ ବୀଜରୁ ନୁହେଁ, ବରଂ ଅକ୍ଷୟ ବୀଜରୁ, ଅର୍ଥାତ୍ ଈଶ୍ବରଙ୍କ ଜୀବନ୍ତ ଓ ନିତ୍ୟସ୍ଥାୟୀ ବାକ୍ୟ ଦ୍ୱାରା ନୂତନୀକୃତ ହୋଇଅଛ।ପୁଣି, ସେ ମୋର ମୁଖ ତୀକ୍ଷ୍ଣ ଖଡ୍ଗ ସ୍ୱରୂପ କରିଅଛନ୍ତି, ଆପଣା ହସ୍ତର ଛାୟାରେ ସେ ମୋତେ ଲୁଚାଇଅଛନ୍ତି ଓ ସେ ମୋତେ ଶାଣିତ ତୀର ସ୍ୱରୂପ କରି ଆପଣା ତୂଣରେ ଘୋଡ଼ାଇ ରଖିଅଛନ୍ତି;ସେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରିଥିଲେ, ତାହାଙ୍କ ମୁଖରୁ ତୀକ୍ଷ୍ଣ ଦ୍ୱିଧାର ଖଡ୍ଗ ନିର୍ଗତ ହେଉଥିଲା, ଆଉ ତାହାଙ୍କ ମୁଖ ମଧ୍ୟାହ୍ନକାଳୀନ ସୂର୍ଯ୍ୟ ପରି ତେଜୋମୟ ଥିଲା।ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଈଶ୍ବରଙ୍କ ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଈଶ୍ବରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ସେହି ବାକ୍ୟକୁ ମନୁଷ୍ୟର ବାକ୍ୟ ରୂପେ ଗ୍ରହଣ ନ କରି ବରଂ ଈଶ୍ବରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ବରଙ୍କ ବାକ୍ୟ ଅଟେ, ପୁଣି, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର