ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଯିଶାଇୟ 40:31
ବାଇବେଲ ପଦ · IRV
ଯିଶାଇୟ 40:31
ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅପେକ୍ଷା କରନ୍ତି, ସେମାନେ ନୂଆ ନୂଆ ବଳ ପାଇବେ; ସେମାନେ ଉତ୍କ୍ରୋଶ ପକ୍ଷୀ ପରି ପକ୍ଷରେ ଉପରକୁ ଉଠିବେ; ସେମାନେ ଶ୍ରାନ୍ତ ନ ହୋଇ ଦୌଡ଼ିବେ; ସେମାନେ କ୍ଳାନ୍ତ ନ ହୋଇ ଗମନ କରିବେ।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଯିଶାଇୟ 40
ପ୍ରସଙ୍ଗରେ
28ତୁମ୍ଭେ କି ଜାଣି ନାହଁ? ତୁମ୍ଭେ କି ଶୁଣି ନାହଁ? ପୃଥିବୀର ପ୍ରାନ୍ତସକଳର ସୃଷ୍ଟିକର୍ତ୍ତା ଅନାଦି ଅନନ୍ତ ପରମେଶ୍ୱର ସଦାପ୍ରଭୁ କ୍ଳାନ୍ତ ହୁଅନ୍ତି ନାହିଁ, କିମ୍ବା ଶ୍ରାନ୍ତ ହୁଅନ୍ତି ନାହିଁ; ତାହାଙ୍କର ବୁଦ୍ଧି ବୋଧର ଅଗମ୍ୟ।
29ସେ କ୍ଳାନ୍ତ ଲୋକକୁ ଶକ୍ତି ଦିଅନ୍ତି ଓ ବଳହୀନ ଲୋକର ବଳ ବଢ଼ାଇ ଦିଅନ୍ତି।
30ତରୁଣମାନେ ହେଁ କ୍ଳାନ୍ତ ଓ ଶ୍ରାନ୍ତ ହେବେ, ପୁଣି ଯୁବକମାନେ ନିତାନ୍ତ ପଡ଼ିଯିବେ;
31ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅପେକ୍ଷା କରନ୍ତି, ସେମାନେ ନୂଆ ନୂଆ ବଳ ପାଇବେ; ସେମାନେ ଉତ୍କ୍ରୋଶ ପକ୍ଷୀ ପରି ପକ୍ଷରେ ଉପରକୁ ଉଠିବେ; ସେମାନେ ଶ୍ରାନ୍ତ ନ ହୋଇ ଦୌଡ଼ିବେ; ସେମାନେ କ୍ଳାନ୍ତ ନ ହୋଇ ଗମନ କରିବେ।
ଇଂରାଜୀରେ
But those who wait upon the LORD will renew their strength; they will mount up with wings like eagles; they will run and not grow weary, they will walk and not faint.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ଯେଉଁମାନେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରନ୍ତି, ଯେଉଁ ପ୍ରାଣ ତାହାଙ୍କର ଅନ୍ୱେଷଣ କରେ, ତାହା ପ୍ରତି ସେ ମଙ୍ଗଳମୟ ଅଟନ୍ତି। ସଦାପ୍ରଭୁଙ୍କ ପରିତ୍ରାଣର ପ୍ରତ୍ୟାଶା କରି ସୁସ୍ଥିର ଭାବରେ ଅପେକ୍ଷା କରିବାର ମନୁଷ୍ୟର ମଙ୍ଗଳ।ତେଣୁ ଆମ୍ଭେମାନେ କ୍ଳାନ୍ତ ହେଉ ନାହୁଁ, କିନ୍ତୁ ଆମ୍ଭମାନଙ୍କର ବାହ୍ୟିକ ପୁରୁଷ କ୍ଷୟ ପାଇଲେ ସୁଦ୍ଧା ଆମ୍ଭମାନଙ୍କ ଆନ୍ତରିକ ପୁରୁଷ ଦିନକୁ ଦିନ ନୂତନୀକୃତ ହେଉଅଛି।ମୁଁ ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କର ମଙ୍ଗଳଭାବ ଦେଖିବାକୁ ବିଶ୍ୱାସ କରି ନ ଥିଲେ, ମୂର୍ଚ୍ଛିତ ହୋଇଥାʼନ୍ତି। ସଦାପ୍ରଭୁଙ୍କର ସାହାଯ୍ୟ ନିମନ୍ତେ ଅପେକ୍ଷା କର; ବଳବାନ ହୁଅ ଓ ତୁମ୍ଭର ଅନ୍ତଃକରଣ ସାହସିକ ହେଉ; ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର।ସେ ଉତ୍ତମ ବସ୍ତୁରେ ତୁମ୍ଭର ମୁଖ ତୃପ୍ତ କରନ୍ତି; ତହୁଁ ଉତ୍କ୍ରୋଶ ପକ୍ଷୀ ନ୍ୟାୟ ତୁମ୍ଭର ନୂତନ ଯୌବନ ହୁଏ।ଆଉ, ସେ ମୋତେ କହିଅଛନ୍ତି, “ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ।” ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଂ ମୋହର ଦୁର୍ବଳତାରେ ଦର୍ପ କରିବି। ତେଣୁ ଖ୍ରୀଷ୍ଟଙ୍କ ନିମନ୍ତେ ଦୁର୍ବଳତାରେ, ଅପମାନରେ, ଦୁର୍ଦ୍ଦଶାରେ, ତାଡ଼ନାରେ, ସଙ୍କଟରେ ମୁଁ ସନ୍ତୁଷ୍ଟ ହୁଏ; କାରଣ ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ବଳବାନ।ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ୱାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ୱାସର ନେତା ଓ ସିଦ୍ଧଦାତା ଯୀଶୁଙ୍କୁ ଲକ୍ଷ୍ୟ କରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ।ଆମ୍ଭେମାନେ ଉତ୍ତମ କର୍ମ କରିବାରେ କ୍ଳାନ୍ତ ନ ହେଉ; କାରଣ କ୍ଳାନ୍ତ ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା।କିନ୍ତୁ ଆମ୍ଭେମାନେ ଯାହା ଦେଖୁ ନାହୁଁ, ଯଦି ତାହା ନିମନ୍ତେ ଭରସା କରୁ, ତାହାହେଲେ ଧୈର୍ଯ୍ୟ ସହକାରେ ତାହାର ଅପେକ୍ଷାରେ ଥାଉ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର