Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଯିଶାଇୟ 43:18–19

ବାଇବେଲ ପଦ · IRV

ଯିଶାଇୟ 43:18–19

18“ତୁମ୍ଭେମାନେ ଆଦ୍ୟ ବିଷୟସବୁ ସ୍ମରଣ କର ନାହିଁ, କିଅବା ପୁରାତନ ବିଷୟସବୁ ବିବେଚନା କର ନାହିଁ।

19ଦେଖ, ଆମ୍ଭେ ଏକ ନୂତନ କାର୍ଯ୍ୟ କରିବା; ତାହା ଏବେ ଅଙ୍କୁରିତ ହେବ; ତୁମ୍ଭେମାନେ କି ତାହା ଜାଣିବ ନାହିଁ? ଆହୁରି, ଆମ୍ଭେ ପ୍ରାନ୍ତର ମଧ୍ୟରେ ପଥ ଓ ମରୁଭୂମିରେ ନଦ-ନଦୀ କରିବା।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଯିଶାଇୟ 43

ପ୍ରସଙ୍ଗରେ

15ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ଧର୍ମସ୍ୱରୂପ, ଇସ୍ରାଏଲର ସୃଷ୍ଟିକର୍ତ୍ତା, ତୁମ୍ଭମାନଙ୍କର ରାଜା ଅଟୁ।”

16ଯେ ସମୁଦ୍ରରେ ପଥ ଓ ମହାଜଳରାଶିରେ ମାର୍ଗ କରନ୍ତି;

17ଯେ ରଥ ଓ ଅଶ୍ୱ, ସୈନ୍ୟ ଓ ବୀରଗଣକୁ ବାହାର କରି ଆଣନ୍ତି; ସେମାନେ ଏକତ୍ର ତଳେ ଶୋଇ ଆଉ ଉଠିବେ ନାହିଁ, ସେମାନେ ଲୁପ୍ତ ଓ ଛଣପଟ ପରି ଲିଭିଯାʼନ୍ତି; ସେହି ସଦାପ୍ରଭୁ ଏହି କଥା କହନ୍ତି;

18“ତୁମ୍ଭେମାନେ ଆଦ୍ୟ ବିଷୟସବୁ ସ୍ମରଣ କର ନାହିଁ, କିଅବା ପୁରାତନ ବିଷୟସବୁ ବିବେଚନା କର ନାହିଁ।

19ଦେଖ, ଆମ୍ଭେ ଏକ ନୂତନ କାର୍ଯ୍ୟ କରିବା; ତାହା ଏବେ ଅଙ୍କୁରିତ ହେବ; ତୁମ୍ଭେମାନେ କି ତାହା ଜାଣିବ ନାହିଁ? ଆହୁରି, ଆମ୍ଭେ ପ୍ରାନ୍ତର ମଧ୍ୟରେ ପଥ ଓ ମରୁଭୂମିରେ ନଦ-ନଦୀ କରିବା।

20କ୍ଷେତ୍ରର ପଶୁଗଣ, ଶୃଗାଳ ଓ ଓଟପକ୍ଷୀଗଣ ଆମ୍ଭର ଗୌରବ କରିବେ; କାରଣ ଆମ୍ଭେ ଆପଣା ମନୋନୀତ ଲୋକମାନଙ୍କର ପାନାର୍ଥେ ପ୍ରାନ୍ତର ମଧ୍ୟରେ ଜଳ ଓ ମରୁଭୂମିରେ ନଦ-ନଦୀ ଯୋଗାଉ;

21ସେହି ଲୋକମାନଙ୍କୁ ଆମ୍ଭେ ଆପଣା ପ୍ରଶଂସା ବର୍ଣ୍ଣନା କରିବା ନିମନ୍ତେ ସୃଷ୍ଟି କରିଅଛୁ।

22ତଥାପି ହେ ଯାକୁବ, ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କରି ନାହଁ; ହେ ଇସ୍ରାଏଲ, ତୁମ୍ଭେ ଆମ୍ଭ ବିଷୟରେ କ୍ଳାନ୍ତ ହୋଇଅଛ।

ଯିଶାଇୟ 43

ଇଂରାଜୀରେ

Berean Standard BibleIsaiah 43:18–19“Do not call to mind the former things; pay no attention to the things of old. Behold, I am about to do something new; even now it is coming. Do you not see it? Indeed, I will make a way in the wilderness and streams in the desert.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଯିଶା 48:6ତୁମ୍ଭେ ଶୁଣିଅଛ; ଏହିସବୁ ଦେଖ ଓ ତୁମ୍ଭେମାନେ କି ତାହା ପ୍ରକାଶ କରିବ ନାହିଁ? ଏହି ସମୟଠାରୁ ଆମ୍ଭେ ତୁମ୍ଭକୁ ନୂତନ ବିଷୟ, ଅର୍ଥାତ୍‍, ତୁମ୍ଭର ଅଜ୍ଞାତ ନିଗୂଢ଼ ବିଷୟ ଦେଖାଇଅଛୁ।
ଯିଶା 42:9ଦେଖ, ଆଦ୍ୟ ବିଷୟମାନ ସିଦ୍ଧ ହେଲା, ଆଉ ଆମ୍ଭେ ନୂତନ ବିଷୟମାନ ପ୍ରକାଶ କରୁ; ସେହି ସବୁ ଅଙ୍କୁରିତ ହେବାର ପୂର୍ବେ ତଦ୍‍ବିଷୟ ଆମ୍ଭେ ତୁମ୍ଭମାନଙ୍କୁ ଜଣାଉ।”
ଦ୍ଵି.କରି 5:17ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି।
ପ୍ରକା 21:5ପରେ ସିଂହାସନ ଉପବିଷ୍ଟ ବ୍ୟକ୍ତି କହିଲେ, ଦେଖ, ଆମ୍ଭେ ସମସ୍ତ ବିଷୟ ନୂତନ କରୁଅଛୁ। ଆଉ ସେ କହିଲେ, ଲେଖ, କାରଣ ଏହି ସମସ୍ତ ବାକ୍ୟ ବିଶ୍ୱାସଯୋଗ୍ୟ ଓ ସତ୍ୟ।
ଯିଶା 41:18ଆମ୍ଭେ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ନଦ-ନଦୀ କରିବା ଓ ସମସ୍ଥଳୀ ମଧ୍ୟରେ ନିର୍ଝରମାନ ଫିଟାଇବା; ଆମ୍ଭେ ପ୍ରାନ୍ତରକୁ ଜଳାଶୟ ଓ ଶୁଷ୍କ ଭୂମିକୁ ଜଳ ନିର୍ଝର କରିବା।
ଯିଶା 65:17କାରଣ ଦେଖ, ଆମ୍ଭେ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ସୃଷ୍ଟି କରୁ ଓ ପୂର୍ବକାଳର ବିଷୟସବୁ ସ୍ମରଣ କରାଯିବ ନାହିଁ, କିଅବା ମନରେ ପଡ଼ିବ ନାହିଁ।
ଲୂକ 3:4–5ଯେପରି ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରରେ ଲିଖିତ ଅଛି, ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜପଥ ସଳଖ କର; ପ୍ରତ୍ୟେକ ଉପତ୍ୟକା ପୂର୍ଣ୍ଣ କରାଯିବ, ପୁଣି, ପ୍ରତ୍ୟେକ ପର୍ବତ ଓ ଉପପର୍ବତ ନୀଚ କରାଯିବ, ବକ୍ର ପଥସବୁ ସିଧା ହେବ, ଆଉ ଉଚ୍ଚ ନୀଚ ଭୂମି ସମତଳ ପଥରେ ପରିଣତ ହେବ;
ଯିଶା 35:6–10ସେତେବେଳେ ନେଙ୍ଗଡ଼ା ଲୋକ ହରିଣ ପରି ଡିଆଁ ମାରିବ ଓ ଘୁଙ୍ଗାମାନଙ୍କର ଜିହ୍ୱା ଗାନ କରିବ; କାରଣ ପ୍ରାନ୍ତରରେ ଜଳ ଓ ମରୁଭୂମିରେ ସ୍ରୋତ ବାହାରିବ। ପୁଣି, ମୃଗତୃଷ୍ଣା ଜଳାଶୟ ହେବ ଓ ଶୁଷ୍କ ଭୂମି ନିର୍ଝରମୟ ହେବ; ଶୃଗାଳମାନଙ୍କର ନିବାସ ମଧ୍ୟରେ, ସେମାନଙ୍କର ଶୟନ ସ୍ଥାନରେ ଘାସ, ନଳ ଓ ତଣ୍ଡିବଣ ହେବ। ପୁଣି, ସେଠାରେ ଏକ ରାଜଦାଣ୍ଡ ଓ ପଥ ହେବ, ତାହା ପବିତ୍ରତାର ପଥ ବୋଲି ବିଖ୍ୟାତ ହେବ; ତାହା କେବଳ ସେମାନଙ୍କ ନିମନ୍ତେ ହେବ, ମାତ୍ର କୌଣସି ଅଶୁଚି ଲୋକ ତହିଁ ଉପରେ ଗମନ କରିବ ନାହିଁ; ପଥିକମାନେ ଓ ଅଜ୍ଞାନମାନେ ମଧ୍ୟ ତହିଁରେ ଭ୍ରାନ୍ତ ହେବେ ନାହିଁ। ସେଠାରେ କୌଣସି ସିଂହ ନ ଥିବ, କିଅବା କୌଣସି ହିଂସ୍ରକ ଜନ୍ତୁ ତହିଁ ଉପରକୁ ଯିବ ନାହିଁ, ସେମାନେ ସେଠାରେ ଦେଖାଯିବେ ନାହିଁ; ମାତ୍ର ମୁକ୍ତିପ୍ରାପ୍ତ ଲୋକମାନେ ସେଠାରେ ଗମନ କରିବେ; ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ଓ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ; ସେମାନେ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର