Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଯିଶାଇୟ 41:10

ବାଇବେଲ ପଦ · IRV

ଯିଶାଇୟ 41:10

ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଯିଶାଇୟ 41

ପ୍ରସଙ୍ଗରେ

7ଏହିରୂପେ ସୂତ୍ରଧର ସ୍ୱର୍ଣ୍ଣକାରକୁ ସାହସ ଦେଲା ଓ ହାତୁଡ଼ିରେ ସମାନ କରିବା ଲୋକ “ଯୋଡ଼ କର୍ମ ଉତ୍ତମ ହୋଇଅଛି” ବୋଲି କହି, ନେହାଇରେ ପିଟିବା ଲୋକକୁ ଆଶ୍ୱାସ ଦେଲା; ପୁଣି, ପ୍ରତିମାଟି ଯେପରି ଟଳଟଳ ନ ହୁଏ, ଏଥିପାଇଁ ସେ କଣ୍ଟାରେ ତାହା ଦୃଢ଼ କଲା।

8ମାତ୍ର ହେ ଆମ୍ଭର ଦାସ ଇସ୍ରାଏଲ, ଆମ୍ଭର ମନୋନୀତ ଯାକୁବ, ଆମ୍ଭର ବନ୍ଧୁ ଅବ୍ରହାମର ବଂଶ;

9ଆମ୍ଭେ ତୁମ୍ଭକୁ ଧରି ପୃଥିବୀର ପ୍ରାନ୍ତକୁ ଆଣିଅଛୁ ଓ ପୃଥିବୀର ସୀମାରୁ ତୁମ୍ଭକୁ ଆହ୍ୱାନ କରି କହିଅଛୁ, “ତୁମ୍ଭେ ଆମ୍ଭର ଦାସ, ଆମ୍ଭେ ତୁମ୍ଭକୁ ମନୋନୀତ କରିଅଛୁ ଓ ଦୂର କରି ନାହୁଁ;”

10ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।

11ଦେଖ, ଯେଉଁମାନେ ତୁମ୍ଭ ପ୍ରତି କୁପିତ ଅଛନ୍ତି, ସେମାନେ ସମସ୍ତେ ଲଜ୍ଜିତ ଓ ବିବ୍ରତ ହେବେ; ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ହୋଇ ବିନଷ୍ଟ ହେବେ।

12ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ତୁମ୍ଭେ ସେମାନଙ୍କୁ ଅନ୍ୱେଷଣ କରିବ, ମାତ୍ର ସେମାନଙ୍କର ଉଦ୍ଦେଶ୍ୟ ପାଇବ ନାହିଁ; ଯେଉଁମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ଓ ଅକିଞ୍ଚନା ହେବେ।

13କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ତୁମ୍ଭ ଦକ୍ଷିଣ ହସ୍ତ ଧରି ତୁମ୍ଭକୁ କହିବା, “ଭୟ କର ନାହିଁ; ଆମ୍ଭେ ତୁମ୍ଭର ସାହାଯ୍ୟ କରିବା।”

ଯିଶାଇୟ 41

ଇଂରାଜୀରେ

Berean Standard BibleIsaiah 41:10Do not fear, for I am with you; do not be afraid, for I am your God. I will strengthen you; I will surely help you; I will uphold you with My right hand of righteousness.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଯିହୋ 1:9ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।”
ଯିଶା 43:1–2ମାତ୍ର ହେ ଯାକୁବ, ଯେ ତୁମ୍ଭକୁ ସୃଷ୍ଟି କଲେ, ହେ ଇସ୍ରାଏଲ, ଯେ ତୁମ୍ଭକୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏବେ ଏହି କଥା କହନ୍ତି; “ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ; ଆମ୍ଭେ ତୁମ୍ଭର ନାମ ଧରି ତୁମ୍ଭକୁ ଆହ୍ୱାନ କରିଅଛୁ, ତୁମ୍ଭେ ଆମ୍ଭର। ତୁମ୍ଭେ ଜଳ ମଧ୍ୟଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦ-ନଦୀ ମଧ୍ୟରେ ଗମନ କଲେ, ସେହି ସବୁ ତୁମ୍ଭକୁ ମଗ୍ନ କରିବ ନାହିଁ; ତୁମ୍ଭେ ଅଗ୍ନି ମଧ୍ୟରେ ଗମନ କରିବା ବେଳେ ଦଗ୍ଧ ହେବ ନାହିଁ, କିଅବା ଅଗ୍ନିଶିଖା ତୁମ୍ଭର ଦାହ ଜନ୍ମାଇବ ନାହିଁ।
ରୋମୀ 8:31ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କଅଣ କହିବା? ଯଦି ଈଶ୍ବର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ?
ଦ୍ବି.ବି 31:6–8ବଳବାନ ଓ ସାହସିକ ହୁଅ, ଭୟ କର ନାହିଁ, କିଅବା ସେମାନଙ୍କ ସକାଶୁ ଭୟଯୁକ୍ତ ହୁଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଆପେ ତୁମ୍ଭ ସଙ୍ଗେ ଗମନ କରୁଅଛନ୍ତି, ସେ ତୁମ୍ଭ ପ୍ରତି ହତାଶ ହେବେ ନାହିଁ, କିଅବା ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ।” ଏଥିରେ ମୋଶା ଯିହୋଶୂୟଙ୍କୁ ଡାକି ସମୁଦାୟ ଇସ୍ରାଏଲଙ୍କ ସାକ୍ଷାତରେ ତାଙ୍କୁ କହିଲେ, “ବଳବାନ ଓ ସାହସିକ ହୁଅ; ଯେହେତୁ ସଦାପ୍ରଭୁ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲେ, ସେହି ଦେଶକୁ ତୁମ୍ଭେ ଏହି ଲୋକଙ୍କ ସହିତ ଯିବ; ଆଉ ତୁମ୍ଭେ ସେମାନଙ୍କୁ ତାହା ଅଧିକାର କରାଇବ। ପୁଣି, ସଦାପ୍ରଭୁ, ସେ ଆପେ ତୁମ୍ଭର ଅଗ୍ରଗାମୀ ହୋଇ ଗମନ କରୁଅଛନ୍ତି; ସେ ତୁମ୍ଭର ସଙ୍ଗୀ ହେବେ, ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କିଅବା ତୁମ୍ଭକୁ ତ୍ୟାଗ କରିବେ ନାହିଁ; ଭୟ କର ନାହିଁ, କି ହତାଶ ହୁଅ ନାହିଁ।”
ଫିଲି 4:13ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରିପାରେ।
ଯିଶା 40:29–31ସେ କ୍ଳାନ୍ତ ଲୋକକୁ ଶକ୍ତି ଦିଅନ୍ତି ଓ ବଳହୀନ ଲୋକର ବଳ ବଢ଼ାଇ ଦିଅନ୍ତି। ତରୁଣମାନେ ହେଁ କ୍ଳାନ୍ତ ଓ ଶ୍ରାନ୍ତ ହେବେ, ପୁଣି ଯୁବକମାନେ ନିତାନ୍ତ ପଡ଼ିଯିବେ; ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅପେକ୍ଷା କରନ୍ତି, ସେମାନେ ନୂଆ ନୂଆ ବଳ ପାଇବେ; ସେମାନେ ଉତ୍କ୍ରୋଶ ପକ୍ଷୀ ପରି ପକ୍ଷରେ ଉପରକୁ ଉଠିବେ; ସେମାନେ ଶ୍ରାନ୍ତ ନ ହୋଇ ଦୌଡ଼ିବେ; ସେମାନେ କ୍ଳାନ୍ତ ନ ହୋଇ ଗମନ କରିବେ।
ଦ୍ଵି.କରି 12:9ଆଉ, ସେ ମୋତେ କହିଅଛନ୍ତି, “ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ।” ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଂ ମୋହର ଦୁର୍ବଳତାରେ ଦର୍ପ କରିବି।
ଯିଶା 41:13–14କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ତୁମ୍ଭ ଦକ୍ଷିଣ ହସ୍ତ ଧରି ତୁମ୍ଭକୁ କହିବା, “ଭୟ କର ନାହିଁ; ଆମ୍ଭେ ତୁମ୍ଭର ସାହାଯ୍ୟ କରିବା।” ହେ କୀଟ ସ୍ୱରୂପ ଯାକୁବ ଓ ହେ ଇସ୍ରାଏଲୀୟ ନରଗଣ, ଭୟ କର ନାହିଁ; ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର