ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଏବ୍ରୀ 9:27
ବାଇବେଲ ପଦ · IRV
ଏବ୍ରୀ 9:27
ମନୁଷ୍ୟମାନଙ୍କ ନିମନ୍ତେ ଯେପରି ଥରେ ମାତ୍ର ମୃତ୍ୟୁ,
ପ୍ରସଙ୍ଗରେ
24କାରଣ ପ୍ରକୃତ ବିଷୟର ପ୍ରତିରୂପ ଯେ ହସ୍ତକୃତ ମହାପବିତ୍ର ସ୍ଥାନ, ସେଥିରେ ଖ୍ରୀଷ୍ଟ ପ୍ରବେଶ ନ କରି ବରଂ ଆମ୍ଭମାନଙ୍କ ନିମନ୍ତେ ଏବେ ଈଶ୍ବରଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ସ୍ୱର୍ଗରେ ପ୍ରବେଶ କରିଅଛନ୍ତି।
25ମହାଯାଜକ ଯେପରି ଅନ୍ୟର ରକ୍ତ ଘେନି ବର୍ଷକୁ ବର୍ଷ ମହାପବିତ୍ର ସ୍ଥାନରେ ପ୍ରବେଶ କରନ୍ତି, ସେହିପରି ସେ ଯେ ଥରକୁଥର ଆପଣାକୁ ଉତ୍ସର୍ଗ କରିବେ, ତାହା ନୁହେଁ;
26ତାହାହେଲେ ଜଗତର ପତ୍ତନ ସମୟଠାରୁ ଥରକୁଥର ତାହାଙ୍କୁ ମୃତ୍ୟୁଭୋଗ କରିବାକୁ ହୋଇଥାଆନ୍ତା; କିନ୍ତୁ ଏବେ ସେ ଯୁଗାନ୍ତ ସମୟରେ ଆପଣାକୁ ବଳି ରୂପେ ଉତ୍ସର୍ଗ କରିବା ଦ୍ୱାରା ପାପ ଦୂର କରିବାକୁ ପ୍ରକାଶିତ ହୋଇଅଛନ୍ତି।
27ମନୁଷ୍ୟମାନଙ୍କ ନିମନ୍ତେ ଯେପରି ଥରେ ମାତ୍ର ମୃତ୍ୟୁ,
28ଆଉ, ତାହା ପରେ ବିଚାର ନିରୂପିତ ଅଛି, ସେହିପରି ଖ୍ରୀଷ୍ଟ ମଧ୍ୟ ଅନେକଙ୍କ ପାପ ବହନ କରିବା ନିମନ୍ତେ ଥରେ ମାତ୍ର ଉତ୍ସର୍ଗୀକୃତ ହେଲେ, କିନ୍ତୁ ଦ୍ୱିତୀୟ ଥର ପାପ ସକାଶେ ନୁହେଁ, ବରଂ ଯେଉଁମାନେ ତାହାଙ୍କ ଅପେକ୍ଷାରେ ଅଛନ୍ତି, ସେମାନଙ୍କ ପରିତ୍ରାଣ ନିମନ୍ତେ ଦର୍ଶନ ଦେବେ।
ଇଂରାଜୀରେ
Just as man is appointed to die once, and after that to face judgment,କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ୱାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ଉପସ୍ଥିତ ହେବାକୁ ହେବ।ଯେହେତୁ ପରମେଶ୍ୱର ପ୍ରତ୍ୟେକ କର୍ମ, ପୁଣି ଭଲ କି ମନ୍ଦ ପ୍ରତ୍ୟେକ ଗୁପ୍ତ ବିଷୟ ବିଚାରରେ ଆଣିବେ।ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ, ଆଉ ଆତ୍ମାଦାତା ପରମେଶ୍ୱରଙ୍କ ନିକଟକୁ ଆତ୍ମା ଫେରିଯିବ।କାରଣ ଯେଉଁ ଦିନ ସେ ଆପଣା ନିରୂପିତ ବ୍ୟକ୍ତିଙ୍କ ଦ୍ୱାରା ଧାର୍ମିକତାରେ ଜଗତର ବିଚାର କରିବେ, ଏହିପରି ଗୋଟିଏ ଦିନ ସ୍ଥିର କରିଅଛନ୍ତି, ଆଉ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କରି ଏହି ବିଷୟରେ ସମସ୍ତଙ୍କ ନିକଟରେ ପ୍ରମାଣ ଦେଇଅଛନ୍ତି।ଆମ୍ଭେମାନେ ତ ନିତାନ୍ତ ମରିବା, ପୁଣି ଭୂମିରେ ଢଳାଗଲା ଉତ୍ତାରେ ଯାହା ପୁନର୍ବାର ସଂଗୃହୀତ ହୋଇ ନ ପାରେ, ଏପରି ଜଳ ତୁଲ୍ୟ ହେବା; କିନ୍ତୁ ପରମେଶ୍ୱର ଜୀବନ ହରଣ କରନ୍ତି ନାହିଁ; ମାତ୍ର ନିର୍ବାସିତ ଲୋକ ଯେପରି ତାହାଙ୍କଠାରୁ ନିର୍ବାସିତ ନ ହୁଏ, ଏପରି ଉପାୟର ସଂକଳ୍ପ କରନ୍ତି।କାରଣ ପିତା ଯେପରି ସ୍ୱୟଂଜୀବୀ, ସେହିପରି ସେ ପୁତ୍ରଙ୍କୁ ମଧ୍ୟ ସ୍ୱୟଂଜୀବୀ ହେବାକୁ ଦେଇଅଛନ୍ତି; ଆଉ, ସେ ମନୁଷ୍ୟପୁତ୍ର ହେବାରୁ ସେ ତାହାଙ୍କୁ ବିଚାର କରିବାର ଅଧିକାର ଦେଲେ। ଏଥିରେ ଚମତ୍କୃତ ହୁଅ ନାହିଁ, କାରଣ ଯେଉଁ ସମୟରେ ସମାଧିସ୍ଥ ସମସ୍ତେ ତାହାଙ୍କ ସ୍ୱର ଶୁଣିବେ ଏବଂ ଯେଉଁମାନେ ସତ୍କର୍ମ କରିଅଛନ୍ତି, ସେମାନେ ଜୀବନର ପୁନରୁତ୍ଥାନ ନିମନ୍ତେ ଓ ଯେଉଁମାନେ ଅସତ୍ କର୍ମ କରିଅଛନ୍ତି, ସେମାନେ ଦଣ୍ଡର ପୁନରୁତ୍ଥାନ ନିମନ୍ତେ ବାହାର ହୋଇ ଆସିବେ, ଏପରି ସମୟ ଆସୁଅଛି।”ଜୀବିତ ଲୋକେ ମରିବେ ବୋଲି ଜାଣନ୍ତି; ମାତ୍ର ମୃତ ଲୋକମାନେ କିଛି ଜାଣନ୍ତି ନାହିଁ, କିଅବା ସେମାନେ ଆଉ କୌଣସି ଫଳ ପାଆନ୍ତି ନାହିଁ; କାରଣ ସେମାନଙ୍କ ବିଷୟକ ସ୍ମରଣ ବିସ୍ମୃତ ହୁଏ।ଦେଖ, ପ୍ରଭୁ ସମସ୍ତଙ୍କର ବିଚାର କରିବା ନିମନ୍ତେ, ପୁଣି, ଅଧାର୍ମିକ ଲୋକ ସମସ୍ତେ ନିଜ ନିଜ ଅଧାର୍ମିକତାରେ ଯେଉଁସବୁ ଅଧର୍ମ କର୍ମ କରିଅଛନ୍ତି ଓ ଅଧାର୍ମିକ ପାପୀମାନେ ତାହାଙ୍କ ବିରୁଦ୍ଧରେ ଯେଉଁସବୁ କଟୁ କଥା କହିଅଛନ୍ତି, ସେ ସମସ୍ତ ବିଷୟରେ ସେମାନଙ୍କୁ ଦୋଷୀ କରି ଦଣ୍ଡ ଦେବା ନିମନ୍ତେ ଆପଣା ଅୟୁତ ଅୟୁତ ସାଧୁଙ୍କ ସହିତ ଆସୁଅଛନ୍ତି।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର